ମେଷ : ଅଷ୍ଟମ ଚନ୍ଦ୍ର, ଦ୍ୱାଦଶୀ ତିଥି ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଏବଂ ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ । ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍ଧାବନ କରିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ହେବ । ଯେଉଁମାନଙ୍କର କୃତ୍ତିକା ମେଷ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।
ବୃଷ : ସପ୍ତମ ଚନ୍ଦ୍ର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ସ୍ୱଜନ, ପରିଜନଙ୍କ ସହ ସୁସମ୍ପର୍କ, ପଡ଼ୋଶୀଙ୍କ ସହ ସଦ୍ଭାବ ଏବଂ ବନ୍ଧୁବାନ୍ଧବଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ପୁତ୍ର, କନ୍ୟା, ଭାତୃ, ଭଗ୍ନିଙ୍କ ବୈବାହିକ କର୍ମର ଯୋଜନା କରିବେ ଏବଂ ସେଥିପାଇଁ ନିଜକୁ ପ୍ରସ୍ତୁତ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୪, ଆରାଧନା : ମା’ କମଳା ।
ମିଥୁନ : ଷଷ୍ଠ ଚନ୍ଦ୍ର, ଦ୍ୱାଦଶୀ ତିଥି ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ଶତ୍ରୁମାନେ ବଶୀଭୂତ ହେବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂର ହେବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।
କର୍କଟ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣ ଶକ୍ତି ଲୋପ୍ ପାଇବ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, କର୍ମରେ ବାଧା ଉପୁଜିବ ଏବଂ ସେମାନେ ବିଶୃଙ୍ଖଳିତ ଆଚରଣ କରିବେ । ପାରିବାରିକ ବିବାଦ ଉଗ୍ରରୂପ ଧାରଣ କରିବ ଏବଂ ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ପରିଶ୍ରମ ତୁଳନାରେ ସଫଳତା ମିଳିବ ନାହିଁ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।
ସିଂହ : ଚତୁର୍ଥ ଚନ୍ଦ୍ର, ଗୁରୁବାର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ, ହୃତ ଧନ ଫେରିପାଇବେ । ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ ଏବଂ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ମଘା ଓ ପୂର୍ବା ଫାଲ୍ଗୁନୀ ସିଂହ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୩, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
କନ୍ୟା : ତୃତୀୟ ଚନ୍ଦ୍ର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତିର ଖବର ମିଳିପାରେ । ସ୍ୱଜନ, ପରିଜନ, ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କ କର୍ମ କୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା ।
ତୁଳା : ଘାତବାର, ଘାତତିଥି ଓ କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ବିଶାଖା ତୁଳା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରାୀରାମ ।
ବିଛା : ଶ୍ରୀଚନ୍ଦ୍ର, ଗୁରୁବାର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀଙ୍କ ସାହାଯ୍ୟ, ସହଯୋଗ ମିଳିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା, ସହକର୍ମୀଙ୍କ ସହଯୋଗ ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ସ୍କନ୍ଦ ।
ଧନୁ : ଦ୍ୱାଦଶ ଚନ୍ଦ୍ର, ଘାତତିଥି ଓ ଗୁରୁବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଅପବ୍ୟୟ, ଅପମାନ, ଅପଯଶରୁ ମୁକ୍ତି ମିଳିବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର କମ୍ ରହିବ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ଧନର ସତ୍ବିନିଯୋଗ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ । ଯେଉଁମାନଙ୍କର ମୂଳା ଓ ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ପ୍ରଭୁ ଗଜାନନ ।
ମକର : ଏକାଦଶ ଚନ୍ଦ୍ର, ଘାତତିଥି ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତତିଥିର ପ୍ରଭାବ ବିଶେଷ ରହିବ ନାହିଁ । ଆୟର ମାର୍ଗ ଅତି ଉତ୍ତମ ହେବ ଏବଂ କର୍ମରେ, ବ୍ୟବସାୟରେ ଉନ୍ନତି ଆଣିବା ପାଇଁ ଯୋଜନା କରିବେ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଇପ୍ସିତ ପଦାର୍ଥ ହାତ ପାହାନ୍ତାରେ ଉପଲବ୍ଧ ହେବ । କର୍ମରେ ଉନ୍ନତି, ବ୍ୟବସାୟରେ ପ୍ରଗତି ଏବଂ ଆର୍ଥିକ ସ୍ଥିତି ସୁଦୃଢ଼ ହେବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଭୈରବୀ ।
କୁମ୍ଭ : ଦଶମ ଚନ୍ଦ୍ର, ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ଧନ ଓ ଆୟ ବୃଦ୍ଧି ଘଟିବ ଏବଂ ନୂତନ ଆୟର ପନ୍ଥା ଖୋଲିବ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ଆପଣଙ୍କର ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ମନରେ ସଦ୍ଭାବନା, ସତ୍ଚିନ୍ତା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ କାଳୀ ।
ମୀନ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କଠାରୁ ଅପମାନ ମିଳିପାରେ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝରମଣାର ଅଭାବ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୯, ଆରାଧନା : ମା’ ତାରା ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