ମେଷ : ସକାଳ ୮ଟା ୧୩ ମିନିଟ୍ ପରେ ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଆର୍ଥିକ ଠକାମିରେ ପଡ଼ିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ପାରିବାରିକ ବିବାଦ ଲାଗି ରହିବ ଏବଂ ଜମିଜମାକୁ ନେଇ ବିବାଦ ଉଗ୍ରରୂପ ଧାରଣ କରିବ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଘଟିବ ତଥା କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଅଶ୍ୱିନୀ ଓ ଦ୍ୱିଜା ମେଷ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ତୃତୀୟ ଚନ୍ଦ୍ର, ଦ୍ୱିତୀୟା ତିଥି, ବୁଧବାର ଓ ଅପରାହ୍ନ ୧ଟା ୩୭ ମିନିଟ୍ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତି ହେବ । ନୂତନ ବିଦ୍ୟାରମ୍ଭ, କର୍ମାରମ୍ଭ, ଗୃହାରମ୍ଭ,ଭୂମିପୂଜା, ଗୃହ ପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିବେ ଏବଂ ପରିବାର ସହ କୌଣସି ଶୁଭକର୍ମରେ ଯୋଗଦେବେ । ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ ଏବଂ ପରିବାର ପ୍ରତି ଅଧିକ ଧ୍ୟାନ ଦେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । ଯେଉଁମାନଙ୍କର ରୋହିଣୀ ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା ।

ମିଥୁନ : ସକାଳ ୮ଟା ୧୩ ମିନିଟ୍ ପର୍ଯ୍ୟନ୍ତ ଶ୍ରୀଚନ୍ଦ୍ର ଯୋଗୁ ଓ ପରେ ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିôବା ଧନ ଓ ହୃତଧନ ଫେରିପାଇବେ । ଆର୍ଥିକ ସ୍ଥିତିରେ ଉନ୍ନତି, ବ୍ୟବସାୟରେ ପ୍ରଗତି, କର୍ମରେ ଉନ୍ନତି ଏବଂ ସାମାଜିକ, ପାରିବାରିକ ସ୍ଥିତି ଉତ୍ତମ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ରହିବ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । କର୍ମରେ ସଫଳତା ଓ ଦରମାରେ କିଛି ବୃଦ୍ଧି ଘଟିପାରେ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ଭବବାନ ବିଷ୍ଣୁ ।

କର୍କଟ : ସକାଳ ୮ଟା ୧୩ ମିନିଟ୍ ପର୍ଯ୍ୟନ୍ତ ଦ୍ୱାଦଶ ଚନ୍ଦ୍ର, ଘାତବାର ଯୋଗୁ ସେ ସମୟ ପର୍ଯ୍ୟନ୍ତ ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ । ଏହାପରେ ଶ୍ରୀଚନ୍ଦ୍ର ଭୋଗ ହେଲେ ମଧ୍ୟ କିଛି ନା କିଛି ସମସ୍ୟା ଦେଖାଦେବ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଓ ସହକର୍ମୀଙ୍କ ସହଯୋଗ ମିଳିବ ଏବଂ ଆପଣଙ୍କ ବକ୍ତବ୍ୟରେ ସମସ୍ତେ ବଶୀଭୂତ ହେବେ । ସୁଖବର, ସୁସମ୍ବାଦ ମିଳିବ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହାୟତା ମିଳିବ । ଯେଉଁମାନଙ୍କର ଅଶ୍ଲେଷା କର୍କଟ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।

ସିଂହ : ସକାଳ ୮ଟା ୧୩ ମିନିଟ୍ ପରେ ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶର ଶିକାର ହେବେ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ଗ୍ରହଣ କରିବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ମଘା ଓ ଉତ୍ତରାଫାଲ୍ଗୁନୀ ସିଂହ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ପ୍ରଭୁ ଗଜାନନ ।

