ପ୍ରମୂଖ ଖବର
  • ଲାଞ୍ଚନେବା ପଡ଼ିଲା ମହଙ୍ଗା, ବନ୍ଧାହେଲେ ୪ ସରକାରୀ ବାବୁ
  • ||
  • ଦୀଘା ସମୁଦ୍ରରେ ଭାସିଗଲେ ଦୁଇ ପର୍ଯ୍ୟଟକ, ଜଣେ ଉଦ୍ଧାର
  • ||
  • ଭୁବନେଶ୍ବର: ଲାଞ୍ଚନେବା ପଡ଼ିଲା ମହଙ୍ଗା, ବନ୍ଧାହେଲେ ୪ ସରକାରୀ ବାବୁ
  • ||
  • ମେଟ୍ରୋ ପ୍ରକଳ୍ପକୁ ନେଇ ବଡ଼ ଅପ୍‌ଡେଟ୍, ଭୁବନେଶ୍ୱରରେ ନୂଆ ଢ଼ାଞ୍ଚାରେ ହେବ ମେ​‌ଟ୍ରୋ କରିଡ଼ର
  • ||
  • ଇଟାଲୀର ଲାମ୍ପେଡୁସା ଦ୍ୱୀପରେ ବୁଡ଼ିଲା ପ୍ରବାସୀ ଡଙ୍ଗା; ୨୬ ମୃତ, ୧୨ ନିଖୋଜ
  • ||
  • ଗଞ୍ଜାମ : ବିଷାକ୍ତ ସାପ କାମୁଡାରେ ମାଇଁ ଓ ଭାଣିଜୀ ମୃତ
  • ||
  • କଟକ : କେନାଲ ପାଣିରେ ଭାସିଯାଇ ନିଖୋଜ ହୋଇଥିଲେ ଛାତ୍ରୀ, ଉଦ୍ଧାର ହେଲା ମୃତଦେହ
  • ||
  • ଭିସୁଟ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ଡ୍ରେସ୍ କୋଡ୍, ପ୍ରଥମ ବର୍ଷ ଛାତ୍ରୀ ପିନ୍ଧିବେ ସାଲଓ୍ୱାର- କୁର୍ତ୍ତା, ପ୍ୟାଣ୍ଟ, ସାର୍ଟ ପିନ୍ଧିବେ ଛାତ୍ର
  • ||
  • କଂଗ୍ରେସର "ଭୋଟ୍‌ ଚୋର, ଗାଦି ଛାଡ଼' ଶୋଭାଯାତ୍ରା, ସନ୍ଧ୍ୟାରେ ଆୟୋଜିତ ହେବ ମଶାଲ ରାଲି
  • ||
  • କେନ୍ଦୁଝର : ଶୋଇଥିବା ବେଳେ ଦଂଶିଲା ସାପ, ଚାଲିଗଲା ମାଆ ପୁଅଙ୍କ ଜୀବନ
  • ||
  • ବଲାଙ୍ଗୀର : ମହଙ୍ଗା ପଡ଼ିଲା ପରକୀୟା ପ୍ରୀତି, ଧରାପଡ଼ିବାରୁ ଗାଁ ଦାଣ୍ଡରେ ଯୁବକଙ୍କୁ ବାନ୍ଧି ନିସ୍ତୁକ ମାଡ଼
  • ||
  • ଚାଷକୁ ଡବଲ୍‌ ଲଘୁଚାପ ଭରସା: ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାକୁ ପ୍ରବଳ ବର୍ଷା ଆଲର୍ଟ, କୋରାପୁଟ, ମାଲକାନଗିରିକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ
  • ||

ଗୁରୁବାର ରାଶିଫଳ; ରହିଛି ରାହୁ ଯୋଗ, ଜାଣନ୍ତୁ କଣ ରହିଛି କାଲିର ଭାଗ୍ୟଫଳ

Published By : Bijay Swain | August 14, 2025 12:26 AM

ମେଷ : ଘାତଚନ୍ଦ୍ର, ଘାତତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ସ୍ୱଜନ, ପରିଜନଙ୍କ ସହ କଥାବାର୍ତ୍ତା ଓ ପରିବାର ସଦସ୍ୟଙ୍କ ସାଙ୍ଗରେ କଥାବାର୍ତ୍ତା ବେଳେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ନିଜର ଲୋକମାନେ ଶତ୍ରୁତା ଆଚରଣ କରିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗ କରିବେ । ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚ ଭାର ଅଧିକ ହେବ ଏବଂ ଖର୍ଚ୍ଚାଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କ ଅଶ୍ୱିନୀ ମେଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ଏକାଦଶ ଚନ୍ଦ୍ର ଓ ଦ୍ୱାଦଶ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଆୟ ଅପେକ୍ଷା ବ୍ୟୟ କମ୍‌ ରହିବ । ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ ଏବଂ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚ ଭାରରେ ଅଙ୍କୁଶ ଲାଗିବ ଏବଂ ଧନର ସତ୍‌ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମକୁ ଆଜି ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୧୨, ଆରାଧନା : ପ୍ରଭୁ ଶ୍ରୀରାମ ।

