ମେଷ : ସପ୍ତମ ଚନ୍ଦ୍ର ଯୋଗୁ ଆମୋଦପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ପ୍ରତି ଅଧିକ ଯତ୍ନବାନ ହେବେ। ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ବିଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ। ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ , ସେମାନେ ଉପକୃତ ହେବେ। ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ।
ବୃଷ : ଷଷ୍ଠ ଚନ୍ଦ୍ର, ବୁଧବାର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ। ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ। ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ। ବାଣିଜ୍ୟ , ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ। ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ। ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ମା’ ସମଲେଶ୍ୱରୀ।
ମିଥୁନ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଘାତ ତିଥି ଯୋଗୁ ଅପମାନ, ଅପମାନ ଓ ଅପନିନ୍ଦା ମିଳିବ ଏବଂ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ। ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, ଚାଲିଚଳନ, କାର୍ଯ୍ୟକୁ ନେଇ ଚିନ୍ତିତ ହେବେ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ। ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଚକୋଲେଟ୍, ସଂଖ୍ୟା : ୪, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।
କର୍କଟ : ଚତୁର୍ଥ ଚନ୍ଦ୍ର, ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଜମିଜମା ବିବାଦ, ପାରିବାରିକ ବିବାଦ ଏବଂ ମାଲିମକଦ୍ଦମାରେ ବିଜୟ ହାସଲ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ଆଶାଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ମା’ ଭୁବନେଶ୍ୱରୀ ।
ସିଂହ : ତୃତୀୟ ଚନ୍ଦ୍ର ଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ କରିବେ । କୌଣସି ଶୁଭକର୍ମର ଆୟୋଜନ କରିବେ କିମ୍ବା କୌଣସି ଶୁଭକର୍ମରେ ଯୋଗଦେବେ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ଗୋଲାପୀ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
କନ୍ୟା : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।
ତୁଳା : ଶ୍ରୀଚନ୍ଦ୍ର, ବୁଧବାର ଏବଂ ସ୍ୱାତୀ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ ଭୂମିପୂଜା, ଗୃହ ପ୍ରତିଷ୍ଠା, ଗୃହାରାମ୍ଭ, ବିଦ୍ୟାରମ୍ଭ, କର୍ମାରମ୍ଭ ଓ ବ୍ୟବସାୟ ଆରମ୍ଭ ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମସ୍ତଙ୍କ ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀରାମ ।
ବିଛା : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ ଓ ଅପଯଶରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ ଓ ମନ ସୁସ୍ଥ ରହିବ । ଖର୍ଚ୍ଚ ଅପେକ୍ଷା ସଞ୍ଚୟ ଅଧିକ ରହିବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ବିଶାଖା ଓ ଅନୁରାଧା ବିଛା, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ଲାଲ୍, ସଂଖ୍ୟା : ୬, ଆରାଧନା : ପ୍ରଭୁ ଗଜାନନ।
ଧନୁ : ଏକାଦଶ ଚନ୍ଦ୍ର ଯୋଗୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ। ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ମା’ ତାରା।
ମକର : ଦଶମ ଚନ୍ଦ୍ର, ବୁଧବାର ଯୋଗୁ ନୂତନ କର୍ମାରମ୍ଭ, ବିଦ୍ୟାରମ୍ଭ, ଗୃହାରମ୍ଭ, ଗୃହ ପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି କିମ୍ବା କୌଣସି ଶୁଭକର୍ମରେ ଯୋଗଦେଇ ପାରନ୍ତି । ନୂତନ କର୍ମନିଯୁକ୍ତି, ବିଦେଶ ଯାତ୍ରା ଆଦିର ସୁଯୋଗ ଜୁଟିବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା।
କୁମ୍ଭ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ କିମ୍ବା ତାଙ୍କଠାରୁ ଅପମାନ ମିଳିପାରେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସତର୍କ ହେବେ । ଶୁଭରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ ବିମଳା ।
ମୀନ : ଅଷ୍ଟମ ଚନ୍ଦ୍ର, ଅଷ୍ଟମୀ ତିଥି ଏବଂ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚ ସ୍ଥାନ ଆରୋହଣ ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଅଗ୍ରସର ହେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ରେବତୀ ମୀନ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ମା’ ମାଣିକେଶ୍ୱରୀ ।
ଜ୍ୟୋତିର୍ବିଦ୍: କୈଳାସ ଦାଶ
ମୋବାଇଲ : ୯୪୩୭୧୩୩୪୭୩