ପ୍ରମୂଖ ଖବର
  • ୬୦୦୦ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ମୁନିଗୁଡ଼ା ହସ୍ପିଟାଲର ସ୍ୱାସ୍ଥ୍ୟକର୍ମୀ, ଏକକାଳୀନ ୨ ଟି ସ୍ଥାନରେ ଭିଜିଲାନ୍ସ ଚଢାଉ
  • ||
  • କଟକ : କେନାଲରେ ଗାଧୋଇବା ବେଳେ ଅଘଟଣ; ନବମ ଶ୍ରେଣୀ ଛାତ୍ରୀ ନିଖୋଜ
  • ||
  • ଇଡ଼ି ଅଫିସ୍‌ରେ ହାଜର ହେଲେ ପୂର୍ବତନ କ୍ରିକେଟର ସୁରେଶ ରାଇନା, ବେଟିଂ ଆପ୍‌ ମାମଲାରେ ହୋଇଥିଲା ସମନ୍
  • ||
  • ସୁନ୍ଦରଗଡ଼ : ପାରିବାରିକ କଳହରୁ ଗଡ଼ିଲା ମୁଣ୍ଡ, ସ୍ୱାମୀର ତଣ୍ଟି ଚିପି ହତ୍ୟା କଲା ସ୍ତ୍ରୀ
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୧୫ ତାରିଖ ଯାଏଁ ଅତିପ୍ରବଳ ବର୍ଷା ସମ୍ଭାବନା
  • ||
  • ଗଞ୍ଜାମ : ଭାରସାମ୍ୟ ହରାଇ ଷ୍ଟପବୋର୍ଡରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ରାୟଗଡ଼ା : ଭାରସାମ୍ୟ ହରାଇ ଓଲଟିଲା OSRTC ବସ୍‌, ୧୫ ଆହତ
  • ||
  • ବିଶ୍ୱ ଅଙ୍ଗଦାନ ଦିବସ : ଓଡ଼ିଶାରେ ହେଲାଣି ୨ ହଜାର କିଡ୍‌ନୀ ପ୍ରତିରୋପଣ
  • ||
  • ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଢିଲା, ପରିକ୍ରମା କାନ୍ଥରେ ଧମକପୂର୍ଣ୍ଣ ମେସେଜ୍, ଆତଙ୍କବାଦୀ ଆକ୍ରମଣ ନେଇ ବଢିଲା ଆଶଙ୍କା
  • ||
  • ରାଜସ୍ଥାନ ଦୌସାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୧୦ ମୃତ
  • ||

ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଢିଲା... ପରିକ୍ରମା କାନ୍ଥରେ ଧମକପୂର୍ଣ୍ଣ ମେସେଜ୍, ଆତଙ୍କବାଦୀ ଆକ୍ରମଣ ନେଇ ବଢିଲା ଆଶଙ୍କା

