ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ, ଦୁଇ ଗୁରୁତର

ବାଉଁଶୁଣୀ ୧୩/୯ -ବୌଦ୍ଧ ବ୍ଲକ ବ୍ରାହ୍ମଣୀ ପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ପିଙ୍ଗଳାବେଡ଼ା ଗ୍ରାମ ନିକଟରେ ଆଜି ଅପରାହ୍ନ ୩ ଘଟିକା ସମୟରେ ବଜ୍ରାଘାତରେ ଜଣେ ମୃତ୍ୟୁ ବରଣ କରିଥିବାବେଳେ ଆଉ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ସୂଚନା ମୁତାବକ ବଜ୍ରାଘାତରେ ମୃତ୍ୟୁବରଣ ଓ ଗୁରୁତର ହୋଇଥିବା ବ୍ୟକ୍ତିମାନେ କପାବାରରୁ ସାର ବୁଣି ଯାଇଥିବା ବେଳେ ବଜ୍ରାଘାତରେ ଜଣକୁ ବିଜୁ ମାରିଥିବା ବେଳେ , ଅନ୍ୟ ଦୁଇଜଣ ଗୁରୁତର ହୋଇଛନ୍ତି। ମୃତ୍ୟୁବରଣ କରିଥିବା ବ୍ୟକ୍ତି ହେଲେ ମୁଣ୍ଡି ପଦର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବଲାକିରା ଗ୍ରାମର କରୁଣ ମହାକୁଡ (୩୦) ବଜ୍ରାଘାତ ରେ ମୃତ୍ୟୁବରଣ ହୋଇଥିବା ବେଳେ , ବଲାକିରା ଗ୍ରାମର ବାପୁନ୍ ସାହୁ ଓ ଜଡାପାଲ ଗ୍ରାମର ସୁମନ୍ତ ସାହୁ ଗୁରୁତର ଆହତ ହୋଇଥିଲେ । ଡାକ୍ତରଖାନା ନେବା ପାଇଁ ୧୦୮ ଆମ୍ବୁଲାନ୍ସ କୁ ଯୋଗାଯୋଗ କରିବାରୁ ୧୦୮ ଗାଡ଼ି ନ ଆସିବାରୁ ବାଇକରେ ଆଣି ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଘଟଣା ସ୍ଥଳରେ ବାଉଁଶୁଣୀ ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ବୌଦ୍ଧ ଆଣିଥିବା ସୂଚନା ମିଳିଛି l

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.