ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟିରେ ଯିବେ ଓଏଏସ ଅଧିକାରୀ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, କର୍ପୋରେଟର ଜୀବନ ରାଉତ ସମେତ ୩ ଗିରଫ
  • ||
  • କନ୍ଧମାଳ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ
  • ||
  • ବାହାରିଲା ପ୍ରଥମ ଦିନର ଆଡ଼ପ ଅବଢ଼ା, ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରସାଦ ପାଇ ଭକ୍ତ ଆନନ୍ଦିତ
  • ||
  • ବରିଷ୍ଠ ଓଏଏସ୍ ମିର୍ଦ୍ଧା ଟପ୍ପୋଙ୍କୁ ଗୁରୁଦାୟିତ୍ବ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ମିଳିଲା ନୂଆ ନିଯୁକ୍ତି
  • ||
  • ଏଣିକି ପାନ୍‌କାର୍ଡ ଆବେଦନ ଲାଗି ଆଧାର ଜରୁରୀ, ଜୁଲାଇ ପହିଲାରୁ ହେବ କାର୍ଯ୍ୟକାରୀ
  • ||
  • ସୁନ୍ଦରଗଡ଼ :ଲଗାଣ ବର୍ଷା ପାଇଁ ବଢୁଛି ବ୍ରାହ୍ମଣୀ ନଦୀର ଜଳସ୍ତର, ଖୋଲିଲା ମନ୍ଦିରା ଡ୍ୟାମ୍‌ର ୪ ଗେଟ୍‌
  • ||
  • କଟକ ରେଳ ଷ୍ଟେସନ୍‌ ନିକଟରେ ମାଲବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୩ ଖାଲି ବଗି
  • ||
  • ଫିଫା କ୍ଲବ ବିଶ୍ୱକପ, କ୍ୱାର୍ଟରରେ ଚେଲସୀ, ପାମେରାସ୍‌
  • ||
  • ଉତ୍ତରାଖଣ୍ଡ-ହିମାଚଳରେ ପ୍ରକୃତି କୋପ; ରେଡ୍ ଆଲର୍ଟ ପରେ ସ୍କଲ କଲେଜ ବନ୍ଦ,ଚାରିଧାମ ଯାତ୍ରାରୁ ହଟିଲା ୨୪ ଘଣ୍ଟିଆ ବ୍ରେକ୍
  • ||
  • ଗଞ୍ଜାମ : ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ, ଯୁବକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ
  • ||
  • ମଙ୍ଗଳବାରଠୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ
  • ||
  • ସୋମବାରଠୁ ଏସ୍‌ଓଏସ୍‌ସି ପରୀକ୍ଷା, ସକାଳ ୯ ଟାରୁ ୧୧ଟା ଯାଏ ଚାଲିବ: ଜୁଲାଇ ପହିଲାରୁ ସପ୍ଲିମେଣ୍ଟାରୀ ପରୀକ୍ଷା
  • ||
  • ପ୍ରବଳ ବର୍ଷା ଯୋଗୁ ବାଲେଶ୍ୱର, ମୟୂରଭଞ୍ଜକୁ ବନ୍ୟା ଭୟ: ଆଜିଠୁ ୩ ଯାଏ ମୟୂରଭଞ୍ଜରେ ସ୍କୁଲ ଛୁଟି ଘୋଷଣା
  • ||
  • ବାଲେଶ୍ୱର : ସୁବର୍ଣ୍ଣରେଖାରେ ବନ୍ୟାସ୍ଥିତି, ବିପଦ ସଂକେତ ଟପିଲା ବନ୍ୟାଜଳ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୫ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ହୁତୁହୁତୁ ହୋଇ ଜଳିଗଲା ୩ ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

Published By : Rasmita Pradhan | March 6, 2025 10:33 AM

ଭୁବନେଶ୍ଵର, ୦୬/୦୩ : ମୋବିଲ୍ ତେଲରୁ ଗ୍ୟାରେଜ୍‌ରେ ଲାଗିଲା ନିଆଁ। ଦେଖୁଦେଖୁ ଜଳିଗଲା ଆଉ ୨ ଦୋକାନ। ବୁଧବାର ରାତିରେ ପାରାଦୀପ ଦୋଛକି ନିକଟରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ୩ଟି ଦୋକାନ ଜଳିଯାଇଛି। ଫଳରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଛି। କୁଜଙ୍ଗ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। 

ସୂଚନାନୁଯାୟୀ, ପାରାଦୀପ ଦୋଛକି ନିକଟରେ ଥିବା ଏକ ଗ୍ୟାରେଜ୍‌ରେ ପ୍ରଥମେ ମୋବିଲ ତେଲରୁ ନିଆଁ ଲାଗିଯାଇଥିଲା। ଦେଖୁଦେଖୁ ନିଆଁ ବ୍ୟାପି ଯାଇଥିଲା। ଉପସ୍ଥିତ ଥିବା ବେପାରୀମାନେ କୁଜଙ୍ଗ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ହେଲେ ଦମକଳ ଗାଡ଼ି ପହଞ୍ଚିବାରେ ବିଳମ୍ବ ହୋଇଥିଲା। ଫଳରେ ନିକଟରେ ଥିବା ଆଉ ଦୁଇ ଦୋକାନକୁ ନିଆଁ ବ୍ୟାପି ଯାଇଥିଲା। ମୋବିଲରୁ ନିଆଁ ଲାଗିଥିବା ଯୋଗୁଁ ନିଆଁକୁ ଆୟତ୍ତ କରିବା କଷ୍ଟକର ହୋଇପଡିଥିଲା। ବିଳମ୍ବରେ ଦମକଳ ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ତେବେ ନିଆଁ ଲିଭାଇବାକୁ ଯାଇ ଜଣେ ବ୍ୟବସାୟୀ ସାମାନ୍ୟ ଆହତ ହୋଇଛନ୍ତି। ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଛି। 

ଏହି ଖବରଟିକୁ ପଢନ୍ତୁ-ଘରେ ପଶି କଳାକନା ବୁଲେଇଲେ ଲୁଟେରା, ୫ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ଅଳଙ୍କାର ଚୋରି

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.