Published By : Harapriya Sethi | August 13, 2025 8:28 AM

ପୁରୀ,୧୩/୦୮: କଡ଼ା ସୁରକ୍ଷା ବଳୟ ଭିତରେ ରହିଛି ଶ୍ରୀମନ୍ଦିର ପରିକ୍ରମା ମାର୍ଗ । ଏହା ଶ୍ରୀମନ୍ଦିର ସିକ୍ୟୁରିଟି ଜୋନ୍‌ ଭାବେ ସରକାର ପ୍ରଶାସନିକ ରେକର୍ଡ କରିଛନ୍ତି । ହେଲେ ଏହି ସୁରକ୍ଷା ଜୋନ୍‌ ଭିତରେ ଅସାମାଜିକ ଉତ୍ପାତ ବଢ଼ି ଚାଲିଛି । ପରିକ୍ରମା ମାର୍ଗ କାନ୍ଥରେ ଆତଙ୍କବାଦୀ ଆକ୍ରମଣ ନେଇ ଧମକପୂର୍ଣ୍ଣ ଲେଖା ଦେଖିବାକୁ ମିଳିଛି । ଯାହାକୁ ପଢ଼ିବା ପରେ ଶ୍ରଦ୍ଧାଳୁ ଛାନିଆ ହୋଇପଡ଼ିଛନ୍ତି । ‘ମନ୍ଦିର ଭାଙ୍ଗିବେ ଆତଙ୍କବାଦୀ’ ବୋଲି ଦୁଇଟି ସ୍ଥାନରେ କଡ଼ା ଚେତାବନୀ ଦେଇ କେହି ଲେଖିଛି । ଏହା ଭିତରେ ପିଏମ୍‌ ମୋଦିଙ୍କ ନାମ ମଧ୍ୟ ଲେଖାଯାଇଛି । ଶ୍ରୀମନ୍ଦିର ଦକ୍ଷିଣପାର୍ଶ୍ୱ ପରିକ୍ରମା ମାର୍ଗରେ ଏହି ଧମକପୂର୍ଣ୍ଣ ଲେଖା ଦେଖିବାକୁ ମିଳିଛି । ବାଲିସାହି ପ୍ରବେଶ ପଥର ଠିକ୍‌ ଡାହାଣ ପଟେ ଥିବା ବୁଢ଼ି ମା’ ଠାକୁରାଣୀଙ୍କ କାନ୍ଥରେ ଦୁଇଟି ସ୍ଥାନରେ କେହି ଅସାମାଜିକ ଏହି ଧମକପୂର୍ଣ୍ଣ ଲେଖା ଲେଖିଛି । ଗୋଟିଏ ପାର୍ଶ୍ୱରେ ‘ମନ୍ଦିର ଭାଙ୍ଗିବେ ଆତଙ୍କବାଦୀ’ ସାଙ୍ଗକୁ ଏକାଧିକ ଫୋନ୍‌ ନମ୍ବର ଓ ଏହା ପାର୍ଶ୍ୱରେ ଫୋନ୍‌ କର, ନକଲେ ପୁରୀ ରହିବ, କୁଳ ବୁଡ଼ିବ, ଆତଙ୍କବାଦୀ ପ୍ରଭୃତି ଲେଖାଯାଇଛି । 

ସେହିପରି ଅନ୍ୟ ପାର୍ଶ୍ୱରେ ପୁଲିସ ନାଁ ସହ ମନ୍ଦିର ଭାଙ୍ଗିବେ ଆତଙ୍କବାଦୀ ବୋଲି ଲେଖା ଯାଇଛି । ଏଠାରେ ଲାଗିଥିବା ଏକାଧିକ ଡେକୋରେଟିଭ୍‌ ଲାଇଟ୍‌କୁ ମଧ୍ୟ ଦୁର୍ବୃତ୍ତମାନେ ଭାଙ୍ଗି ଦେଇଛନ୍ତି । ଏହି ସ୍ଥାନରେ ଏକାଧିକ ସିସିଟିଭି ଲାଗିଛି । ସିକ୍ୟୁରିଟି ଗାର୍ଡ ମଧ୍ୟ ମୁତୟନ ହୋଇଛନ୍ତି । ହେଲେ କିଏ ଆତଙ୍କବାଦୀଙ୍କ ନାମ ନେଇ ଏହି ଧମକପୂର୍ଣ୍ଣ ଲେଖା ଖଡ଼ିରେ ଲେଖିଛି ତାହାକୁ ନେଇ ସ୍ଥାନୀୟ ଲୋକେ ମଧ୍ୟ ତାଜୁବ୍‌ । ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବାକୁ ବାରମ୍ବାର ଗୃହ ମନ୍ତ୍ରଣାଳୟ ଓ ଏନ୍‌ଏସ୍‌ଜି ପକ୍ଷରୁ ପରାମର୍ଶ ଦିଆଯାଇଛି । ଏପର୍ଯ୍ୟନ୍ତ ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଲାଗିଥିବା ସମସ୍ତ ସିସିଟିଭି କାର୍ଯ୍ୟକ୍ଷମ ହେଲାନି । କେବଳ ଲୋକ ଦେଖାଣିଆ ଭାବେ କୋଟି କୋଟି ଟଙ୍କା ଖର୍ଚ୍ଚରେ ଏହାକୁ ଲଗାଯାଇଛି । ନେଇ ସ୍ଥାନୀୟ ବାସିନ୍ଦା ତଥା ଶ୍ରୀମନ୍ଦିର ପୁରୋହିତ ବିଶ୍ୱଜିତ୍‌ ମହାପାତ୍ର କହିଛନ୍ତି, ପ୍ରଶାସନ ପକ୍ଷରୁ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ସୁରକ୍ଷାକୁ ଗୁରୁତ୍ୱ ଦିଆଯାଉନି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.