ପ୍ରମୂଖ ଖବର
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜି ଶରଧାବାଲିରେ ରଥ ଦକ୍ଷିଣ ମୋଡ଼, ତାଳଧ୍ୱଜରେ ପ୍ଲେଟ୍‌ ଓ ନନ୍ଦିଘୋଷରେ କ୍ଲାମ୍ପ ଲାଗିଲା
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ସନ୍ଧ୍ୟାରେ ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ, ରତ୍ନଭଣ୍ଡାର ମରାମତି ଏବଂ ରାଷ୍ଟ୍ରପତି ଗସ୍ତକୁ ନେଇ ହେବ ଆଲୋଚନା

Published By : Prameya | November 26, 2024 1:29 PM

ପୁରୀ ୨୬/୧୧: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ପ୍ରସଙ୍ଗ ଏବଂ ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଆଜି ବସିବ ଛତିଶା ନିଯୋଗ ବୈଠକ। ସନ୍ଧ୍ୟା ୫ଟାରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବୈଠକ ଅନୁଷ୍ଠିତ ହେବ।  ଡିସେମ୍ବର ୪ରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ମହାପ୍ରଭୁଙ୍କ ନୀତି କାନ୍ତି କିଭଳି ଶୃଙ୍ଖଳିତ କରାଯିବ ସେନେଇ ବୈଠକରେ ଆଲୋଚନା ହେବ। ଏନେଇ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ସୂଚନ ଦେଇଛନ୍ତି।

ଡିସେମ୍ବର ୪ ତାରିଖରେ ପୁରୀ ବ୍ଲୁ ଫ୍ଲାଗ ବିଚ୍‌ରେ ପାଳନ ହେବ ନୌସେନା ଦିବସ। ପୁରୀ ଗସ୍ତରେ ଆସି ନୌସେନା ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଦର୍ଶକ ଓ ପର୍ଯ୍ୟଟକ ପେଣ୍ଠକଟା ଠାରୁ ଲାଇଟ ହାଉସ ପର୍ଯ୍ୟନ୍ତ ଏହି ଶୋ ଦେଖିପାରିବେ। ଏଥିପାଇଁ ସମୁଦ୍ର କୂଳରେ ବିଭିନ୍ନ ସେକ୍ଟର କରାଯାଇଛି। ସମସ୍ତ ସେକ୍ଟରରେ ଦର୍ଶକମାନଙ୍କ ସୁବିଧା ପାଇଁ ଆନୁସଙ୍ଗିକ ବ୍ୟବସ୍ଥା ଗ୍ରହଣ କରାଯାଇଛି। 

ନୌସେନା ଦିବସ ପାଳନ ନେଇ ମତ୍ସ୍ୟଜୀବୀଙ୍କ ଉପରେ କଟକଣା ଜାରି କରାଯାଇଛି। ୧୦ ଦିନ ପର୍ଯ୍ୟନ୍ତ ସମୁଦ୍ରରୁ ମାଛଧରା ବନ୍ଦ ରହିବ। ନଭେମ୍ୱର ୨୬ ତାରିଖ ରୁ ଡିସେମ୍ବର ୫ ତାରିଖ ପର୍ଯ୍ୟନ୍ତ ରହିବ କଟକଣା ବଳବତ୍ତର ରହିବ। ସମୁଦ୍ର ମଧ୍ୟକୁ ମାଛ ଧରିବା ପାଇଁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ସମୁଦ୍ର ଭିତରକୁ ମାଛ ଧରିବା ପାଇଁ ଯାଇଥିବା ମତ୍ସ୍ୟଜୀବୀମାନେ ୨୫ ତାରିଖ ସନ୍ଧ୍ୟା ସୁଦ୍ଧା ଫେରି ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ପୁରୀ ଜିଲ୍ଲାପାଳ ସୂଚନା ଦେଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.