ପ୍ରମୂଖ ଖବର
  • ‘ଆମ ଶାସନ’ ବ୍ୟବସ୍ଥାର ଶୁଭାରମ୍ଭ, ଲୋକଙ୍କ ମତାମତ ଆଧାରରେ ହେବ ନୀତି ନିର୍ଦ୍ଧାରଣ
  • ||
  • ନୂଆଦିଲ୍ଲୀ: ତଦନ୍ତରେ ଚାଞ୍ଚଲ୍ୟକର ଖୁଲାସା; ପାକିସ୍ତାନକୁ ପଠାଯାଉଥିଲା ଦେଶର ଗୁଇନ୍ଦା ସୂଚନା, ପାକିସ୍ତାନୀ ଗୁପ୍ତଚର ସମ୍ପର୍କରେ ଥିଲେ ଭାରତର ୧୫ ଅଧିକାରୀ
  • ||
  • ଟାଙ୍ଗୀ : ରୋଷେଇ ଚାଲିଥିବା ବେଳେ ଫାଟିଲା ଗ୍ୟାସ୍ ସିଲିଣ୍ଡର, ହୁତୁହୁତୁ ହୋଇ ଜଳିଗଲା ଘର, ୬ଟି ପରିବାର ସର୍ବସ୍ବାନ୍ତ
  • ||
  • ଥମିଲା ଆନ୍ଦୋଳନ,୧୫ ଦିନ ପରେ ଅମଲା ଆନ୍ଦୋଳନ ସ୍ଥଗିତ
  • ||
  • ମହମ୍ମଦ ୟୁନୁସ୍‌ଙ୍କ ବଡ଼ ଘୋଷଣା : '୨୦୨୬ରେ ବାଂଲାଦେଶକୁ ମିଳିବ ଗଣତାନ୍ତ୍ରିକ ସରକାର, ଯିଏ ଜିତିବ ତା' ହାତରେ ଟେକିଦେବୁ ଶାସନ ଭାର'
  • ||
  • ଗାଜା ହସ୍ପିଟାଲରେ ଇସ୍ରାଏଲ ସେନାର ବୋମାମାଡ଼, ୫ ସାମ୍ବାଦିକଙ୍କ ସମେତ ୨୦ ଜଣଙ୍କ ମୃତ୍ୟୁ, ଅନେକ ଆହତ
  • ||
  • ଆଗାମୀ ୪୮ ଘଣ୍ଟା ଭିତରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ, ୨୯ ଯାଏ ବର୍ଷା ସମ୍ଭାବନା, ଆଜି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • କାଣୀ ନଦୀରେ ଘାଈ ପରେ ଦୁର୍ଦ୍ଦଶା, ପାଣି ଘେରରେ ଦଶରଥପୁର ବ୍ଲକର ୧୫ ପଞ୍ଚାୟତ, ୫ ହଜାର ଲୋକେ ଜଳବନ୍ଦୀ
  • ||
  • ବଢି ଯନ୍ତ୍ରଣା : ବୈତରଣୀ ଓ ସୁବର୍ଣ୍ଣରେଖା କୋପରେ ଭାସୁଛି ଶତାଧିକ ଗାଁ, ଜଳବନ୍ଦୀ ଅବସ୍ଥାରେ ହଜାର ହଜାର ଲୋକେ
  • ||
  • ମଙ୍ଗଳବାର ଉଦୟଗିରି, ହିମଗିରିର ହେବ ଜଳାବତରଣ; ଶତ୍ରୁର ଜାହାଜକୁ ଖୋଜି ଖୋଜି କରିବ ଧ୍ୱଂସ
  • ||
  • ରୋଷେଇ ବେଳେ ଅଘଟଣ: ଆକସ୍ମିକ ଅଗ୍ନିକାଣ୍ଡରେ ଦମ୍ପତି ଜୀବନ୍ତ ଦଗ୍ଧ, ଅନାଥ ହୋଇଗଲା ୯ ମାସ ଶିଶୁ
  • ||

