ପ୍ରମୂଖ ଖବର
  • ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ, ସୋସିଆଲ ମିଡିଆରେ ପାଟ ଅଗଣା ଓ ଭେଟ ମଣ୍ଡପର ଫଟୋ ଛାଡିଲେ ଯୁବକ
  • ||
  • 'ଏକ୍ସ'ର ସିଇଓ ପଦରୁ ଇସ୍ତଫା ଦେଲେ ଲିଣ୍ଡା ୟାକାରିନୋ,ସାମ୍ନାକୁ ଆସିଲା ମସ୍କଙ୍କ ପ୍ରତିକ୍ରିୟା
  • ||
  • ଡେଲାଙ୍ଗ ବ୍ଲକରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିନ୍ତାରେ ଚାଷୀ
  • ||
  • ଏଆଇ-ଚାଳିତ ଉତ୍ପାଦନ ବିପ୍ଳବର ନେତୃତ୍ୱ ନେବ ଓଡ଼ିଶା, ଆସୋଚାମ-ପ୍ରାଇମସ ପାର୍ଟନର୍ସ ରିପୋର୍ଟ
  • ||
  • ରେଲୱେରେ ଏବର୍ଷ ମିଳିବ ୫୦ ହଜାର ଚାକିରି, ଏପର୍ଯ୍ୟନ୍ତ ୯ ହଜାର ନିଯୁକ୍ତିପତ୍ର ପଠାଇସାରିଲାଣି RRB
  • ||
  • ଅନୁଗୁଳ : NH ୧୪୯ ବଂରପାଳ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରାଭେଲର୍‌ ଧକ୍କାରେ ୨ ବାଇକ୍‌ ଆରୋହୀ ମୃତ
  • ||
  • ଜିଦ୍‌ରେ ଅଟଳ ଡ୍ରାଇଭର୍ ମହାସଙ୍ଘ : ପରିବହନ ଅଚଳ, ତିରୋଟମୁହାଁ ତେଲ, ବାହାରୁ ଆସିପାରୁନି ଗ୍ରୋସରୀ ଓ ପନିପରିବା
  • ||

ବଣୁଆ ଘୁଷୁରୀ ମାଂସ ସହ ୩ ଗିରଫ, ଦୁଇ ଫେରାର

Published By : Gurupada Nath | January 18, 2025 11:11 PM

ବାରିପଦା,୧୮/୧ : ଶିମିଳିପାଳ ଦକ୍ଷିଣ ରେଞ୍ଜ ଅନ୍ତର୍ଗତ ପିଠାବଟା ଅଞ୍ଚଳରେ ବଣୁଆ ଘୁଷୁରୀ ମାଂସ ରାନ୍ଧୁଥିବାବେଳେ ୩ଜଣଙ୍କୁ ବନ ବିଭାଗ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ବୁଧିଆ ସିଂ, ଗୌରା ସିଂ ଏବଂ ଧର୍ମୁ ସିଂ। ଏମାନେ ସମସ୍ତେ ବାଙ୍ଗରିପୋଷି ଥାନା ଅନ୍ତର୍ଗତ ଭୁଆସୁଣୀ ପଞ୍ଚାୟତ ଅଧିନସ୍ଥ ରାମହରି ପୁର ଗାଁର। 

ଶିମିଳିପାଳ ଅଭୟାରଣ୍ୟ ଭିତରେ ପଶି ବେଆଇନ ଭାବେ ବନ୍ୟଜନ୍ତୁ ଶିକାର କରିବା ଅଭିଯୋଗରେ ଏହି ୩ଜଣଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିବାବେଳେ ଏଥିରେ ସଂପୃକ୍ତ ଅନ୍ୟ ଦୁଇଜଣ ଫେରାର ଥିବା ନେଇ ସୂଚନା ଦେଇଛନ୍ତି ଶିମିଳିପାଳ ଦକ୍ଷିଣ ଡିଭିଜନର ଉପ ନିର୍ଦ୍ଦେଶକ ସମ୍ରାଟ ଗୌଡା। ମାମଲାର ଅଧିକ ତଦନ୍ତ ଜାରି ରହିଛି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.