ମେଷ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।
ବୃଷ : ଶ୍ରୀଚନ୍ଦ୍ର, ରବିବାର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ପରିବାର ସଦସ୍ୟଙ୍କ ସାହାଯ୍ୟ, ସହଯୋଗ ମିଳିବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମାହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।
ମିଥୁନ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶରୁ ସାମୟିକ ମୁକ୍ତି ମିଳିବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର କମ୍ ରହିବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବାର ଯୋଜନା କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । କୁସଙ୍ଗ ପରିତ୍ୟାଗ କରି ସତ୍ସଙ୍ଗ କରିବେ ଏବଂ ନିଜକୁ ସାମାଜିକ କର୍ମରେ ସାମିଲ୍ ହେବେ । କର୍ମରେ ସଫଳତା ଏବଂ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ । ଯେଉଁମାନଙ୍କର ମୃଗଶିରା ଓ ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୧, ଆରାଧନା : ମା’ ଷୋଡ଼ଶୀ ।
କର୍କଟ : ଏକାଦଶ ଚନ୍ଦ୍ର, ରବିବାର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧନ ଓ ଧ୍ୟାନ ଉଭୟ ବିନିଯୋଗ କରିବେ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଧନର କିଛି ଅଂଶ କୌଣସି ଆର୍ଥିକ ସଂସ୍ଥାରେ ନିବେଶ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।
ସିଂହ : ଦଶମ ଚନ୍ଦ୍ର, ରବିବାର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ କର୍ମରେ ଉନ୍ନତି, କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଓ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା, ସମ୍ମାନ ଶୀର୍ଷରେ ରହିବ । ଯେଉଁମାନଙ୍କର ମଘା ଓ ଉତ୍ତରାଷାଢ଼ା ସିଂହ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ଗଜାନନ ।
କନ୍ୟା : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ ଅଥବା ତାଙ୍କଠାରୁ ଅପମାନ ପାଇପାରନ୍ତି । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ ଏବଂ ମନରେ ହତୋତ୍ସାହ ଭାବ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା ।
ତୁଳା : ଅଷ୍ଟମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଓ ବ୍ୟବସାୟରେ ମଧ୍ୟମ ଧରଣର ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ, ଆତ୍ମତୃପ୍ତି ମିଳିବ ନାହିଁ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଉ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ସଫଳତା ମିଳିବ ନାହିଁ । ଯେଉଁମାନଙ୍କର ବିଶାଖା ତୁଳା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।
ବିଛା : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ଦାମ୍ପତ୍ୟ ଜୀବନରେ ଝଡ଼ର ସୂତ୍ରପାତ ହେବ କିମ୍ବା ସହଧର୍ମିଣୀଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ମହିଳା ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ବିଶାଖା ବିଛା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ମା’ ବଗଳାମୁଖୀ ।
ଧନୁ : ଷଷ୍ଠ ଚନ୍ଦ୍ର, ରବିବାର ଯୋଗୁ ରୋଗ,ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂର ହେବ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
ମକର : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁ ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା ଲୋପ୍ ପାଇବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କର ଶିକ୍ଷା, ଦୀକ୍ଷା ଓ କର୍ମରେ ବାଧା ଉପୁଜିବ । ପାରିବାରିକ ବିବାଦ ଉଗ୍ରରୂପ ଧାରଣ କରିବ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।
କୁମ୍ଭ : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ସ୍ୱଜନ, ପରିଜନଙ୍କ ସହ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କଠାରୁ ସାହାଯ୍ୟ, ସହଯୋଗ ମିଳିପାରେ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଧନିଷ୍ଠା ଓ ଶତଭିଷା କୁମ୍ଭ ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ ।
ମୀନ : ତୃତୀୟ ଚନ୍ଦ୍ର, ରବିବାର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ମନରେ ଦୃଢ଼ ଇଚ୍ଛାଶକ୍ତି, ଆତ୍ମବିଶ୍ୱାସ ପ୍ରକାଶ ପାଇବ ଏବଂ ମନୋବଳ ଦୃଢ଼ ହେବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ଭାଇଭଉଣୀଙ୍କ ସହଯୋଗରେ ଉନ୍ନତିମୂଳକ କର୍ମରେ ଅଗ୍ରସର ହେବେ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ ଏବଂ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଅତୁଟ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ଓ କର୍ମକୁଶଳତା ପ୍ରକାଶ ପାଇବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା : ମା’ ଧୂମାବତୀ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