ମେଷ : ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ । କ୍ରୀଡ଼ାରେ ବିଜୟୀ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାମୂଳକ ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ପାଇବେ ।

ଶୁଭ ରଙ୍ଗ: ହଳଦିଆ, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ ।

ବୃଷ : ପାରିବାରିକ ଉତ୍ସବ ଓ ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ପରୀକ୍ଷାରେ ଆଶାତୀତ ସୁଫଳ ପାଇବେ । ଶତ୍ରପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଟା ଆରମ୍ଭ କରିପାରନ୍ତି । ସନ୍ତାନ ଯୋଗେ ଚିନ୍ତିତ ରହିବେ । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । ମନରେ ଅଶାନ୍ତି ଅସନ୍ତୋଷ ଦେଖାଦେବ । ଏକୁଟିଆ ବାହନରେ କୌଣସି ଜାଗାକୁ ଯାତ୍ରା କଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ଶୁଭ ରଙ୍ଗ: ସିଲ୍ଭର, ସଂଖ୍ୟା : ୨, ଆରାଧନା : ମା’ ଗାୟତ୍ରୀ ।

ମିଥୁନ : ସ୍ୱାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ସାମୂହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ । କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ ଓ ସମସ୍ତ କ୍ଷେତ୍ରରେ ଖୁସି ମିଳିବ । ଅଟକିଥିବା କାର୍ଯ୍ୟ ପୂରଣ ହେବ । ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ତ୍ୱପୂର୍ଣ୍ଣ କାମ ଆପଣଙ୍କ ଦ୍ୱାରା ହୋଇପାରେ ।

ଶୁଭ ରଙ୍ଗ : କଫି, ସଂଖ୍ୟା: ୧୨, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ : ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷଜନକ ହେବ । ବାଣିଜ୍ୟ, ବ୍ୟବସାୟରେ ଲାଭାନ୍ୱିତ ହେବେ । ଜୀବନସାଥୀଙ୍କ ସହଯୋଗରେ ଆଗକୁ ବଢିପାରିବେ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ଜାଗା, ଜମି, ବାସଗୃହ ଓ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଆର୍ଥିକ ସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ ।

ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୫, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ନୂଆ କୌଶଳ ଶିଖିବାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଅ।।ର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ । କାର୍ଯ୍ୟବ୍ୟସ୍ତତା ଯୋଗୁ ପରିବାର ଏବଂ ସାଙ୍ଗସାଥୀଙ୍କ ଠାରୁ ଦୂରରେ ରହିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୧, ଆରାଧନା: ମା’ ମାଣିକେଶ୍ୱରୀ ।

କନ୍ୟା : ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ । ଆର୍ଥିକ ସ୍ଥିତି ସୁଧୁରିଯିବ ଓ ଯଶ ପ୍ରତିଷ୍ଠା ମିଳିବ । ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ କରିପାରିବେ । କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । କଠିନ ପରିଶ୍ରମ କରିବା ଯୋଗୁ ଶାରୀରିକ ଅସୁସ୍ଥତା ଦେଖା ଦେଇପାରେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ ।

ଶୁଭ ରଙ୍ଗ: ସବୁଜ, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । କିଛି କାରଣ ନ ଥାଇ ଅପମାନିତ ଏବେ କିମ୍ବା ମିଛ ମାମଲାରେ ଫସିପାରନ୍ତି । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ ।

ଶୁଭ ରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ମା’ କମଳା ।

ବିଛା : ସାଙ୍ଗଠନିକ କାର୍ଯ୍ୟରେ ଅଂଶଗ୍ରହଣ କରି ତଳ ମହଲରୁ ଆଶାତୀତ ଲାଭ ପାଇବେ । କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ । କଠିନ ପରିଶ୍ରମ କରି ବ୍ୟବସାୟ କ୍ଷେତ୍ରରୁ ମନ ମୁତାବକ ଲାଭ ପାଇବେ । ଲୋକ ସମ୍ପର୍କ ସୃଷ୍ଟି କରିବାରେ ସମର୍ଥ ହେବେ । କାର୍ଯ୍ୟକ୍ଷେତ୍ରରେ ବୁଦ୍ଧି ବିବେକ ଖଟାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ଚଳିବା ହିତକର ହେବ । ଅର୍ଥ କାରବାର ବିଷୟରେ ସାବଧାନ ରହିବା ଆବଶ୍ୟକ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

ଧନୁ : ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତ୍ତାରେ ପରିପୂର୍ଣ୍ଣ ହେବ । ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟି ଶାରୀରିକ କଷ୍ଟ ଦୂର ହେବ । ସମ୍ପତ୍ତି ସମ୍ପର୍କିତ ମାମଲା କାହାର ମଧ୍ୟସ୍ଥତା ଦ୍ୱାରା ଦୂର ହେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ । ନୂଆ ଚାକିରି ସୁଯୋଗ ମିଳିବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ତ୍ୱପୂର୍ଣ୍ଣ କାମ ହୋଇପାରେ । କୌଣସି କାମରେ ବିଶେଷ ଜ୍ଞାନ ହାସଲ କରିବେ ।

ଶୁଭ ରଙ୍ଗ : ଲାଲ୍, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : ନୂଆଲକ୍ଷ୍ୟ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବୋ ବ୍ୟବସାୟ ସମ୍ପର୍କିତ ଜରୁରୀ କାର୍ଯ୍ୟ ନିମନ୍ତେ ଯାତ୍ରା କରିବାକୁ ପଡିବ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ଅସମ୍ପୂର୍ଣ୍ଣ କାର୍ଯ୍ୟ ପୂରଣ ହୋଇଯିବାର ସମ୍ଭାବନା ରହିଛି । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତ୍ତାରେ ପରିପୂର୍ଣ୍ଣ ହେବ ।

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଘରୋଇ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । କର୍ମ•ରୀମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ । ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ । ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ ।

ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଭୈରବୀ ।

ମୀନ : ସ୍ୱାସ୍ଥ୍ୟ ସମସ୍ୟା ସୁଧୁରିଯିବା ଫଳରେ ବ୍ୟବସାୟରେ ପୁଞ୍ଜି ନିବେଶ ପାଇଁ ଆଶା କରିବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ପରିବାର ସମ୍ବନ୍ଧିତ କୌଣସି ବନ୍ଧୁଙ୍କ ଦ୍ୱାରା ଶୁଭ ସମାଚାର ଶୁଣିବେ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । ଆଇନ ସମ୍ପର୍କିତ ଦୁଶ୍ଚିନ୍ତା ଦୂରହେବ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଗଜାନନ ।