ମେଷ : ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ସତ୍‌ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଦ୍ୱିଜା ଓ କୃତ୍ତିକା ମେଷ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ସପ୍ତମ ଚନ୍ଦ୍ର, ବୁଧବାର ଓ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ଦାମ୍ପତ୍ୟ ଜୀବନରେ ମଧୁରତା, ସମସ୍ତଙ୍କ ସହ ବନ୍ଧୁତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ପରିଚିତ ମହିଳାଙ୍କଠାରୁ ଧନ ମିଳିବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ମା’ ଗାୟତ୍ରୀ ।

ମିଥୁନ : ଷଷ୍ଠ ଚନ୍ଦ୍ର ଓ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ, ବିଦ୍ୟାରମ୍ଭ, ଗୃହାରମ୍ଭ, ବ୍ୟବସାୟ ଆରମ୍ଭ, ଭୂମିପୂଜା, ଗୃହ ପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅସବାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ସବୁଜ, ସଂଖ୍ୟା: ୪, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।

କର୍କଟ :  ଘାତବାର, ସକାଳ ୧୦ଟା ୫୩ ମିନିଟ୍‌ ପର୍ଯ୍ୟନ୍ତ ଘାତ ନକ୍ଷତ୍ର ଏବଂ କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଭୋଗ ହେଉଥିବାରୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣ ଶକ୍ତି ଲୋପ୍‌ ପାଇବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, କର୍ମରେ ବାଧାବିଘ୍ନ ଉପୁଜିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଲେଷା କର୍କଟ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ସିଲ୍‌ଭର, ସଂଖ୍ୟା : ୧, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ, ହୃତଧନ, ବକେୟା ଧନ ଫେରିପାଇବେ । ଆର୍ଥିକ ସ୍ଥିତିରେ ଉନ୍ନତି, ବ୍ୟବସାୟରେ ପ୍ରଗତି ଏବଂ କର୍ମରେ ଉନ୍ନତିର ଶୀର୍ଷରେ ରହିବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ମଘା ସିଂହ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା: ୬, ଆରାଧନା : ପ୍ରଭୁ ଗଜାନନ ।

କନ୍ୟା : ତୃତୀୟ ଚନ୍ଦ୍ର, ବୁଧବାର ଓ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ପାଇବେ । ମନରେ ଉନ୍ନତ ଚିନ୍ତାଧରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ସଫଳତା ଏବଂ ସମସତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ :  ମେରୁନ୍‌,  ସଂଖ୍ୟା : ୬, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଆର୍ଥିକ କ୍ଷତି, ଆର୍ଥିକ ଠକାମିରେ ପଡ଼ିପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ବିଶାଖା ତୁଳା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୪, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା : ଶ୍ରୀଚନ୍ଦ୍ର ଯୋଗୁ ଆମୋଦପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ସ୍ୱଜନରେ ସୁସମ୍ପପର୍କ, ପରିବାରରେ ସୁଖଶାନ୍ତି ଏବଂ ବନ୍ଧୁବାନ୍ଧବ, ପଡ଼ୋଶୀଙ୍କ ସହ ସମ୍ପର୍କ ନିବିଡ଼ ହେବ । କୌଣସି ଶୁଭକର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଶସି ଶୁଭକର୍ମରେ ଯୋଗଦେବେ । ସୁଖବର, ସୁସମ୍ବାଦ ମିଳିବ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ମିଳିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ହଳଦିଆ,  ସଂଖ୍ୟା : ୩, ଆରାଧନା : ମା’ ବଗଳାମୁଖୀ ।

ଧନୁ : ଦ୍ୱାଦଶ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର କମ୍‌ ରହିବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ କୁସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗ କରିବେ । ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ ଏବଂ ଉନ୍ନତିମୂଳକ କର୍ମରେ କିମ୍ବା ସଞ୍ଚୟରେ ଧନର ବିନିଯୋଗ କରିବେ । ଆୟଠାରୁ ବ୍ୟୟ ବହୁତ କମ୍‌ ରହିବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ମୂଳା ଧନୁ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ ଧୂମାବତୀ ।

ମକର :  ଏକାଦଶ ଚନ୍ଦ୍ର ଓ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ନୂତନ କର୍ମାରମ୍ଭ, ଗୃହାରମ୍ଭ, ଭୂମିପୂଜା, ଗୃହ ପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । ସମସ୍ତ କର୍ମରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଯୋଜନା କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ ଭୈରବୀ ।

କୁମ୍ଭ : ଦଶମ ଚନ୍ଦ୍ର ଯୋଗୁ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ ରୂପ ଦେବାରେ ସମର୍ଥ ହେବେ ଏବଂ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ, ସର୍ବଜନ ଆଦୃତ ହେବ ଏବଂ ସୁଖବର, ସୁସମ୍ପାଦ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।

ମୀନ : କୃଷ୍ଣପକ୍ଷର ନବମ ଚନ୍ଦ୍ର, ନବମୀ ତିଥି , ସକାଳ ୧୦ଟା ୧୫ ମିନିଟ୍‌ ପରେ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କଠାରୁ ଅପମାନ ମିଳିପାରେ । ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଉତ୍ତରଭାଦ୍ର ଓ ରେବତୀ ମୀନ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା  : ମା’ ମାଣିକେଶ୍ୱରୀ ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