ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ଆଉ ୨ ଗିରଫ
  • ||
  • ମାଲକାନଗିରି : ନଈ ପାରି ହେବା ସମୟରେ ପାଣିରେ ଭାସି ଯାଇ ଦୁଇ ଯୁବକ ମୃତ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

୨୦ ଲକ୍ଷ ମହିଳାଙ୍କ ଖାତାକୁ କ୍ରେଡିଟ୍ ହେଲା ‘ସୁଭଦ୍ରା’ ଟଙ୍କା, ୮୦ ଲକ୍ଷ ଛୁଇଁଲା ହିତାଧିକାରୀଙ୍କ ସଂଖ୍ୟା

Published By : Rasmita Pradhan | November 24, 2024 2:11 PM

ଭୁବନେଶ୍ଵର, ୨୪/୧୧ : ମହିଳାଙ୍କ ପାଇଁ ଖୁସି ଖବର। "ସୁଭଦ୍ରା'ରୁ ବାଦ୍ ପଡ଼ିଥିବା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଲା ଟଙ୍କା। ସୁନ୍ଦରଗଡ଼ରୁ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ। ୨୦ ଲକ୍ଷ ମହିଳାଙ୍କ ଖାତାକୁ କ୍ରେଡିଟ୍ ହେଲା ‘ସୁଭଦ୍ରା’ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା। ୮୦ ଲକ୍ଷ ଛୁଇଁଲା ହିତାଧିକାରୀ ସଂଖ୍ୟା। ବାକି ରହିଥିବା ମହିଳାଙ୍କୁ ଡିସେମ୍ବରରେ ହେବ ଡିବିଟି। 

ସୁନ୍ଦରଗଡ଼ରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୁଭଦ୍ରା ଟଙ୍କା ବାଣ୍ଟିଛନ୍ତି। ୨୦ ଲକ୍ଷ ହିତାଧିକାରୀଙ୍କ ଆକାଉଣ୍ଟକୁ କିସ୍ତି ଟ୍ରାନ୍ସଫର ହୋଇଛି। ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ବଣ୍ଟାଯାଇଛି। ମୋଟ ହିତାଧିକାରୀଙ୍କ ସଂଖ୍ୟା ୮୦ ଲକ୍ଷ ଛୁଇଁଛି। ତେବେ ଜମି ସମସ୍ୟା ଯୋଗୁଁ ଅନ୍ୟ କିଛି ହିତାଧିକାରୀ ତାଲିକାରୁ ବାଦ୍ ପଡ଼ିଛନ୍ତି। ସେମାନଙ୍କ ନାମରେ ଜମି ନାହିଁ, ହେଲେ ସେମାନେ ଧାନ ବିକ୍ରି କରିଛନ୍ତି। ବିବାଦରେ ସରଜମିନ ଯାଞ୍ଚ୍‌ କରାଯିବ । ସେହିପରି ଆଉ ୫ ଲକ୍ଷଙ୍କର କିଛି ଅସୁବିଧା ଥିଲା, ତାହା ସମାଧାନ ହୋଇନାହିଁ। ସେମାନଙ୍କର ଆକାଉଣ୍ଟ ସହ ଆଧାର ଲିଙ୍କ୍‌ରେ ସମସ୍ୟା ଅଛି। ଆଧାର, ଆକାଉଣ୍ଟ ସହ ପୁଣି ମୋବାଇଲ ନମ୍ୱର ସଂଯୋଗରେ ଅସୁବିଧା ରହିଛି। ଏହି ସବୁ ସଂଶୋଧନ ହେବା ପରେ ସେମାନେ ସାମିଲ ହୋଇପାରିବେ। ଡିସେମ୍ୱରରେ ସେମାନେ ସୁଭଦ୍ରା ଟଙ୍କା ପାଇବେ। ସୁଭଦ୍ରା ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଲାଗି ସରକାରୀ ଅଧିକାରୀ ଘରକୁ ଘର ଯିବେ। ଅଙ୍ଗନବାଡି କର୍ମଚାରୀ, ମିଶନ ଶକ୍ତି ମା', ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀମାନେ ଗାଁକୁ ଯିବେ। ବାଦ ପଡ଼ିଥିବା ହିତାଧିକାରୀଙ୍କୁ ସାମିଲ କରିବା ପର୍ଯ୍ୟନ୍ତ ପ୍ରକ୍ରିୟା ଜାରି ରହିବ। ଶେଷ ହିତାଧିକାରୀଙ୍କୁ ଯୋଡ଼ିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ରହିଛି। ଗତ ସେପ୍ଟେମ୍ୱର ୧୭ ଓ ଅକ୍ଟୋବର ୯ରେ ଦୁଇଟି ପର୍ଯ୍ୟାୟରେ ୬୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରାଯାଇଛି। ଆଜି ଆଉ ୨୦ ଲକ୍ଷଙ୍କ ଖାତାକୁ ଟଙ୍କା ଆସିଛି। ଡିସେମ୍ଵର ସୁଦ୍ଧା ହିତାଧିକାରୀଙ୍କ ସଂଖ୍ୟା କୋଟିଏ ଟପିବ। ଏହି ଯୋଜନାରେ ଅଧିକରୁ ଅଧିକ ମହିଳାଙ୍କୁ ସାମିଲ କରିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.