ପ୍ରମୂଖ ଖବର
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

୧୫ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା, ୩ ଓ ୪ ତାରିଖ ପାଇଁ ଅରେଞ୍ଜ ୱାର୍ଣ୍ଣିଂ

Published By : Anindita Ratha | April 2, 2025 7:59 AM

ଭୁବନେଶ୍ୱର,୦୨/୦୪: ବୁଧବାରଠାରୁ ଅଧା ଓଡ଼ିଶାରେ କାଳବୈଶାଖୀ ପ୍ରଭାବରେ ଝଡ଼ବର୍ଷା ହେବ । ବର୍ଷା ସାଙ୍ଗକୁ ଘଡ଼ଘଡ଼ି ସହ ଜୋର୍‌ରେ ପବନ ବହିବ । ୩ ଓ ୪ ତାରିଖରେ କାଳବୈଶାଖୀର ପ୍ରଭାବ ବଢ଼ିବ । ଏହି ଦୁଇ ଦିନ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବୁଧବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ସୋନପୁର, ବୌଦ୍ଧ, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟରେ ବର୍ଷା ଓ ଘଡ଼ଘଡ଼ି ସହ ୪୦ରୁ ୫୦ କିମି ବେଗରେ ପବନ ବହିପାରେ । ୩ ତାରିଖରେ ୯ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । 

ଏହା ମଧ୍ୟ ପଢନ୍ତୁ- ଜିଲ୍ଲାସ୍ତରୀୟ ଓଡିଶା ଦିବସ ପାଳିତ; ଓଡ଼ିଆ ଭାଷା ରେ ନାମଫଳକ ଲେଖାଯିବା ସହ ସୀମାନ୍ତ ଚିହ୍ନଟ କରା ଯାଇ ପିଲର ସ୍ଥାପନ କରାଯିବ

କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରର ବିଭିନ୍ନ ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ସହିତ ୫୦ରୁ ୬୦ କିମି ବେଗରେ ପବନ ବହିପାରେ । ବରଗଡ଼, ସୋନପୁର, ବଲାଙ୍ଗିର, ନୂଆପଡ଼ା ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ୪ ତାରିଖ ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ରାୟଗଡ଼ା ଓ କୋରାପୁଟରେ ବର୍ଷା ଓ ଘଡ଼ଘଡ଼ି ସହ ୬୦ କିମି ବେଗରେ ପବନ ବହିପାରେ । ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ୫୦ରୁ ୬୦ କିମି ବେଗରେ ପବନ ବହିବା ସହ ବର୍ଷା ହେବ । ୫ ଓ ୬ ତାରିଖରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତିରେ ହାଲୁକା ବର୍ଷା ସମ୍ଭାବନା ଅଛି । ଆଜି ବୌଦ୍ଧରେ ତାପମାତ୍ରା ସବୁଠୁ ଅଧିକ ୪୨ ଡିଗ୍ରୀ ରେକର୍ଡ ହୋଇଛି । ବଲାଙ୍ଗିରରେ ୪୦.୪, ଟିଟିଲାଗଡ଼ରେ ୪୦ଡିଗ୍ରୀ, ସୁନ୍ଦରଗଡ଼ରେ ୩୯.୫, ଝାରସୁଗୁଡ଼ାରେ ୩୯.୬, ସମ୍ବଲପୁରରେ ୩୯.୨ ଓ ଭବାନୀପାଟଣାରେ ୩୯ ଡିଗ୍ରୀ ରେକର୍ଡ ହୋଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.