ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ବେଳେ ତତଲା ପାଗ, ୧୭ ଯାଏ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୫/୦୫: ଆସନ୍ତା ୨୦ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ହେବ । ବଲାଙ୍ଗୀର, କନ୍ଧମାଳ ଓ ଆସ୍କାରେ ମତଦାନ କରାଯିବ । ସେତେବେଳକୁ ରାଜ୍ୟରେ ତାତି ବଢ଼ିବ। ଏହି ୩ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିବ ବୋଲି ବରିଷ୍ଠ ପାଣିପାଗ ବିଶେଷଜ୍ଞ ଡ. ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି । ସେ କହିଛନ୍ତି, କେନ୍ଦ୍ରୀୟ ଓ ଦକ୍ଷିଣ ଉପକୂଳର ଅଧିକାଂଶ ସ୍ଥାନରେ ୧୭ ଯାଏ ବର୍ଷା ସମ୍ଭାବନା ଅଛି । ୧୬ ଓ ୧୭ରେ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ । ତେବେ ୧୯ରୁ ତାତି ବଢ଼ିବ । ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ବା ୨୦ ତାରିଖ ବେଳକୁ ବଲାଙ୍ଗିରରେ ତାତି ୪୦ ଡିଗ୍ରୀ ଉପରେ ଥିବ । କନ୍ଧମାଳ ଓ ଫୁଲବାଣୀ ଅଞ୍ଚଳରେ ପାଗ ଶୁଖିଲା ରହିବା ସହ ତାପମାତ୍ରା ୪୦ ଟପିବ । ସେହିଭଳି ଆସ୍କାରେ ତାତି ୪୧ ଓ ୪୨ ଡିଗ୍ରୀ ପାଖାପାଖି ରହିବ ବୋଲି ସେ ପୂର୍ବାନୁମାନ କରିଛନ୍ତି ।

ପାଣିପାଗ ବିଭାଗର ଆକଳନ କହୁଛି, ୧୫ ତାରିଖରେ ମାଲକାନଗିରି, ନବରଙ୍ଗପୁର, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର ଓ ଯାଜପୁରର କିଛିସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୧୬ରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ୧୭ ଓ ୧୮ରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ । ଆଜି ନୂଆପଡ଼ାପରେ ଦିନ ତାପମାତ୍ରା ସର୍ବାଧିକ ୪୪ ଡିଗ୍ରୀ ଥିଲା । ଏହା ସବୁଠୁ ଉତ୍ତପ୍ତ ଅଞ୍ଚଳ ପାଲଟିଥିଲା । ବଲାଙ୍ଗିର ଓ ମାଲକାନଗିରିରେ ଦିନ ତାପମାତ୍ରା ୪୦.୭ ଡିଗ୍ରୀ ରେକର୍ଡ ହୋଇଛି । ସମ୍ବଲପୁରରେ ୪୦.୪, ଝାରସୁଗୁଡ଼ାରେ ୪୦ଡିଗ୍ରୀ ରେକର୍ଡ ହୋଇଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.