ପ୍ରମୂଖ ଖବର
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ,୨୨ରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ
  • ||
  • ବଲାଙ୍ଗୀର : ଟିକ୍ରାପଡ଼ା-ଝିଙ୍କିଡୁଙ୍ଗୁରି ରାସ୍ତାରେ ବାଇକ୍‌ ଦୁର୍ଘଟଣା, ବାଇକ୍‌ ଆରୋହୀ ମୃତ
  • ||
  • ଆନନ୍ଦପୁର : ୨୫୦ ଲିଟର ଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଗୁଜରାଟ ମଡେଲରେ ଓଡ଼ିଶାରେ ହେବ ପୋଷଣ କେନ୍ଦ୍ର, ହିତାଧିକାରୀଙ୍କୁ ମିଳିବ ସ୍ୱତନ୍ତ୍ର କାର୍ଡ
  • ||
  • ମୟୂରଭଞ୍ଜ : ପାରିବାରିକ ଅସନ୍ତୋଷରୁ ସ୍ତ୍ରୀକୁ ପିଟିପିଟି ହତ୍ୟା ,ସ୍ୱାମୀ ଫେରାର
  • ||
  • ଜଳେଶ୍ୱରରେ ଲଜ୍ଜ୍ୟା : ସ୍ବାମୀକୁ ନିଶା ଖୁଆଇ ସ୍ତ୍ରୀକୁ ଦୁଷ୍କର୍ମ ଅଭିଯୋଗ, ସମ୍ପର୍କୀୟ କାକା ଫେରାର
  • ||
  • ଶାନ୍ତିପଲ୍ଲୀ ବସ୍ତିରେ ହତ୍ୟା ଘଟଣା: ୩ ଅଭିଯୁକ୍ତକୁ ଚିହ୍ନଟ କଲା ପୋଲିସ
  • ||
  • ଏଆର ରେହମାନ ଅସୁସ୍ଥ, ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ହସ୍ପିଟାଲରେ ଭର୍ତ୍ତି
  • ||
  • ଗୁଲୁମୀ ଜଳପ୍ରପାତରେ ବୁଡ଼ି ଛତିଶଗଡ଼ର ଦୁଇ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଗଡଗୋବିନ୍ଦପୁର ପୂର୍ବତନ ସରପଞ୍ଚ କେ ହରିବନ୍ଧୁ ରେଡ୍ଡୀଙ୍କୁ ଆକ୍ରମଣ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • କନ୍ଧମାଳ : ଯୁବକଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ଚିରନିଦ୍ରାରେ ପଦ୍ମଭୂଷଣ ରମାକାନ୍ତ ରଥ, ୯୧ ବୟସରେ ତ୍ୟାଗ କଲେ ଶେଷ ନିଶ୍ବାସ
  • ||
  • ଲସ୍କର ଆତଙ୍କୀ ଅବୁ କତାଲ ନିହତ; NIAର ମୋଷ୍ଟ ୱାଣ୍ଟେଡ ତାଲିକାରେ ଥିଲା
  • ||
  • ଭୁବନେଶ୍ୱର : କାର୍‌-ସ୍କୁଟର୍‌ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ଓଡ଼ିଶାରେ ଉପରମୁହାଁ ତାତି, ୩ ଦିନ ପାଇଁ ହିଟ୍‌ଓ୍ବେଭ୍ ଆଲର୍ଟ, ୩ ଜିଲ୍ଲାକୁ ରେର୍ଡ ଏବଂ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ଭୁବନେଶ୍ୱର ନିୟୁ ଷ୍ଟେସନରୁ ଛାଡ଼ିବ ୩ ଗୁରୁତ୍ୱପୂର୍ଣ୍ଣ ଟ୍ରେନ୍

Published By : Prameya | March 8, 2025 1:06 PM

ଭୁବନେଶ୍ୱର,୦୮/୦୩: ଭୁବନେଶ୍ୱର ନୂଆ ଷ୍ଟେସନରୁ ଛାଡ଼ିବ ୩  ଗୁରୁତ୍ୱପୂର୍ଣ୍ଣ ଟ୍ରେନ । ସେହି ଟ୍ରେନ୍‌ଗୁଡ଼ିକ ହେଲା ଭୁବନେଶ୍ୱର-ମୁମ୍ୱାଇ କୋଣାର୍କ ଏକ୍ସପ୍ରେସ, ଭୁବନେଶ୍ୱର-ସିକନ୍ଦରାବାଦ ବିଶାଖା ଏକ୍ସପ୍ରେସ ଓ  ଭୁବନେଶ୍ୱର-ବିଶାଖାପାଟଣା ଇଣ୍ଟରସିଟି ଏକ୍ସପ୍ରେସ । ଏହି ୩ଟି ଟ୍ରେନ୍‌ ଭୁବନେଶ୍ୱର ନୂଆ ଷ୍ଟେସନରୁ ଯାତ୍ରା ଆରମ୍ଭ କରିବା ସହ ଏଠାରେ ଯାତ୍ରା ଶେଷ କରିବ ବୋଲି ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି ।  

ଭୁବନେଶ୍ୱର ନୂଆ ଷ୍ଟେସନରୁ ଏହି ଟ୍ରେନଗୁଡ଼ିକ ଯାତ୍ରା ଆରମ୍ଭ କରିବା ଦ୍ୱାରା  ଭୁବନେଶ୍ୱର ଉତ୍ତର ଅଞ୍ଚଳ ଏବଂ ସଂଲଗ୍ନ ଅଞ୍ଚଳର ଯାତ୍ରୀମାନେ ଲାଭବାନ ହେବେ । ଏହି ଟ୍ରେନଗୁଡ଼ିକ ମଧ୍ୟ ମଞ୍ଚେଶ୍ୱର ରେଳ ଷ୍ଟେସନରେ ଦୁଇ ମିନିଟ୍‌ ପାଇଁ ରହିବ । ଅନେକ  ଇଞ୍ଜିନିୟରିଂ, ମେଡିକାଲ ଏବଂ ଅନ୍ୟ ଶିକ୍ଷାନୁଷ୍ଠାନରେ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଏହି ଷ୍ଟେସନ ଏକ ସୁବିଧାଜନକ କେନ୍ଦ୍ର ଭାବେ କାର୍ଯ୍ୟ କରିବ । ଅମୃତ ଷ୍ଟେସନ ଯୋଜନା ଅଧୀନରେ ଭୁବନେଶ୍ୱର ନୂତନ ଷ୍ଟେସନର ପୁନଃବିକାଶ ପ୍ରସ୍ତାବ ରହିଛି । ଫଳରେ ଚଳପ୍ରଚଳ କ୍ଷେତ୍ରର ସମ୍ପ୍ରସାରଣ ଏବଂ ଉନ୍ନତିକରଣ ହେବ । ଅତିରିକ୍ତ ଫୁଟଓଭର ବ୍ରିଜ୍‌ ରହିବ ବୋଲି ପୂର୍ବତଟ ରେଳପଥ ଅଧିକାରୀ ସୂଚନା ଦେଇଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.