ପ୍ରମୂଖ ଖବର
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

୮ ରୁ ୯ ତାରିଖ ଯାଏ ବଦଳିବନି ପାଗ, ବିଭିନ୍ନ ସ୍ଥାନରେ ଜାରି ରହିବ କାଳବୈଶାଖୀ ବର୍ଷା

Published By : Rasmita Pradhan | May 2, 2025 10:21 AM

ଭୁବନେଶ୍ଵର, ୦୨/୦୫ : ଆଗାମୀ ୮ ରୁ ୯ ତାରିଖ ଯାଏ ପାଗରେ ହେବନି ବିଶେଷ ପରିବର୍ତ୍ତନ। ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିବ କାଳବୈଶାଖୀ ବର୍ଷା। ଗରମ ଓ ଗୁଳୁଗୁଳି ଅନୁଭୂତ ହେବା ସହ ରାତିରେ ଥଣ୍ଡା ଅନୁଭବ ହେବ। ଏନେଇ ସୂଚନା ଦେଇଛନ୍ତି ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ। 

କାଳବୈଶାଖୀ ଓ ଟ୍ରପଲାଇନ୍‌ର ପ୍ରଭାବ ଯୋଗୁ ଅଧିକ ଗରମ ଅନୁଭୂତ ହେବନାହିଁ। ୨ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନୟାଗଡ଼, ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡିରେ ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ହୋଇପାରେ । ୪୦ରୁ ୫୦ କିମି ବେଗରେ ପବନ ବି ବହିବ । ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ । ୩ ତାରିଖରେ ଉତ୍ତର ଓଡ଼ିଶା, ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ୪, ୫ ଓ ୬ ତାରିଖରେ ବି କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି । 

ଏହି ଖବରଟିକୁ ପଢନ୍ତୁ-ରାଜଧାନୀରେ କାଳବୈଶାଖୀ ତାଣ୍ଡବ; ଗଛ ପଡ଼ି ଚାଲିଗଲା ୪ ଜୀବନ, IMDର ରେଡ଼ ଆଲର୍ଟ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.