ପ୍ରମୂଖ ଖବର
  • କୋଲାକାତା ଆଇଆଇଏମରେ ଦୁଷ୍କର୍ମ ମାମଲା, ତଦନ୍ତ ଲାଗି ଏସ୍ଆଇଟି ଗଠିତ
  • ||
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଡିଲ୍ ବେଳେ ମାଡ଼ି ବସିଲା ଏସଟିଏଫ୍, କଲରାପତରିଆ ବାଘ ଛାଲ ଜବତ, ଜଣେ ଗିରଫ

Published By : Rasmita Pradhan | December 14, 2024 2:29 PM

ବୌଦ୍ଧ, ୧୪/୧୨ : ବାଘ ଛାଲ ଡିଲ୍ ବେଳେ ମାଡ଼ି ବସିଲା ଏସଟିଏଫ୍। ବୌଦ୍ଧ ଜିଲ୍ଲା ମନମୁଣ୍ଡା-ଶଗଡା ରାସ୍ତାର ମେହେରୁନି ବ୍ରିଜ୍ ନିକଟରେ ଏସଟିଏଫ୍‌ର ଚଢାଉ। କଲରାପତରିଆ ବାଘ ଛାଲ ଜବତ। ଜଣେ ଅଭିଯୁକ୍ତ ଗିରଫ।

ସୂଚନାନୁଯାୟୀ, ମନମୁଣ୍ଡା-ଶଗଡା ରାସ୍ତାର ମେହେରୁନି ବ୍ରିଜ୍ ନିକଟରେ ବାଘ ଛାଲ ଡିଲ୍ ଚାଲିଥିବା ବେଳେ ବିଶେଷ ସୂତ୍ରରୁ ଖବର ପାଇ ଏସଟିଏଫ୍‌ ଚଢାଉ କରିଥିଲା। ଏହି ସମୟରେ ଏକ କଲରାପତରିଆ ବାଘ ଚମଡ଼ା ସହ ଜଣେ ଅଭିଯୁକ୍ତକୁ ଗିରଫ କରିଥିଲା। ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ମନମୁଣ୍ଡା ଥାନା ଅନ୍ତର୍ଗତ ପରିବନ୍ଧ ଗ୍ରାମର ନାରାୟଣ ମାଝୀ। ତେବେ ନାରାୟଣ ମାଝୀ ନିଜେ ଶିକାରୀ ନା ବେପାରୀ ତାହା ଜଣାପଡ଼ି ନାହିଁ। ଏନେଇ ଅଧିକ ଖୋଳତାଡ଼ କରୁଛି ଏସଟିଏଫ୍। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.