ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ବଡ଼ଖମଣ ଜଙ୍ଗଲରୁ କଲରା ପତରିଆ ବାଘର ଗଳିତ ମୃତଦେହ ଠାବ

Published By : Suraj Kumar | January 25, 2025 5:33 PM

ତେଲକୋଇ,୨୫।୧ :  ତେଲକୋଇ ରେଞ୍ଜ ତାଳପଦା ସେକ୍ସନର ବଡଖମଣ ଇନ୍ଦିରା ଗୋଠ ପାହାଡ଼ରେ ଏକ କଲରା  ପତରିଆ ବାଘର ଗଳିତ ମୃତଦେହ ଠାବ କରିଛି ବନ ବିଭାଗ । ବାଘର ବୟସ ଦେଢ଼ ବର୍ଷ ରୁ ଦୁଇ ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ବାଘ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ବାଘଟି ସ୍ବାଭାବିକ ଭାବେ  ମୃତ୍ୟୁ ଘଟିଥିବା ପ୍ରାଥମିକ  ତଦନ୍ତରୁ ଜଣାପଡିଛି। 

ବାଘର କିଛି ଅଂଶ ବିଶେଷକୁ ଫୋରେନସିକ ଲାବୋରେଟୋରିକୁ ଟେଷ୍ଟ ପାଇଁ ପଠାଯିବ ବୋଲି କେନ୍ଦୁଝର ବନଖଣ୍ଡ ଅଧିକାରୀ ପ୍ରକାଶ କରିଛନ୍ତି। ସେଠାରୁ ରିପୋର୍ଟ ଆସିଲେ ବାଘ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ବନଖଣ୍ଡ ଅଧିକାରୀ କହିଛନ୍ତି। ଅନ୍ୟପକ୍ଷରେ ତେଲକୋଇ ରେଞ୍ଜ କଳାପାଟ ସଂରକ୍ଷିତ ଜଙ୍ଗଲରେ ପାଞ୍ଚ ରୁ ଛଅଟି କଲରାପତରିଆ ବାଘ ଥିବା ବନଖଣ୍ଡ ଅଧିକାରୀ ପ୍ରକାଶ କରିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.