ମେଷ : ଦଶମ ଚନ୍ଦ୍ର, ଗୁରୁବାର, ଦ୍ୱିତୀୟା ତିଥି ଓ ରବି, ଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ, ବିଦ୍ୟାରମ୍ଭ, ଗୃହାରମ୍ଭ, ବ୍ୟବସାୟ ଆରମ୍ଭ ଏବଂ ଭୂମି ପୂଜା, ଗୃହ ପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିବେ କିମ୍ବା କୌଣସି ଶୁଭକର୍ମରେ ଯୋଗ ଦେବେ । କର୍ମରେ ଉନ୍ନତି, କର୍ମ ପ୍ରତି ଏକାଗ୍ରତା, ଆନ୍ତରିକତା ପ୍ରକାଶ ପାଇବ ଏବଂ ସମସ୍ତ କର୍ମରେ ଆଶାଜନକ ସଫଳତା ମିଳିବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।

ବୃଷ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ନିଜର ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କଠାରୁ ଅପମାନ ମିଳିବ । ମନ ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।

ମିଥୁନ : ଅଷ୍ଟମ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କାଳରେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ଚାଲିଚଳନ, ବ୍ୟବହାର ବିବାଦୀୟ ହେବ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ : ସପ୍ତମ ଚନ୍ଦ୍ର, ଗୁରୁବାର ଓ ସକାଳ ୯ଟା ୨୭ ମିନିଟ୍ ପରେ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମରେ କିମ୍ବା ସାମାଜିକ କର୍ମରେ ସାମିଲ୍ ହେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।

ସିଂହ : ଷଷ୍ଠ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହ କଥାବାର୍ତ୍ତା ବେଳେ ଯଥାସମ୍ଭବ ବାକ୍ ସଂଯମତା ଅବଲମ୍ବନ କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଶତ୍ରୁବୃଦ୍ଧି ଘଟିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ସମ୍ମୁଖୀନ ହେବେ । ଯେଉଁମାନଙ୍କର ପୂର୍ବାଫାଲ୍ଗୁନୀ ସିଂହ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ସକାଳ ୯ଟା ୨୭ ମିନିଟ୍ ପରେ ଘାତ ନକ୍ଷତ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଇତର ଜନଠାରୁ ଅପମାନ ପାଇବେ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ ଶିକ୍ଷା, ଦୀକ୍ଷା ଓ କର୍ମରେ ବାଧା ଉପୁଜିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଏବଂ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଓ ଘାତବାର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛି ମାତ୍ରାରେ ସମର୍ଥ ହେବେ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ଗୁରଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା, ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ପୁରାତନ ବିବାଦ କିମ୍ବା ଜମିଜମା ବିବାଦର ସମାଧାନ ହେବ ଏବଂ ମାଲିମକଦ୍ଦମାରେ ବିଜୟ ହାସଲ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ । ଯେଉଁମାନଙ୍କର ଚିତ୍ରା ଓ ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୪, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା : ତୃତୀୟ ଚନ୍ଦ୍ର, ସକାଳ ୯ଟା ୨୭ ମିନିଟ୍ ପରେ ତୃତୀୟା ତିଥି, ଗୁରୁବାର ଓ ରବି, ଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ କରିପାରନ୍ତି । କୌଣସି ଶୁଭକର୍ମର ଆୟୋଜନ କରିବେ କିମ୍ବା ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ମା’ ବଗଳାମୁଖୀ ।

ଧନୁ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ପ୍ରଭୁ ଗଜାନନ ।

ମକର : ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ସ୍ୱଜନ, ପରିଜନଙ୍କ ସହଯୋଗ ମିଳିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ହେବେ ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ ଏବଂ କର୍ମରେ ପରିଶ୍ରମ ତୁଳନାରେ ସଫଳତା ମିଳିବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।

କୁମ୍ଭ : ଦ୍ୱାଦଶ ଚନ୍ଦ୍ର, ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଅପବ୍ୟୟ, ଅପବାଦ, ଅପଯଶରୁ ସାମୟିକ ମୁକ୍ତି ମିଳିବ ଏବଂ ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁମାନଙ୍କର ଧନିଷ୍ଠା ଓ ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ କାଳୀ ।

ମୀନ : ଏକାଦଶ ଚନ୍ଦ୍ର, ଗୁରୁବାର ଓ ରବି, ଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ଧନର ସତ୍ବିନିଯୋଗ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା : ମା’ ମାଣିକେଶ୍ୱରୀ ।

ଜ୍ୟୋତିର୍ବିଦ୍ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