ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ବିଜେପି ନେତାଙ୍କ ମାରାଥନ୍‌ ପ୍ରଚାର: ଆଜି ଅଶ୍ୱିନୀ, ହେମାମାଳିନୀ ଓ ତୋମାରଙ୍କ କରିବେ ପ୍ରଚାର, ଧର୍ମେନ୍ଦ୍ର, ଭୂପେନ୍ଦ୍ର, ଅନୁଭବ, ସିଦ୍ଧାନ୍ତ ବି ବୁଲିବେ

ଭୁବନେଶ୍ୱର,୧୮/୦୫: ଆଜି ବିଜେପିର ଏକାଧିକ ନେତାଙ୍କ ମାରାଥନ୍‌ ପ୍ରଚାର କାର୍ଯ୍ୟକ୍ରମ ରହିଛି । କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ଡ୍ରିମଗାର୍ଲ ହେମାମାଳିନୀ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, କେନ୍ଦ୍ରମନ୍ତ୍ରୀ ଭୁପେନ୍ଦ୍ର ଯାଦବ, ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାପତି ମନମୋହନ ସାମଲ, ଅଭିନେତା ସାଂସଦ ଅନୁଭବ ମହାନ୍ତି, ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ଅଞ୍ଚଳକୁ ଯାଇ ପ୍ରଚାର କରିବା ସହ ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ।

ସାଂସଦ ଓ ଡ୍ରିମଗାର୍ଲ ହେମାମାଳିନୀ ଆସନ୍ତାକାଲି ଦିନ ସାଢେ୧୦ଟାରେ ଦେବଗଡ଼ରେ ଓ ଦିନ ୧୧ଟା ୪୫ରେ ପାଲଲହଡ଼ାରେ ଅନୁଷ୍ଠିତ ଜନସଭାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । 

 କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ ସକାଳ ୯ଟା ୪୫ରେ କଣ୍ଟାବାଞ୍ଝିରେ ବିଜେପି ପାଇଁ ଭୋଟ୍‌ ମାଗିବେ । ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ପ୍ରତାପ ଷଡ଼ଙ୍ଗୀ, ସାଂସଦ ଅପରାଜିତା ଷଡ଼ଙ୍ଗୀ ମିଳିତ ହୋଇ ବାଲେଶ୍ୱରରେ ଦିନ ସାଢ଼େ ୧୦ଟାରେ କାର୍ଯ୍ୟକର୍ତ୍ତା ବୈଠକରେ ଯୋଗ ଦେବେ । ଦିନ ୨ଟାରେ କେନ୍ଦ୍ରାପଡ଼ାରେ ଓ ଅପରାହ୍ଣ ସାଢ଼େ ୪ଟାରେ ଭୁବନେଶ୍ୱରରେ ଅନୁଷ୍ଠିତ ବୈଠକରେ ସାମିଲ ହେବେ ।

 ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂହ ତୋମାର ଦିନ ସାଢ଼େ ୧୦ଟାରେ ବ୍ରଜରାଜନଗରଓ ମଧ୍ୟାହ୍ନ ସାଢ଼େ ୧୨ଟାରେ ଝାରସୁଗୁଡ଼ାରେ ପ୍ରଚାର କରିବେ । ରାଜ୍ୟ ମୁଖପାତ୍ର ତଥା ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ଓ ଅଭିନେତା ସାଂସଦ ଅନୁଭବ ମହାନ୍ତି ଆସ୍କାରେ ପ୍ରଚାର କରିବେ । ପୋଲସରା ଓ ଭଞ୍ଜନଗରରେ ରୋଡ୍‌ ସୋ କରିବେ । ପୂର୍ବତନ ସାଂସଦ ତଥା ଦିଗପହଣ୍ଡି ବିଧାୟକ ପ୍ରାର୍ଥୀ ସିଦ୍ଧାନ୍ତ ମହାପାତ୍ର ସୁନ୍ଦରଗଡରେ ପ୍ରଚାର କରିବେ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.