ମିଥୁନ : ଦଶମ ଓ ଏକାଦଶ ଚନ୍ଦ୍ର ଓ ବୁଧ, କେତୁ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରି ପାଇବେ । ଆର୍ଥିକ ଅବସ୍ଥାରେ ଉନ୍ନତି, ବ୍ୟବସାୟରେ ପ୍ରଗତି ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ସକାଳ ୯ଟା ୧୫ ମିନିଟ୍‌ ପର୍ଯ୍ୟନ୍ତ ନବମ ଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଓ ବ୍ୟବସାୟରେ କିଛିଟା ଶୁଭଫଳ ମିଳିବ । ଏହାପରେ ଦଶମ ଚନ୍ଦ୍ର ଓ ସାରାଦିନ ଘାତତିଥି ରହୁଥିବାରୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ସାମାନ୍ୟ ଶାରୀରିକ ଅସୁସ୍ଥତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । କର୍ମପ୍ରତି ଏକାଗ୍ରତା, ଆନ୍ତରିକତା ଅଧିକ ରହିବ ଏବଂ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମତତ୍ପରତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ନୂତନ ବ୍ୟବସାୟ କିମ୍ବା ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ ଜାରି ରଖିବେ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୫, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ଅଷ୍ଟମ ଓ ନବମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ବନ୍ଧୁବାନ୍ଧବ, କ୍ଷମତାଶାଳୀ ବ୍ୟକ୍ତି ଓ ରାଜନୈତିକ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ବେଳେ ସତର୍କତା ଅବଲମ୍ବନ କରିବେ  । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଏବଂ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ପରିବାରର ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ମଘା ସିଂହ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୧୧, ଆରାଧନା : ମା’ ମାଣିକେଶ୍ୱରୀ ।

କନ୍ୟା : ସକାଳ ୯ଟା ୧୫ ମିନିଟ୍‌ ପର୍ଯ୍ୟନ୍ତ ସପ୍ତମ ଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଓ ବ୍ୟବସାୟରେ କିଛିଟା ଶୁଭଫଳ ମିଳିବ । ଏହାପରେ ଅଷ୍ଟମ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗ କରିବେ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ହସ୍ତାକନ୍ୟା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୮, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।

ତୁଳା : ଷଷ୍ଠ ଓ ସପ୍ତମ ଚନ୍ଦ୍ର, ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ଆମୋଦପ୍ରମୋଦ, ମଉଜମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ ତଥା କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୨, ଆରାଧନା : ମା’ କମଳା ।

ବିଛା : ସକାଳ ୯ଟା ୧୫ ମିନିଟ୍‌ ପର୍ଯ୍ୟନ୍ତ ପଞ୍ଚମ ଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ।ବାଣିଜ୍ୟ, ବ୍ୟବସାୟ ଓ କର୍ମରେ ଅଶୁଭ ଫଳ ମିଳିବ । ଏହାପରେ ଷଷ୍ଠ ଚନ୍ଦ୍ର, ଗୁରୁବାର ଓ ସକାଳ ୯ଟା ୧୫ ମିନିଟ୍‌ ପରେକେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ମୁକ୍ତି ମିଳିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ପରୋପକାର, ସମାଜସେବା, ଧାର୍ମିକକର୍ମରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂରହେବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ପ୍ରଭୁ ସ୍କନ୍ଦ ।

ଧନୁ : ସକାଳ ୯ଟା ୧୫ ମିନିଟ୍‌ ପର୍ଯ୍ୟନ୍ତ ଘାତଚନ୍ଦ୍ର ଓ ପରେ ପଞ୍ଚମ ଚନ୍ଦ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣଶକ୍ତି ଲୋପ୍‌ ପାଇବ । ମନ ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ ଏବଂ ଅପମାନ, ଅପନିନ୍ଦା ଓ ଅପଯଶ ପାଇବେ ।ସନ୍ତାନମାନଙ୍କ ଶିକ୍ଷା, ସ୍ୱାସ୍ଥ୍ୟ, କର୍ମନିଯୁକ୍ତି, ଚାଲିଚଳନ, ବ୍ୟବହାର ଓ କଥାବାର୍ତ୍ତାକୁ ନେଇ ଚିନ୍ତିତ ହେବେ ଏବଂ ପାରିବାରିକ ବିବାଦ ଉଗ୍ରରୂପ ଧାରଣ କରିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ମୂଳା ଧନୁ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀ ଜଗନ୍ନାଥ ।

ମକର : ତୃତୀୟ ଓ ଚତୁର୍ଥ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଓ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀ ଓ ପଡ଼ୋଶୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ ।

କୁମ୍ଭ : ସକାଳ ୯ଟା ୧୫ ମିନିଟ୍‌ ପର୍ଯ୍ୟନ୍ତ ଦ୍ୱିତୀୟ ଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଓ ବ୍ୟବସାୟରେ ଅଶୁଭ ଫଳ ମିଳିବ । ଏହାପରେ ତୃତୀୟ ଚନ୍ଦ୍ରଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା ଓ ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ, ବନ୍ଧୁବାନ୍ଧବ ଓ ସହକର୍ମୀଙ୍କ ସହଯୋଗ, ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : କଫି, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।

ମୀନ : ସକାଳ ୯ଟା ୧୫ ମିନିଟ୍‌ ପର୍ଯ୍ୟନ୍ତ ଶ୍ରୀ ଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ କର୍ମରେ ଓ ବ୍ୟବସାୟରେ କିଛିଟା ଶୁଭଫଳ ମିଳିବ । ଏହାପରେ ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତିପହଞ୍ଚିବ ଏବଂକର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୫, ଆରାଧନା : ପ୍ରଭୁ ଗଜାନନ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.