ମେଷ : ତୃତୀୟଚନ୍ଦ୍ର ମଙ୍ଗଳବାର ଯୋଗୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତିର ଖବର ମିଳିପାରେ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ଭାଇଭଉଣୀଙ୍କ ସହଯୋଗ ମିଳିବ ଏବଂ ମନରେ ଉଚ୍ଚାଭିଳାଷ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକାମେଷ, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ

ବୃଷ : ଦ୍ୱିତୀୟଚନ୍ଦ୍ର, ଦ୍ୱିତୀୟାତିଥି ଓ ରାହୁଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ଖର୍ଚ୍ଚ କରିବାରେ ଅନାଗ୍ରହ ଭାବ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ କୌଣସି ଆର୍ଥିକ ସଂସ୍ଥାରେ ସ୍ଥାୟୀ ନିବେଶ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଦରମାରେ କିଛି ବୃଦ୍ଧି ଘଟିପାରେ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ଧଳା, ସଂଖ୍ୟା : ୪, ଆରାଧନା : ମା’ କମଳା

ମିଥୁନ : ଶ୍ରୀଚନ୍ଦ୍ରଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଚାଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ ।ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁମିଥୁନ, ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ମା’ ତ୍ରିପୁରସୁନ୍ଦରୀ

କର୍କଟ : ଦ୍ୱାଦଶଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧିପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ସତ୍‌ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ ଏବଂ ସ୍ୱଜନ, ପରିଜନ, ଆତ୍ମୀୟଜନ ଦୂରେଇଯିବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ବୃଥା ଭ୍ରମଣ ଲାଗି ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଅଶ୍ଳେଷାକର୍କଟ, ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୫, ଆରାଧନା : ମା’ ସମଲେଶ୍ୱରୀ

ସିଂହ: ଏକାଦଶଚନ୍ଦ୍ର, ମଙ୍ଗଳବାର ଏବଂ ଦ୍ୱିତୀୟାତିଥି ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଫେରିପାଇବେ । ଧନର ସତ୍‌ ବିନିଯୋଗ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀସିଂହ, ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୧୧, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ

କନ୍ୟା: ଘାତଚନ୍ଦ୍ରଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଏବଂ ସମସ୍ତ କର୍ମ ବିବାଦୀୟ ହେବ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତାର ପଶ୍ଚାତ୍‌ଧାବନ କରିବେ । କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତାଭାବ ପ୍ରକାଶ ପାଇବ ଏବଂ ସମସ୍ତ କର୍ମ କଣ୍ଟକସଦୃଶ ମନେ ହେବ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଦେଖାଦେବ ଏବଂ କର୍ମରେ ବଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ହସ୍ତାକନ୍ୟା, ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୧୨, ଆରାଧନା : ମା’ ଷୋଡ଼ଶୀ

ତୁଳା : ଶୁକ୍ଳପକ୍ଷର ନବମ ଚନ୍ଦ୍ରଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ମହତ୍‌ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ଚିତ୍ରା ଓ ବିଶାଖାତୁଳା, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁଶ୍ରୀରାମ

ବିଛା : ଅଷ୍ଟମଚନ୍ଦ୍ର, ରାହୁଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମନରେ ବିରକ୍ତିଭାବ, ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ।ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ଶାରୀରିକପୀଡ଼ା ଭୋଗିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ସ୍ୱଜନ, ପରିଜନଙ୍କ ସହ ବିବାଦ ଦେଖାଦେବ । ପରିବାରରେ ଅଶାନ୍ତିର ବାତାବରଣ ରହିବ ଏବଂ ଆୟ ତୁଳନାରେ ବ୍ୟୟ ଅଧିକ ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଜ୍ୟେଷ୍ଠାବିଛା, ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୪, ଆରାଧନା : ମା’ ବଗଳାମୁଖୀ

ଧନୁ : ସପ୍ତମଚନ୍ଦ୍ର, ମଙ୍ଗଳବାର ଓ ଦ୍ୱିତୀୟାତିଥି ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନପ୍ରାପ୍ତି ହେବ । ପୁତ୍ର, କନ୍ୟା, ଭ୍ରାତୃ, ଭଗ୍ନୀଙ୍କର ବୈବାହିକ କର୍ମର ଆୟୋଜନ କରିବେ ଏବଂ ନିଜର ଧାର୍ମିକ କର୍ମରେ ସାମିଲ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତି ହେବ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ଲାଲ୍‌, ସଂଖ୍ୟା: ୫, ଆରାଧନା : ମା’ ତାରା

ମକର : ଷଷ୍ଠଚନ୍ଦ୍ର ଓ ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତିରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂର ହେବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠାମକର, ସେମାନେ ଉପକୃତ ହେବେ ।

ଶୁଭରଙ୍ଗ :କଳା, ସଂଖ୍ୟା : ୧୧, ଆରାଧନା  : ମା’ କାଳୀ

କୁମ୍ଭ : ଶୁକ୍ଳପକ୍ଷର ପଞ୍ଚମ ଚନ୍ଦ୍ରଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ ବିଦ୍ୟା, ସଂସ୍କୃତି, କଳାରେ ନିଜର ପରାକାଷ୍ଠା ପ୍ରଦର୍ଶନ କରିବେ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତାଙ୍କ କୃପା ଲାଭ କରିବେ । ପାରିବାରିକ ବିବାଦ, ଜମିଜମା ବିବାଦ ଓ ପୈତୃକ ସମ୍ପତ୍ତିକୁ ନେଇ ବିବାଦର ସମାଧାନ ହେବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ରକୁମ୍ଭ, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ :ମାଟିଆ, ସଂଖ୍ୟା : ୬, ଆରାଧନା : ମା’ ବିମଳା

ମୀନ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର, ଘାତତିଥି ଓ ରାହୁଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଓ କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ବେଳେ ଯଥାସମ୍ଭବ ବାକ୍‌ ସଂଯମତା ରକ୍ଷା କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ରେବତୀମୀନ, ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ଧୂମାବତୀ

ଜ୍ୟୋତିର୍ବିଦ୍‌: କୈଳାସ ଦାଶ

ଫୋନ୍: ୯୪୩୭୧୩୩୪୭୩