ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଗୁରୁବାର ରାଶିଫଳ; ଦ୍ୱାଦଶଚନ୍ଦ୍ର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଅପବ୍ୟୟ, ଅପବାଦ ଓ ଅପନିନ୍ଦାରୁ ସାମୟିକ ମୁକ୍ତି ମିଳିବ…

ମେଷ : ଦ୍ୱିତୀୟଚନ୍ଦ୍ର ଓ ଅମାବାସ୍ୟା ତିଥି ଯୋଗୁ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମୂଲ୍ୟବାନ ଜିନିଷ ନଷ୍ଟ କିମ୍ବା ହଜିଯାଇପାରେ । ଅନ୍ୟଠାରୁ ଆଣିଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ ଆର୍ଥିକସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହଭାବ ପ୍ରକାଶ ପାଇବ । ଯେଉଁ ମାନଙ୍କର ଦ୍ୱିଜାମେଷ, ସେମାନେ ସତର୍କହେବେ ।ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୦୩, ଆରାଧନା : ପ୍ରଭୁସ୍କନ୍ଦ ।

ବୃଷ : ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତହେବ । ଆମୋଦ ପ୍ରମୋଦ, ମଉଜମଜଲିସରେ ଅଧିକ ଆଗ୍ରହରହିବଏବଂ ସ୍ୱଜନ ପରିଜନଙ୍କ ସହ ସମ୍ପର୍କ ନିବିଡ଼ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା, ସମ୍ମାନ ଏବଂ ସହଯୋଗୀଙ୍କ ସହାୟତା ପ୍ରାପ୍ତି କରିବେ । ଯେଉଁ ମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ଉପକୃତହେବେ ।ଶୁଭରଙ୍ଗ: ଧଳା, ସଂଖ୍ୟା : ୦୨, ଆରାଧନା : ମା’ କମଳା ।

ମିଥୁନ : ଦ୍ୱାଦଶଚନ୍ଦ୍ର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଅପବ୍ୟୟ, ଅପବାଦ ଓ ଅପନିନ୍ଦାରୁ ସାମୟିକ ମୁକ୍ତି ମିଳିବ । ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର କମ୍‌ରହିବ ଏବଂ ସଞ୍ଚୟ ପ୍ରତିମନରେ ଆଗ୍ରହ ପ୍ରକାଶ ପାଇବ । କୁସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗ କରିବେ ଏବଂ ମନରୁ କୁଭାବନା, କୁଚିନ୍ତା ଲୋପ ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆୟରକିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେସଫଳତା ଓ ସମସ୍ତ କଷ୍ଟସାଧ୍ୟ କାମ ଆପଣଙ୍କ ପାଇଁ ସହଜହେବ । ଯେଉଁ ମାନଙ୍କର ମୃଗଶିରା ଓ ଆର୍ଦ୍ରାମିଥୁନ, ସେମାନେ ସୁଫଳପାଇବେ । ଶୁଭରଙ୍ଗ: ଚକୋଲେଟ୍‌୍‌, ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ଏକାଦଶ ଚନ୍ଦ୍ର, ଗୁରୁବାର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଈପସିତ୍‌ ପଦାର୍ଥ ହାତ ପାଆନ୍ତାରେ ଉପଲବ୍ଧ ହେବ । ଆୟର ନୂତନ ମାର୍ଗ ଖୋଲିବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତି ବଦ୍ଧ ହେବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ଓ ପ୍ରମୋଶନ ମିଳିପାରେ । ଯେଉଁ ମାନଙ୍କର ପୁଷ୍ୟାକର୍କଟ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୦୫, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ଦଶମଚନ୍ଦ୍ର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ର ଯୋଗୁ କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ଭାଗ୍ୟ ଅପେକ୍ଷା କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ପରିବାରର ସୁଖଶାନ୍ତି, ସ୍ୱାସ୍ଥ୍ୟ ଅତୁଟ ରହିବ । ଯେଉଁ ମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୧୧, ଆରାଧନା: ମା’ ମାତଙ୍ଗୀ ।

