ପ୍ରମୂଖ ଖବର
  • ଉଜ୍ଜ୍ୱଳା ସବ୍‌ସିଡି ପାଇଁ ୧୨ ହଜାର କୋଟି ମଞ୍ଜୁରୀ, ତୈଳ କମ୍ପାନିଙ୍କୁ ୩୦ ହଜାର କୋଟି କ୍ଷତିପୂରଣ
  • ||
  • ବିଜେବି ନଗରରେ ବ୍ୟାପିଲା ଜଣ୍ଡିସ୍, ପାଣି ନମୁନା ସଂଗ୍ରହ ସହ ସତର୍କ ରହିବାକୁ ପରାମର୍ଶ
  • ||
  • ଜମ୍ମୁକାଶ୍ମୀରରେ ଆତଙ୍କବାଦୀଙ୍କ ସହ ଗୁଳିବିନିମୟରେ ୨ ଯବାନ ସହିଦ ୧୦ ଜଣ ଗୁରୁତର ଆହତ
  • ||
  • ନୂଆପଡ଼ା : ଏନ୍‌ଏଚ୍ ୩୫୩ କ୍ରିଷ୍ଣା ଛକରେ ଦୁର୍ଘଟଣା; ଟ୍ରକ୍‌ ଧକ୍କାରେ ମାମୁ ଭଣଜା ମୃତ
  • ||
  • ଋଷ-ୟୁକ୍ରେନ୍‌ ଯୁଦ୍ଧ ଶେଷ କରିବା ପ୍ରସ୍ତୁତି ,ଅଗଷ୍ଟ ୧୫ରେ ଡୋନାଲ୍ଡ ଟ୍ରମ୍ପ ଓ ପୁଟିନ୍‌ଙ୍କ ବଡ଼ ବୈଠକ
  • ||
  • ରାକ୍ଷୀ ପୂର୍ଣ୍ଣିମା; ଭାଇ ହାତରେ ସମ୍ପର୍କର ସୂତା ବାନ୍ଧି ସୁରକ୍ଷାର ପ୍ରତିଶ୍ରୁତି ନେଲେ ଭଉଣୀ
  • ||
  • ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ତୃତୀୟ କିସ୍ତି; ଜୟପୁର ସଭାରୁ ଟଙ୍କା ବାଣ୍ଟିବେ ମୁଖ୍ୟମନ୍ତ୍ରୀ
  • ||

ଶନିବାର ଆସିବ ସୁଭଦ୍ରା ଟଙ୍କା,ଜୟପୁରରେ ତୃତୀୟ କିସ୍ତି ଟଙ୍କା ବାଣ୍ଟିବେ ମୁଖ୍ୟମନ୍ତ୍ରୀ

Published By : Anindita Ratha | August 9, 2025 8:46 AM

ଭୁବନେଶ୍ବର,୦୯/୦୮: ଶନିବାର ଅର୍ଥାତ୍‌ ୯ ତାରିଖରେ ଦୁଇଦିନିଆ କୋରାପୁଟ ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସ୍ଥାନୀୟ ଶିଶୁ ମନ୍ଦିରରେ ରକ୍ଷାବନ୍ଧନ କାର୍ଯ୍ୟକ୍ରମରେ ସାମିଲ ପରେ ମହିଳାଙ୍କୁ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ଟଙ୍କା ପ୍ରଦାନ କରିବେ । ଜୟପୁର ସହର ଉପକଣ୍ଠ ବାଙ୍କବିଜା ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଆଖିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଅନୁଯାୟୀ, ୯ ତାରିଖ ସକାଳ ୮ଟା ୪୦ରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ଏୟାରପୋର୍ଟରୁ ବାହାରିବେ । ଜୟପୁର ବିମାନବନ୍ଦରରେ ପୂର୍ବାହ୍ଣ ୯ଟା ୪୦ରେ ପହଞ୍ଚିବେ । 

ସେଠାରୁ ପାରବେଡ଼ା ସରସ୍ୱତୀ ଶିଶୁବିଦ୍ୟାମନ୍ଦିର ଯିବେ । ସେଠାରେ ଆୟୋଜିତ ରକ୍ଷାବନ୍ଧନ କାର୍ଯ୍ୟକ୍ରମରେ ସାମିଲ ହେବେ । ପାର୍କରେ ସ୍ୱର୍ଗତ ହରିଶ୍ଚନ୍ଦ୍ର ବକ୍ସିପାତ୍ରଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ । ୧୧ଟାରେ ବାଙ୍କବିଜା ପଡ଼ିଆରେ ସୁଭଦ୍ରା ଯୋଜନା କାର୍ଯ୍ୟକ୍ରମରେ ଯୋଗଦେବେ । ହିତାଧିକାରୀଙ୍କୁ ତୃତୀୟ କିସ୍ତି ଟଙ୍କା ବଣ୍ଟନ କରିବେ । ସେଠାରୁ କୋରାପୁଟ ସର୍କିଟ୍‌ ହାଉସ୍‌ ଅଭିମୁଖେ ବାହାରିବେ । ବାଙ୍କବିଜାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ପ୍ରାଣୀସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ସାଂସଦ, ବିଧାୟକ ଏବଂ ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ଯୋଗଦେବେ ।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.