କନ୍ୟା : ସକାଳ ୮ଟା ୧୩ ମିନିଟ୍ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ଯେକୌଣସି କର୍ମ କରିବା ପୂର୍ବରୁ ଭଲଭାବେ ଚିନ୍ତା କରି କରିବେ । ଏହାପରେ ଏକାଦଶ ଚନ୍ଦ୍ର, ବୁଧବାର ଓ ଅପରାହ୍ଣ ୧ଟା ୩୭ ମିନିଟ୍ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆର୍ଥିକ ସ୍ଥିତିରେ ସୁଧାର ଆସିବ ଏବଂ ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛି ମାତ୍ରାରେ ସମର୍ଥ ହେବେ । ହୃତ ଗୌରବ, ହୃତ ସମ୍ମାନ ଫେରିପାଇବେ ଏବଂ ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । ଯେଉଁମାନଙ୍କର ଉତ୍ତରାଫାଲ୍ଗୁନୀ ଓ ଚିତ୍ରା କନ୍ୟା, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୪, ଆରାଧନା : ମା’ ଷୋଡ଼ଶୀ ।

ତୁଳା : ନବମ ଓ ଦଶମ ଚନ୍ଦ୍ର, ବୁଧବାର ଓ ଅପରାହ୍ଣ ୧ଟା ୩୭ ମିନିଟ୍ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା, ଆନ୍ତରିକତା ଅଧିକ ରହିବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : କଫି, ସଂଖ୍ୟା : ୬, ଆରାଧନା : ମା’ କମଳା ।

ବିଛା : ସକାଳ ୮ଟା ୧୩ ମିନିଟ୍ ପର୍ଯ୍ୟନ୍ତ ଅଷ୍ଟମ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଏହାପରେ ନବମ ଚନ୍ଦ୍ର ଯୋଗୁ ସ୍ଥିତିରେ ସାମାନ୍ୟ ପରିବର୍ତ୍ତନ ଆସିବ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ଗୁରୁଜନଙ୍କ ପ୍ରତି ସମ୍ମାନ ଓ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ ଏବଂ ପିତାମାତାଙ୍କ କୃପା ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।

ଧନୁ : ସକାଳ ୮ଟା ୧୩ ମିନିଟ୍ ପରେ ଅଷ୍ଟମ ଚନ୍ଦ୍ର ଓ ଅପରାହ୍ଣ ୧ଟା ୩୭ ମିନିଟ୍ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସମସ୍ତ କର୍ମ ବିବାଦୀୟ ହେବ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ମୂଳା ଓ ପୂର୍ବଭାଦ୍ର ଧନୁ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : ଷଷ୍ଠ ଓ ସପ୍ତମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ, ବିଦ୍ୟାରମ୍ଭ, ଗୃହାରମ୍ଭ, ବ୍ୟବସାୟ ଆରମ୍ଭ, ଭୂମିପୂଜା, ଗୃହ ପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ଶୁଭ କର୍ମରେ ଯୋଗଦେବେ । ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କଠାରୁ ଧନ ଓ ସାହାଯ୍ୟ, ସହଯୋଗ ମଳିବ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ପଞ୍ଚମ ଓ ଷଷ୍ଠ ଚନ୍ଦ୍ର ଉଭୟ ଭୋଗ ହେଉଥିôବାରୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ସୁଦୃଢ଼ ହେବ । ରୋଗ, ଋଣ, ଶତ୍ରୁତାରୁ ମୁକ୍ତି ମିଳିବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।

ମୀନ : ସକାଳ ୮ଟା ୧୩ ମିନିଟ୍ ପରେ ପଞ୍ଚମ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ବିଦ୍ୟାରେ ବିଚକ୍ଷଣତା, ଚାଲିଚଳନରେ ସଂଯମତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, କର୍ମରେ ଉନ୍ନତି ଆସିବ ଏବଂ ସେମାନେ ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିବେ । ପାରିବାରିକ ବିବାଦ, ପୈତୃକ ସମ୍ପତ୍ତିକୁ ନେଇ ଥିବା ବିବାଦର ସମାଧାନ ହେବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ସମ୍ମାନ ଶୀର୍ଷରେ ରହିବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୯, ଆରାଧନା : ମା’ ମାତଙ୍ଗୀ ।

ଜ୍ୟୋତିର୍ବିଦ୍ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