ପ୍ରମୂଖ ଖବର
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜି ଶରଧାବାଲିରେ ରଥ ଦକ୍ଷିଣ ମୋଡ଼, ତାଳଧ୍ୱଜରେ ପ୍ଲେଟ୍‌ ଓ ନନ୍ଦିଘୋଷରେ କ୍ଲାମ୍ପ ଲାଗିଲା
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ଶିମିଳିପାଳ ପାଦ ଦେଶରୁ ତିନି ଶିକାରୀ ଗିରଫ, ୩ ବନ୍ଧୁକ ଜବତ

Published By : Harapriya Sethi | May 9, 2025 12:30 PM

ବାରିପଦା,୦୯/୦୫: ଶିମିଳିପାଳ ଦକ୍ଷିଣ ରେଞ୍ଜ ଅଞ୍ଚଳରୁ ୩ ଜଣଙ୍କୁ ବନ ବିଭାଗ ଗିରଫ କରିଛି । ଗିରଫ ଅଭିଯୁକ୍ତ ମାନେ ହେଲେ ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଜୁହା ଗ୍ରାମର ଲଛୁ ମୁର୍ମୁ (୪୮), ମଧୁସୂଦନ ମୁର୍ମୁ ଓରଫ ରବି (୩୮) ଓ ସେହି ଗ୍ରାମର ଘାସିରାମ ଟୁଡୁ ଓରଫ ବାସୁ (୩୫) । ଏଆଇ କ୍ୟାମେରା ଫଟୋଗ୍ରାଫକୁ ଆଧାର କରି ଏହି ୩ ଅଭିଯୁକ୍ତ ଶିକାରୀଙ୍କୁ ଗିରଫ କରାଯାଇଛି । ସେମାନଙ୍କ ପାଖରୁ ୩ଟି ବନ୍ଧୁକ ମଧ୍ୟ ଜବତ କରାଯାଇଛି । 

ସୂଚନା ମୁତାବକ, ଏଆଇ କ୍ୟାମେରା ଫଟୋଗ୍ରାଫକୁ ଆଧାର କରି ଏହି ୩ ଅଭିଯୁକ୍ତ ଶିକାରୀଙ୍କୁ ଗିରଫ କରିଛି ଶିମିଳିପାଳ ଦକ୍ଷିଣ ରେଞ୍ଜ ଡିଭିଜନର ସ୍ୱତନ୍ତ୍ର କାର୍ଯ୍ୟନିର୍ବାହୀ ଦଳ । ଗିରଫ ସମୟରେ ସେମାନଙ୍କ ନିକଟରୁ ଏସ ବିବିଏଲ୍, ୧୭ କେଟ୍ରିଜ ସହ ୫ ଟି ଜୀବନ୍ତ କେଟ୍ରିଜ ଜବତ କରାଯାଇଛି । ଗିରଫ ଅଭିଯୁକ୍ତ ମାନେ ପେଶାଦାର ଶିକାରୀ। ସେମାନଙ୍କ ନିକଟରେ ଦେଶୀ ବନ୍ଧୁକ ସମେତ ଅନେକ ଅତ୍ୟାଧୁନିକ ମାରଣାସ୍ତ୍ର ଜବତ କରାଯାଇଛି ।   ଅଭିଯୁକ୍ତଙ୍କ ବିରୋଧରେ ବନ୍ୟଜନ୍ତୁ ସୁରକ୍ଷା ଆଇନ ଉଲ୍ଲଂଘନ ମାମଲା ରୁଜୁ ହୋଇ ଅଧିକ ତଦନ୍ତ ଜାରି ରହିଛି । ସମସ୍ତ ଅଭିଯୁକ୍ତଙ୍କୁ ମଧ୍ୟ କୋର୍ଟ ଚାଲାଣ କରାଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.