ପ୍ରମୂଖ ଖବର
  • ‘ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ହୋଇପାରେ ଡ୍ରୋନ୍ ଆକ୍ରମଣ’: ଆମେରିକା ରାଷ୍ଟ୍ରପତିଙ୍କୁ ଇରାନର ଧମକ
  • ||
  • ଗଗନଯାନ ମିଶନକୁ ବଡ଼ ସଫଳତା, ଇଞ୍ଜିନର ହଟ୍ ଟେଷ୍ଟ ସଫଳ; ସୂଚନା ଦେଲା ଇସ୍ରୋ
  • ||
  • ଡଙ୍କି ରୁଟ୍ ମାମଲାରେ ଇଡିର ବଡ଼ କାର୍ଯ୍ୟାନୁଷ୍ଠାନ, ହରିୟାଣା ଓ ପଞ୍ଜାବର ୧୧ ଠିକଣାରେ ଚଢ଼ାଉ
  • ||
  • ପଞ୍ଚମ , ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ : ଫେଲ ହେଲେ ଆଉ ଥରେ ପରୀକ୍ଷା ଦେବେ
  • ||
  • ଆଇପିଏସ୍ ସ୍ତରରେ ଅଦଳ ବଦଳ: ସଞ୍ଜୀବ ପଣ୍ଡା ହେଲେ ADG ନକ୍ସଲ ବିରୋଧୀ ଅପରେସନ୍
  • ||
  • ରାଜସ୍ଥାନରେ ଫାଇଟର ଜେଟ୍ କ୍ରାସ୍, ୨ ମୃତ
  • ||
  • ମୟୂରଭଞ୍ଜ : ବୁଢ଼ାବଳଙ୍ଗରେ ଗାଧୋଇବା ବେଳେ ଅଘଟଣ, ନଦୀରେ ଭାସି ଯୁବକ ମୃତ
  • ||
  • BMC ଅଧିକାରୀଙ୍କୁ ମାଡ଼ ମାମଲା; ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ
  • ||
  • ପୁରୀ : ସର୍ବଭାରତୀୟ ଧର୍ମଘଟର ପ୍ରଭାବ; ସୂର୍ଯ୍ୟମନ୍ଦିର ବନ୍ଦ କଲା ଶ୍ରମିକ ସଂଗଠନ
  • ||
  • କଳାହାଣ୍ଡି : ବିଦ୍ୟୁତ ସଂସ୍ପର୍ଶରେ ଆସି ଦାଦନ ଶ୍ରମିକ ମୃତ, ଭିଟାମାଟିକୁ ଫେରୁଛି ମୃତଦେହ
  • ||
  • ଟାର୍ଗେଟରେ ଚୀନ-ପାକ୍‌; ଆତଙ୍କବାଦ ଉପରେ ଡବଲ୍‌ ଷ୍ଟାଣ୍ଡାର୍ଡ କାମ କରିବ ନାହିଁ, ବ୍ରାଜିଲରୁ ପ୍ରଧାନମନ୍ତ୍ରୀଙ୍କ କଡ଼ା ସନ୍ଦେଶ
  • ||
  • ଜଳ ପ୍ରଳୟରେ ବେହାଲ ଟେକ୍ସାସ, ମୃତ୍ୟୁ ସଂଖ୍ୟା ୧୦୯କୁ ବୃଦ୍ଧି
  • ||
  • ୧୫ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ସମ୍ଭାବନା, ଗୁରୁବାରଠୁ କମିବ
  • ||
  • ସର୍ବଭାରତୀୟ ଧର୍ମଘଟ : ବିଜେଡିର ସମର୍ଥନ, ସାମିଲ ହେବ କଂଗ୍ରେସ
  • ||

ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ, ଭାରରେ ୨ କିମି ବୁହା ହେଲେ ଗର୍ଭବତୀ

Published By : Swapna Ray | October 20, 2024 1:30 PM

କୋରାପୁଟ, ୨୦।୧୦: କମିବାରେ ନାଁ ଧରୁନି ଜନନୀ ଯନ୍ତ୍ରଣା । ଅନ୍ଧାର ରାତିରେ ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ । ଗାଁଠାରୁ ୨ କିଲୋମିଟର ଦୂର ଭାରରେ ବୋହି ଆମ୍ବୁଲାନ୍ସ ପାଖକୁ ନିଆଯାଇଥିଲା । ରାସ୍ତା ନଥିବାରୁ ଅଧ ବାଟରେ ଆମ୍ବୁଲାନ୍ସ ଅଟକିଥିଲା। ହାତରେ ଟର୍ଚ୍ଚ ଧରି ଅନ୍ଧାର ରାତିରେ ଭାରରେ ବୁହା ହୋଇ ନାହିଁନଥିବା ଅସୁବିଧାର ସମ୍ମୁଖିନ ହେଇଛନ୍ତି ଗର୍ଭବତୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କୋରାପୁଟ ଜିଲ୍ଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ନନ୍ଦି ଗାଁ ପଞ୍ଚାୟତ ଅଧିନସ୍ଥ ମଧୁବିଶାଳୀ ଗାଁରେ । 

ଗ୍ରାମର ଜଣେ ଗର୍ଭବତୀ ମହିଳାଙ୍କୁ ଗର୍ଭ ଯନ୍ତ୍ରଣା ଆରମ୍ଭ ହୋଇଥିଲା । ଆଶାକର୍ମୀ ୧୦୮ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ । ହେଲେ ଗାଁକୁ ପକ୍କା ରାସ୍ତା ସୁବିଧା ନଥିବାରୁ ଗାଁଠାରୁ ୨ କିଲୋମିଟର ଦୂର ମାଳିବିଶାଳି ଛକ ନିକଟରେ ଆମ୍ବୁଲାନ୍ସ ଗାଡ଼ି ଅଟକି ଅପେକ୍ଷା କରି ରହିଥିଲା । ଭାରରେ ବୋହି ଆଣିବା ପାରେ ପୋଡ଼ାଗଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିବା ସୂଚନା ମିଳିଛି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.