PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାବୁଲ ସ୍ଥିତ ଏକ ମସଜିଦ୍‌ରେ ଭୟଙ୍କର ବିସ୍ଫୋରଣ , ବିସ୍ଫୋରଣରେ ୨୦ ମୃତ , ୪୦ ଆହତ , ଆହତଙ୍କୁ ନିଆଯାଉଛି ହସ୍ପିଟାଲ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୪ ଦିନ ଏଭଳି ବନ୍ୟା ସ୍ଥିତି ରହିବ, ଆଗାମୀ ୨୪ ଘଣ୍ଟା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ଏସଆରସିଙ୍କ ସୂଚନା
  • ||
  • ବୌଦ୍ଧ : ବୌଦ୍ଧ ଜିଲ୍ଲା ଭେଜିଗୋରା ଗ୍ରାମରେ ପାଣି ଘେରରେ ଥିବା ଗର୍ଭବତୀ ମହିଳା ଓ ଅନ୍ୟ ଜଣେ ମହିଳାଙ୍କୁ ଉଦ୍ଧାର କରିଛନ୍ତି ଅଗ୍ନିଶମ କର୍ମଚାରୀ
  • ||
  • ଭଦ୍ରକ : ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ କାସିମପୁର ପଞ୍ଚାୟତ ହେମେନ୍ଦ୍ର ନାଥ ହାଇସ୍କୁଲରେ କ୍ଲାସ ରୁମ୍‌ରେ ପଶିଲା ବନ୍ୟା ପାଣି, ବାତିଲ ହେଲା ପରୀକ୍ଷା
  • ||
  • ସୋର : ବାଲେଶ୍ବର ଜିଲ୍ଲା ନୀଳଗିରି ଅଧିନ ଔପଦା ବ୍ଲକର ବିଡ଼ିଓ ଅଭିଷେକ ଦାସଙ୍କର ବଦଳିକୁ ନେଇ ବୁଧବାର ଔପଦା ବ୍ଲକ୍ ସମ୍ମୁଖରେ ସରପଞ୍ଚ, ସମିତି ସଭ୍ୟ/ସଭ୍ୟା, ବୁଦ୍ଧିଜୀବୀ, ଔପଦାର ଜନସାଧାରଣଙ୍କ ଧାରଣା
  • ||
  • ଜଗତସିଂହପୁର : ତିର୍ତ୍ତୋଲ ବ୍ଲକର ଗୋତିଆକୁଦ ଗାଁରେ ହଠାତ ପାଣି ବଢିଯିବାରୁ ଗୋଟିଏ ପରିବାରର ୩ ଜଣ ଫଶି ରହିଥିଲେ, ବୁଧବାର ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କରିଛି
  • ||
  • କଟକ : ମୁଣ୍ଡଳୀରେ କମୁଛି ଜଳସ୍ତର, ତଥାପି ଵିପଦ ସଙ୍କେତ ଉପରେ ମହାନଦୀ
  • ||
  • ବାଲିପାଟଣା : ଧନୁଆ ନଦୀରେ ବନ୍ୟା, ବାଲିପାଟଣା ବ୍ଲକ୍‌ର ୫ଟି ପଞ୍ଚାୟତର ବିଭିନ୍ନ ଗାଁ ଜଳମଗ୍ନ
  • ||
  • ବାରିପଦା : ଆଇଟିଆଇ କଲେଜରେ ଆଦିବାସୀ ଛାତ୍ରଙ୍କୁ ମାଡ ଘଟଣା, ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡାକରା
  • ||
  • କଣାସ : ମକରା ନଦୀରେ ୫୦ ଫୁଟର ଘାଇ, ୨୦ ରୁ ଅଧିକ ଗାଁରେ ପଶିଲା ବନ୍ୟାଜଳ
  • ||
  • ଜଳେଶ୍ବର : ତ୍ରୀର୍ଥଯାତ୍ରୀ ବସ୍‌କୁ ପିଟିଲା ମାଲବାହୀ ଟ୍ରକ୍, ଜଣେ ମୃତ ଓ ୪ ଗୁରୁତର
  • ||

ରଥଟଣାବେଳେ ଲାଗିଲା ବିଦ୍ୟୁତ ତାର :  ଜଣେ ମୃତ, ୭ ଗୁରୁତର

ଜଳେଶ୍ବର,୧/୭ : ସ୍ଥାନୀୟ ଗୁଡ଼ିଖାଳ ମଠ ସାହି ଗାଁରେ ରଥଟଣା ସମୟରେ ଘଟିଛି ବଡ଼ ଧରଣର ଅଘଟଣ ।  ଦୀର୍ଘ ଦୁଇ ବର୍ଷ ପରେ ରଥଯାତ୍ରା ହେବାରୁ ଭକ୍ତ ଓ ଭଗବାନଙ୍କ ମଧ୍ୟରେ ମିଳନ ହୋଇଥିଲା । ମାତ୍ର ରଥଟଣା ସମୟରେ ୧୧କେଭି ତାର ସଂସ୍ପର୍ଶରେ ଆସି ଜଣଙ୍କର ମୃତ୍ୟୁ ହୋଇଥିବାବଳେ ୭ଜଣ ଗୁରୁତର ହୋଇଛନ୍ତି । ୭ଗୁରୁତରଙ୍କୁ ବସ୍ତା ହସ୍ପିଟାଲରେ ଭର୍ତ୍ତି କରାଯାଇଛି  ।

ସୂଚନା ଅନୁଯାୟୀ  ଆଜି ସନ୍ଧ୍ୟାରେ ମଠସାହି ଗ୍ରାମର ଶତାଧିକ ଲୋକେ ରଥ ଟାଣୁଥିବା ସମୟରେ ମଠ ସାହି ଛକ ନିକଟ ରାସ୍ତା ଉପର ଦେଇ ଯାଇଥିବା ୧୧ କେଭି ବିଦ୍ଯୁତ ତାର ସହିତ ରଥଟି ଲାଗି ଯାଇଥିଲା। ପ୍ରବଳ ବର୍ଷା ଯୋଗୁଁ ରଥଟି ସମ୍ପୂର୍ଣ୍ଣ ଓଦା ହୋଇଥିବାରୁ ରଥକୁ ଛୁଇଁଥିବା ଲୋକମାନେ ବିଦ୍ୟୁତ୍ ଆଘାତର ଶିକାର ହୋଇଥିଲେ ।  ସେମାନଙ୍କ ମଧ୍ୟରୁ ୭ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ସଙ୍ଗେ ସଙ୍ଗେ ଆମ୍ବୁଲାନ୍ସ ଯୋଗେ ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲାବେଳେ ଜଣଙ୍କର ମୃତ୍ୟୁ ଘଟିଛି । ବସ୍ତା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଜାରି ରଖିଛି।