ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଓଡ଼ିଶାର ପ୍ରତି ଜିଲ୍ଲାରେ ହେବ ସମ୍ ମଲ୍ଟିସ୍ପେଶିଆଲିଟି ହସ୍ପିଟାଲ

Published By : Gurupada Nath | January 30, 2025 9:24 PM

ଭୁବନେଶ୍ୱର, ୩୦/୧ : ରାଜ୍ୟରେ ସ୍ୱାସ୍ଥ୍ୟ ସେବାକୁ ତ୍ୱରାନ୍ୱିତ କରିବା ନିମନ୍ତେ ସମ୍ ହେଲ୍‌ଥ କେୟାର ସର୍ଭିସେସ୍ ପକ୍ଷରୁ ଏକ ବିସ୍ତୃତ ଯୋଜନା ହାତକୁ ନିଆଯାଇଛି । ତୃଣମୂଳ ସ୍ତରର ଲୋକଙ୍କୁ ସୁଲଭ ତଥା ଗୁଣବତା ବିଶିଷ୍ଟ ସ୍ୱାସ୍ଥ୍ୟ ସେବା ଦେବାକୁ ପ୍ରତି ଜିଲ୍ଲାରେ ଏହି ସଂସ୍ଥା ପକ୍ଷରୁ ୫୦ ଶଯ୍ୟା ବିଶିଷ୍ଟ ମଲ୍ଟିସ୍ପେଶିଆଲିଟି ହସ୍ପିଟାଲ୍ ସ୍ଥାପନ କରାଯିବ। ଏହି ପରିପ୍ରେକ୍ଷୀରେ ସଂସ୍ଥା ପକ୍ଷରୁ ରାଜ୍ୟ ସରକାରଙ୍କୁ ପ୍ରଦାନ କରାଯାଇଥିବା ପ୍ରସ୍ତାବ ଗୃହୀତ ହୋଇଛି ବୋଲି ବୁଧବାର ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ଘୋଷଣା କରାଯାଇଛି।  ଓଡ଼ିଶାର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଓ ସ୍ୱାସ୍ଥ୍ୟ ବିଭାଗର କମିସନର କମ୍ ସେକ୍ରେଟାରୀ ଏସ୍‌. ଅଶ୍ୱତିଙ୍କ ଉପସ୍ଥିତିରେ ଏହି ଘୋଷଣା କରାଯାଇଥିଲା। 

ଉଭୟ ପ୍ରାଇମେରୀ ଏବଂ ସେକେଣ୍ଡାରୀ ସ୍ୱାସ୍ଥ୍ୟ ସେବା ସହ ଏହି ହସ୍ପିଟାଲ୍ ଗୁଡ଼ିକରେ ଅତ୍ୟାଧୁନିକ ଡାଇଗ୍ନୋସିସ୍ ଲ୍ୟାବ୍‌, ବୟୋଜ୍ୟେଷ୍ଠଙ୍କ ଲାଗି ସ୍ୱତନ୍ତ୍ର ଯତ୍ନ, ଫାର୍ମାସୀ, ଟ୍ରମା କେୟାର, ଇମର୍ଜେନ୍ସି ଏବଂ ଫିଜିଓଥେରାପି ସୁବିଧା ପ୍ରଦାନ କରାଯିବ। ଏଥି ନିମନ୍ତେ ୧୦୦୦ କୋଟି ଟଙ୍କାର ନିବେଶ ହେବ ଓ ୯୦୦ ଲୋକଙ୍କ ଲାଗି ସିଧାସଳଖ ଓ ୬୦୦୦ ଲୋକଙ୍କ ନିମନ୍ତେ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ସମ୍ ହେଲ୍‌ଥକେୟାରର ପ୍ରୋଜେକ୍ଟ ମ୍ୟାନେଜର ଅନୁରାଗ ନାୟକ ସୂଚନା ଦେଇଛନ୍ତି। 

ଶ୍ରୀ ନାୟକ କହିଛନ୍ତି ଲୋକେ ସ୍ୱାସ୍ଥ୍ୟ ସେବା ଲାଗି ଭୁବନେଶ୍ୱର ଓ କଟକ ଭଳି ବଡ଼ ସହର ଗୁଡ଼ିକ ଉପରେ ନିର୍ଭରଶୀଳ ହେଉଛନ୍ତି । ଲୋକଙ୍କ ନିକଟରେ ଉତ୍ତମ ସ୍ୱାସ୍ଥ୍ୟ ସେବା ଉପଲବ୍ଧ କରାଇବା ଦିଗରେ ଏଭଳି ଉଦ୍ୟମ ଆରମ୍ଭ ହୋଇଛି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.