ଶ୍ରୀମନ୍ଦିରରେ ହାତୀ ପ୍ରସ୍ତାବ ବା ଅନ୍ଧ ଲୀଳା ନୀତି ହେବ ଅନୁଷ୍ଠିତ

Published By : Anindita Ratha | August 26, 2025 10:27 AM

ପୁରୀ ୨୬/୮: ମଙ୍ଗଳବାର ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଅନ୍ଧ ମନ୍ଦିର ହାତୀ ପ୍ରସ୍ତାବ ବା ଅନ୍ଧ ଲୀଳା ନୀତି । ଭାଦ୍ରବ ଶୁକ୍ଳ ତୃତୀୟା ତିଥି ଅବସରରେ ଏହି ନୀତି ଅନୁଷ୍ଠିତ ହୋଇଥାଏ । ବାସେଳୀ ସାହି ଏହି ଅନ୍ଧ ମନ୍ଦିର ହାତୀର ପ୍ରସ୍ତାବ କରିଥାନ୍ତି । ମହାପ୍ରଭୁ ଶ୍ରୀକୃଷ୍ଣ ଦୃଷ୍ଟିହୀନ ଭକ୍ତର ଭକ୍ତିରେ ସନ୍ତୁଷ୍ଟ ହୋଇ ଚକ୍ଷୁଦାନ କରିଥିବା ବେଳେ ଏକ ପରାକ୍ରମୀ ଉନ୍ମତ୍ତ ହାତୀକୁ ବିନାଶ କରିବେ ।

ଶ୍ରୀମନ୍ଦିରରେ ସନ୍ଧ୍ୟା ଆଳତି ବଢିବା ପରେ ଦକ୍ଷିଣୀ ଘରୁ ରାମକୃଷ୍ଣ ରତ୍ନ ସିଂହାସନକୁ ବିଜେ କରିବେ । ପରେ ମହାପ୍ରଭୁଙ୍କଠାରୁ ଆଜ୍ଞାମାଳ ପାଇ ମହାଜନ ସେବକଙ୍କ ହସ୍ତରେ ବଟମୂଳ ନିକଟରେ ଥିବା ପାଲିଙ୍କିରେ ବିଜେ କରିବେ । ପରେ ବିମାନବଡୁ ସେବକମାନେ ଠାକୁରଙ୍କୁ ସିଂହଦ୍ୱାର ନିକଟରେ ଥିବା ବଡ଼ଛତା ମଠ ସମ୍ମୁଖକୁ ନେବେ । ସେଠାରେ ପଡିଥିବା ଖଟ ଉପରେ ଠାକୁର ପାଲିଙ୍କି ସହିତ ବିଜେ ହେବେ । ଏହି ସମୟରେ  ଶ୍ରୀଛାମୁରେ ବସେଳୀ ସାହି ଲୋକେ ଅନ୍ଧ ମନ୍ଦିର ହାତୀ ପ୍ରସ୍ତାବ କରିବେ । ଦ୍ୱାପର ଯୁଗରେ ମହାପ୍ରଭୁ ଶ୍ରୀକୃଷ୍ଣ ଦୃଷ୍ଟିହୀନ ଭକ୍ତର ଭକ୍ତିରେ ସନ୍ତୁଷ୍ଟ ହୋଇ ଚକ୍ଷୁଦାନ କରିଥିବା ବେଳେ ଏକ ପରାକ୍ରମୀ ଉନ୍ମତ୍ତ ହାତୀକୁ ବିନାଶ କରିଥିଲେ ଏହି ସ୍ମୃତି କୁ ପ୍ରତିପାଦନ କରା ଯାଇଥାଏ । ନୀତି ସମ୍ପନ୍ନ ହେବା ପରେ ଠାକୁରଙ୍କୁ ପଞ୍ଚ ଉପଚାରରେ ଶୀତଳ ଭୋଗ ମଣୋହି କରାଯିବ । ପରେ ବନ୍ଦାପନା ନୀତି ସମ୍ପନ୍ନ ହୋଇ ଠାକୁର ଶ୍ରୀମନ୍ଦିରକୁ ବାହୁଡ଼ା ବିଜେ କରିବେ ।  ସନ୍ଧ୍ୟାଧୂପ ପରେ ଶ୍ରୀମନ୍ଦିରରେ ଅନ୍ଧକୁ ଚକ୍ଷୁଦାନ ଲୀଳା ନୀତି ଅନୁଷ୍ଠିତ ହେବ ।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.