କନ୍ୟା : କୃଷ୍ଣ ପକ୍ଷର ନବମ ଚନ୍ଦ୍ର, ଅମାବାସ୍ୟା ତିଥି ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଅପମାନ, ଅପଦୋଷ, ଅପନିନ୍ଦା ମିଳିବ । ଧାର୍ମିକ କର୍ମରେ ବିଘ୍ନ ଓ ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ ଦେଖା ଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ ଆର୍ଥିକସ୍ଥିତିପ୍ରଭାବିତହେବ ।କର୍ମରେବିଫଳତା ଓ ସହକର୍ମୀଙ୍କଉପହାସରପାତ୍ରହେବେ । ଯେଉଁ ମାନଙ୍କର ହସ୍ତାକନ୍ୟା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୦୮, ଆରାଧନା : ମା’ ଛିନ୍ନମସ୍ତା ।

ତୁଳା: ଘାତବାର, ଅମାବାସ୍ୟାତିଥି, ଅଷ୍ଟମଚନ୍ଦ୍ର ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ବଦ୍‌ଖର୍ଚ୍ଚ ଅଧିକ ହେବ । କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ବିଶାଖାତୁଳା, ସେମାନେ ସତର୍କହେବେ । ଶୁଭରଙ୍ଗ: କଫି, ସଂଖ୍ୟା: ୦୪, ଆରାଧନା: ମା’ କମଳା ।

ବିଛା :   ଘାତଚନ୍ଦ୍ର ଯୋଗୁ ମନରେ ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ । ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ ଏବଂ ଦାମ୍ପତ୍ୟ ଜୀବରେ ଅଶାନ୍ତି କିମ୍ବା ସହଧର୍ମିଣୀଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖା ଯାଇପାରେ । ମୂଲ୍ୟବାନ ଧାତୁ ହଜିଯାଇ ପାରେ କିମ୍ବା ନଷ୍ଟ ହୋଇପାରେ  । ବାଣିଜ୍ୟ, ବ୍ୟବସାୟରେ ମଧ୍ୟମ ଆୟ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନିଘଟିବ । ଯେଉଁ ମାନଙ୍କର ବିଶାଖା ବିଛା ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୦୩, ଆରାଧନା : ମା’ ବଗଳାମୁଖୀ ।

ଧନୁ : ଷଷ୍ଠଚନ୍ଦ୍ର, ୦୬ ତାରିଖ, ୦୬ ମାସ ଓ ଗୁରୁବାର ତଥା ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ଚାଲିଚଳନରେ ସଂଯମତା, ବକ୍ତବ୍ୟରେ ମଧୁରତା ଏବଂ ସମସ୍ତକର୍ମରେ ସ୍ୱଚ୍ଛତା ଓ ସମୟାନୁ ବର୍ତ୍ତିତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂରହେବ । ଯେଉଁ ମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୮, ଆରାଧନା : ଶ୍ରୀଜଗନ୍ନାଥ ।

ମକର : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣଶକ୍ତି ହ୍ରାସ ପାଇବ ଏବଂ ମାନ, ସମ୍ମାନ ହାନିଘଟିବ । ସନ୍ତାନ ମାନେ ବିଶୃଙ୍ଖଳିତ ହେବେ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନିଘଟିବ । ଯେଉଁ ମାନଙ୍କର ଶ୍ରବଣାମକର, ସେମାନେ ସତର୍କ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ଘାତବାର ଓ କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ରଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ  ରାଜନୈତିକ ବ୍ୟକ୍ତିଙ୍କ ସହାୟତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ଏବଂ କୌଣସି ସଭା ଓ ସଙ୍ଗଠନର ନେତୃତ୍ୱ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁ ମାନଙ୍କର ଧନିଷ୍ଠା ଓ ଶତଭିଷାକୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : କଳା, ସଂଖ୍ୟା : ୩, ଆରାଧନା :  ମା’ କାଳୀ ।

ମୀନ : ତୃତୀୟଚନ୍ଦ୍ର, ଗୁରୁବାର ଓ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ପରିବାରରେ ସୁଖ,ଶାନ୍ତିଏବଂସୁଖାଦ୍ୟ, ସୁବସନ ପ୍ରାପ୍ତିହେବ । ଉନ୍ନତିମୂଳକ କର୍ମରେ ଧନ ଓ ଧ୍ୟାନ ଉଭୟ ବିନିଯୋଗ କରିବେ ଏବଂ ମନରେ ଦୃଢ଼ଇଚ୍ଛା ଶକ୍ତି ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଶିଖର ଛୁଇଁବ । ଯେଉଁ ମାନଙ୍କର ଉତ୍ତରା ଭାଦ୍ର ମୀନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ତାରା ।

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.