ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଗାଁକୁ ନାହିଁ ରାସ୍ତା... ପହଞ୍ଚି ପାରିଲାନି ଆମ୍ବୁଲାନ୍ସ; ଶେଷରେ ଖଟିଆରେ ବୁହା ହେଲେ ଗର୍ଭବତୀ

Published By : Rasmita Pradhan | July 8, 2025 1:07 PM

ଥୁଆମୂଳ ରାମପୁର, ୮/୭ : ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣା। ଗାଁକୁ ରାସ୍ତା ନଥିବାରୁ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ। ଫଳରେ ଖଟିଆରେ ବୁହାହେଲେ ଗର୍ଭବତୀ। କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ୍ ସିନ୍ଧିପଦର ପଞ୍ଚାୟତ ଅଧିନସ୍ଥ ବାର୍ଷିକୋଣା ଗାଁରୁ ଆସିଛି ଏଭଳି ଚିତ୍ର। 

ସୂଚନାନୁଯାୟୀ, ସିନ୍ଧିପଦର ପଞ୍ଚାୟତକେ ଥିହା ବାର୍ଷିକୋଣା ଗାଁର ମହେନ୍ଦ୍ର ମାଝୀଙ୍କ ସ୍ତ୍ରୀ ରଞ୍ଜିତା(୨୨ ବର୍ଷ) ପ୍ରସବ ଯନ୍ତ୍ରଣାରେ ଛଟପଟ ହେଉଥିବା ବେଳେ ଡାକ୍ତରଖାନା ନେବା ପାଇଁ ଆମ୍ବୁଲାନ୍ସ ସହିତ ଯୋଗାଯୋଗ କରାଯାଇଥିଲା। ଖବର ପାଇବା ପରେ ଆମ୍ବୁଲାନ୍ସ ଆସି ଅଧାବାଟରେ ବା ଇନ୍ଦ୍ରାବତୀ କେନାଲ ରାସ୍ତାରେ ଅଟକି ଅପେକ୍ଷା କରିଥିଲା। ଆଗକୁ ରାସ୍ତା ଠିକ୍ ନଥିବା ଯୋଗୁଁ ଆମ୍ବୁଲାନ୍ସ ଆଗକୁ ବଢି ପାରିନଥିଲା। ଫଳରେ ଗ୍ରାମବାସୀମାନେ କିଛି ଉପାୟ ନପାଇ ରଞ୍ଜିତାଙ୍କୁ ପ୍ରାୟ ୨ କି.ମି ଖଟିଆରେ ବୋହି ଆମ୍ବୁଲାନ୍ସ ନିକଟରେ ପହଞ୍ଚାଇଥିଲେ । ପରେ ଗର୍ଭବତୀଙ୍କୁ କଲମପୁର ଡାକ୍ତରଖାନାକୁ ନିଆଯାଇଥିଲା । 

ସୂଚନାଯୋଗ୍ୟ, ବାର୍ଷିକୋଣା ଗାଁ ଥୁଆମୂଳ ରାମପୁର ବ୍ଲକ ଅଧୀନରେ ଯାଉଛି । ମାତ୍ର ଜରୁରୀକାଳୀନ ସେବା ପାଇଁ କଲମପୁର ଏବଂ ଜୁନାଗଡ ବ୍ଲକ୍  ଉପରେ ନିର୍ଭରଶୀଳ। ଅତୀତରେ ଅନେକ ଦୁର୍ଦ୍ଦଶାର ଶିକାର ହୋଇଛନ୍ତି ବାର୍ଷିକୋଣାବାସୀ। ପ୍ରାୟ ୫୦ କିଲୋମିଟର ଦୂର ନିଜ ପଞ୍ଚାୟତକୁ ଯିବାକୁ ହେଲେ ଜୁନାଗଡ ଅଞ୍ଚଳ ସୀମାଠୁ ବାହାରି କଲମପୁର ବ୍ଲକ୍ ଅତିକ୍ରମ କରି ବିପଦ ସଙ୍କୁଳ ସିଙ୍ଗାରୀ ଘାଟି ରାସ୍ତାରେ ଯିବାକୁ ପଡିଥାଏ। ଏମାନଙ୍କ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଅତୀତରେ ଭୋଟ୍ ବର୍ଜନ ଭଳି ପନ୍ଥା ଅବଲମ୍ବନ କରିଥିଲେ ବି ଫଳ ଶୂନ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.