ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ଖାନନଗର ରିଂ ରୋଡ୍ ସମ୍ପ୍ରସାରଣ ବେଳେ ବ୍ରିଜ୍ ସ୍ଲାବ୍ ଖସି ୩ ମୃତ, ତଦନ୍ତକାରୀ ଟିମ୍‌ର ଯାଞ୍ଚ

Published By : Swapna Ray | May 4, 2025 1:59 PM

କଟକ, ୪।୫: କଟକ ଖାନନଗର ରିଂ ରୋଡ୍ ସମ୍ପ୍ରସାରଣ ବେଳେ ବ୍ରିଜ୍ ସ୍ଲାବ୍ ଖସି ୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଘଟଣାସ୍ଥଳରେ ପହଞ୍ଚିଛନ୍ତି ତଦନ୍ତକାରୀ ଟିମ୍ । କଟକ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ପରେ ସଦର ଉପଜିଲ୍ଲାପାଳ ଦିବ୍ୟ ଜ୍ୟୋତି ସ୍ମୃତି ରଞ୍ଜନ ଦେଓଙ୍କ ନେତୃତ୍ୱରେ ଗଠିତ ଏହି ଟିମ୍‌ରେ ଅଧିକ୍ଷଣ ଯନ୍ତ୍ରୀ ଡିଭିଜନ ୨ ସ୍ମୃତି ରଞ୍ଜନ ପତି ଓ ଶ୍ରମ ଅଧିକାରୀ ପ୍ରସନ୍ନ ପ୍ରଧାନ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ପୁଙ୍ଖାନୁପୁଙ୍ଖ ଯାଞ୍ଚ କରିଛନ୍ତି । 

କେଉଁ ପରିସ୍ଥିତିରେ କ୍ରେନ୍ ଭାଙ୍ଗିଲା ସେନେଇ ସବିଶେଷ ଯାଞ୍ଚ କରାଯାଇଛି । ବର୍ତ୍ତମାନ ପ୍ରାରମ୍ଭିକ ସ୍ଥିତିରେ ତଦନ୍ତ ଚାଲିଥିବା ବେଳେ ଆଗକୁ ସମ୍ପୂର୍ଣ୍ଣ ଯାଞ୍ଚ ସହ ଠିକା ସଂସ୍ଥାକୁ ପଚରାଉଚୁରା କରାଯିବ ବୋଲି ଉପଜିଲ୍ଲାପାଳ କହିଛନ୍ତି । ସେହିଭଳି ସମସ୍ତ ଟେକ୍ନିକାଲ ଦିଗକୁ ଦୃଷ୍ଟିରେ ରଖି ତଦନ୍ତ କରାଯାଉଛି ବୋଲି ଅଧିକ୍ଷଣ ଯନ୍ତ୍ରୀ କହିଛନ୍ତି । ଏଥିସହ ମୃତ କର୍ମଚାରୀଙ୍କୁ ସହାୟତା ଦେବା ପାଇଁ ପ୍ରକ୍ରିୟା ଆରମ୍ଭ କରାଯାଇଛି ବୋଲି ଜିଲ୍ଲା ଶ୍ରମ ଅଧିକାରୀ କହିଛନ୍ତି ।

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.