ପ୍ରମୂଖ ଖବର
  • ଆସନ୍ତା ୨୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଂଗ୍ରେସର ଓଡ଼ିଶା ବନ୍ଦ ଡାକରା, ଶାନ୍ତି ଶୃଙ୍ଖଳାରେ ବନ୍ଦକୁ ସମର୍ଥନ କରିବାକୁ ଭକ୍ତଙ୍କ ଅପିଲ୍
  • ||
  • ମୟୂରଭଞ୍ଜ : ଅନ୍ଧ ବିଶ୍ୱାସ ଓ ତନ୍ତ୍ର ପୂଜା ପାଇଁ ଘରେ ରଖିଥିଲେ ବାଘ ଛାଲ, ୭ ଅଭିଯୁକ୍ତ ଗିରଫ
  • ||
  • ଗୁରୁବାର ମହାପ୍ରଭୁଙ୍କର ବନକଲାଗି ନୀତି, ସନ୍ଧ୍ୟା ସାଢେ ୬ଟାରୁ ରାତି ୧୧ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ
  • ||
  • ଜଳେଶ୍ବର: ବିଜୁ ଜନତା ଦଳ ପକ୍ଷରୁ ବାଲେଶ୍ୱର ଜିଲ୍ଲା ବନ୍ଦ ଡାକରା, ଦିନ ୨ଟା ପର୍ଯ୍ୟନ୍ତ ଚକଅଖ ବନ୍ଦ
  • ||
  • ନୂଆପଡ଼ା: ମର୍ଣ୍ଣିଙ୍ଗ ୱାକ କରିବା ବେଳେ ଅଘଟଣ; ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ,୨ ଗୁରୁତର
  • ||
  • ମୟୂରଭଞ୍ଜ: ରକ୍ତ ସମ୍ପର୍କରେ ରକ୍ତ ଛିଟା; ବୃଦ୍ଧ ବାପା ଓ ମାଆଙ୍କୁ ହତ୍ୟାକଲା ମଦ୍ୟପ ପୁଅ
  • ||
  • ଗଞ୍ଜାମ : ଭାରସାମ୍ୟ ହରାଇ ଘରେ ପଶିଲା କାର୍; ଜଣେ ମୃତ, ୪ଆହତ
  • ||
  • ଓଡ଼ିଶା ବନ୍ଦ ପାଇଁ ଟିଏଲ୍‌ଟି ନିଯୁକ୍ତି ପରୀକ୍ଷା ସ୍ଥଗିତ, ୧୮ରେ ହେବ ପରୀକ୍ଷା
  • ||
  • ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା, ୧୯ ଯାଏ ଢାଳିବ
  • ||
  • ଆମେରିକାର ଟାରିଫ୍‌ ଛାଟରେ ଚିନ୍ତାରେ ଏସୀୟ ଦେଶ : ପୋଷାକ ରପ୍ତାନିରେ ଲାଭ ଉଠାଇପାରିବ ଭାରତ
  • ||
  • ନୂଆପଡ଼ା : ମର୍ଣ୍ଣିଙ୍ଗ ୱାକ କରିବା ବେଳେ ଅଘଟଣ; ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ,୨ ଗୁରୁତର
  • ||

ଓଡ଼ିଶା ବନ୍ଦ ପାଇଁ ଟିଏଲ୍‌ଟି ନିଯୁକ୍ତି ପରୀକ୍ଷା ସ୍ଥଗିତ

Published By : Rasmita Pradhan | July 16, 2025 8:34 AM

ଭୁବନେଶ୍ୱର,୧୬/୦୭ : ଆସନ୍ତା ୧୭ ତାରିଖରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏହାକୁ ଦୃଷ୍ଟିରେ ରଖି ଏହି ଦିନ ହେବାକୁ ଥିବା ନିଯୁକ୍ତି ପରୀକ୍ଷାକୁ ସ୍ଥଗିତ କରିଛି ଓଡ଼ିଶା ଅଧସ୍ତନ କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) । ଆସନ୍ତା ୧୭ ତାରିଖରେ ହେବାକୁ ଥିବା ସେବକ, ସେବିକା, ଆଦିବାସୀ ଭାଷା ଶିକ୍ଷକ (ଟିଏଲ୍‌ଟି) ପ୍ରିଲିମ୍‌ ନିଯୁକ୍ତି ନେଇ ପରୀକ୍ଷା କାର୍ଯ୍ୟସୂଚୀ ଚୂଡ଼ାନ୍ତ ହୋଇଥିଲା । ହେଲେ ଓଡ଼ିଶା ବନ୍ଦ ପାଇଁ ଏହି ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । ଆଗାମୀ ଦିନରେ ପରୀକ୍ଷା କେବେ ହେବ ତାର ସୂଚନା ପ୍ରଦାନ କରାଯିବ । ଏନେଇ ପରୀକ୍ଷାର୍ଥୀମାନେ ଓଏସ୍‌ଏସ୍‌ଏସ୍‌ସି ୱେବ୍‌ସାଇଟ୍‌ ଯାଞ୍ଚ କରିବାକୁ କୁହାଯାଇଛି । 

ଓଏସ୍‌ଏସ୍‌ଏସ୍‌ସି ପକ୍ଷରୁ ସୂଚନା ଦିଆଯାଇଛି, ଗତ ଜୁନ୍‌ ୧୭ ତାରିଖରେ ବିଜ୍ଞପ୍ତି ନମ୍ବର ୧୩୩୩ରେ ସେବକ/ ସେବିକା, ଟିଏଲ୍‌ଟିର ପ୍ରିଲିମ୍‌ ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ କରାଯାଇଥିଲା । ସେହିପରି କମିଶନରେଟ ପୁଲିସ ପକ୍ଷରୁ ବୁଧବାର ହେବାକୁ ଥିବା ସପ୍ତମ ଓଡ଼ିଶା ସ୍ୱତନ୍ତ୍ର ସଶସ୍ତ୍ର ବାହିନୀ (ଓଏସ୍‌ଏପି)ଠାରେ ଗୃହରକ୍ଷୀ ନିଯୁକ୍ତିର ଶାରୀରିକ ପରୀକ୍ଷାକୁ ୨ ଦିନ ପାଇଁ ସ୍ଥଗିତ ରଖାଯାଇଛି । ୧୮ ତାରିଖରେ ସମାନ ସମୟ ଓ ସ୍ଥାନରେ ଏହି ପରୀକ୍ଷା କରାଯିବ ବୋଲି କମିଶନରେଟ ପୁଲିସ ପକ୍ଷରୁ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ପୋଷ୍ଟ କରି ଜଣାଇ ଦିଆଯାଇଛି । 

ସୂଚନାଯୋଗ୍ୟ, ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମାହୁତି ଘଟଣାରେ ସାରା ରାଜ୍ୟରେ ବିକ୍ଷୋଭ ହେଉଛି । ଆଜି ବଜେଡି ପକ୍ଷରୁ ଲୋକସେବା ଭବନ ଘେରାଉ କରାଯିବାର କାର୍ଯ୍ୟକ୍ରମ ରହିଛି । ଆସନ୍ତା ୧୭ ତାରିଖରେ କଂଗ୍ରେସ ସମେତ ୮ ବିରୋଧୀ ଦଳ ମିଶି ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି । ଆବେଦନକାରୀଙ୍କ ଯାତାୟତ ଜନିତ ଅସୁବିଧାକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନିଆଯାଇଛି ବୋଲି କମିଶନରେଟ୍‌ ପୁଲିସ ପକ୍ଷରୁ କୁହାଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.