ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ମହାରାଷ୍ଟ୍ରରୁ ଶିମିଳିପାଳକୁ ଆସିଲା ବାଘୁଣୀ ‘ଗଙ୍ଗା’

Published By : Rasmita Pradhan | November 15, 2024 10:02 AM

ବାରିପଦା, ୧୫/୧୧ : ଶିମିଳିପାଳକୁ ମହାରାଷ୍ଟ୍ରରୁ ଆସିଛି ଦ୍ୱିତୀୟ ବାଘୁଣୀ ‘ଗଙ୍ଗା’ । ପ୍ରଥମ ବାଘୁଣୀ ‘ଯମୁନା’କୁ ଅଣାଯିବାର କିଛିଦିନ ବ୍ୟବଧାନରେ ମହାରାଷ୍ଟ୍ରରୁ ତଡ଼ବା ଅନ୍ଧାରୀ ବ୍ୟାଘ୍ର ପ୍ରକଳ୍ପରୁ ବାଘୁଣୀ ଅଣାଯାଇଛି । ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ଡ. ପ୍ରକାଶ ଚାନ୍ଦ ଗୋଗିନେନିଙ୍କ ନେତୃତ୍ୱରେ ବନ ବିଭାଗର ସ୍ୱତନ୍ତ୍ର ଟିମ୍‌ ବାଘୁଣୀକୁ ନେଇ ଆସିଛନ୍ତି । 

ମହାରାଷ୍ଟ୍ରରୁ ଦ୍ୱିତୀୟ ବାଘୁଣୀକୁ ଆଣି ଶିମିଳିପାଳରେ ଛାଡ଼ିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା । ମହାରାଷ୍ଟ୍ର ତଡୋବା ଅଭୟାରଣ୍ୟରୁ ବାଘୁଣୀକୁ ଚୟନ କରାଯାଇଥିଲା । ସ୍ୱାସ୍ଥ୍ୟଯାଞ୍ଚ ଏବଂ ଅନ୍ୟ ସମସ୍ତ ପ୍ରକ୍ରିୟା ଶେଷ ପରେ ସ୍ୱତନ୍ତ୍ର ଗାଡ଼ିରେ ସଡ଼କପଥରେ ‘ଗଙ୍ଗା’କୁ ଅଣାଯାଇଛି । ବାଘୁଣୀକୁ ପ୍ରଥମେ ଏନ୍‌କ୍ଲୋଜରରେ ରଖାଯିବ । ଜଙ୍ଗଲୀ ପରିବେଶ ସହ ଖାପଖାଇବା ପରେ ବା ଶିକାର କରିବାର କିଛିଦିନ ମଧ୍ୟରେ ତାକୁ କୋର୍‌ ଅଞ୍ଚଳରେ ଛଡ଼ାଯିବ ବୋଲି ସୂଚନା ଦେଇଛନ୍ତି ପିସିସିଏଫ୍‌ ସୁଶାନ୍ତ ନନ୍ଦ । ସୂଚନାଯୋଗ୍ୟ, ଗତ ଅକ୍ଟୋବର ୨୭ରେ ଶିମିଳିପାଳରେ ବାଘୁଣୀ ‘ଯମୁନା’ ପହଞ୍ଚିଥିଲା । ସ୍ୱତନ୍ତ୍ର ଏନ୍‌କ୍ଲୋଜରରେ ରଖାଯିବା ପରେ ନିକଟରେ ତାକୁ କୋର୍‌ ଅଞ୍ଚଳରେ ଛଡା ଯାଇଛି । ‘ଗଙ୍ଗା’ କ୍ଷେତ୍ରରେ ଅନୁରୂପ ପ୍ରକ୍ରିୟା ପାଳନ କରାଯିବ । ଦୁଇ ବାଘୁଣୀଙ୍କ ଗତିବିଧି ଉପରେ ନଜର ରଖାଯିବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.