ସନ୍ଧ୍ୟା ସୁଦ୍ଧା ରାଜ୍ୟରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ଆଶଙ୍କା, ୧୦ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ବର ୨।୬: ରାଜ୍ୟର ୧୦ଟି ଜିଲ୍ଲାକୁ ଘଡଘଡି ସହ ବର୍ଷା ହେବା ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସନ୍ଧ୍ୟା ୫ଟା ୩୦ ମିନିଟ୍ ମଧ୍ୟରେ ରାଜ୍ୟର ୧୦ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।
ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, କନ୍ଧମାଳ, ବଲାଙ୍ଗୀର, ବୈଦ୍ଧ, କଳାହାଣ୍ଡି ଏବଂ ମାଲକାନଗିରି ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।ସେହିପରି ରାଜ୍ୟର କିଛି ସ୍ଥାନରେ ମଧ୍ୟ ବର୍ଷା ମଧ୍ୟ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ମିଳିଛି । ଅନ୍ୟପଟେ ବଜ୍ରପାତ ବିପଦ ଥିବାରୁ ଏହି ସବୁ ଜିଲ୍ଲାର ଲୋକମାନଙ୍କୁ ଆଗୁଆ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଅନ୍ୟପଟେ ଆଜି ମଧ୍ୟ ରାଜ୍ୟ ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଅନ୍ୟପଟେ ରାଜ୍ୟର ୧୦ଟି ଜିଲ୍ଲାରେ କାଳବୈଶାଖୀ ସହ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି ।