ପ୍ରମୁଖ ଖବର
  • କଟକରେ ବେଆଇନ ଗୁଟ୍‌ଖା କାରଖାନା ଠାବ: ଲକ୍ଷାଧିକ ଟଙ୍କାର କଞ୍ଚାମାଲ୍‌ ଜବତ, ମାଲିକ ସହ କର୍ମଚାରୀ ଗିରଫ
  • ||
  • ବରେଲି: ହାଇୱେରେ ଟ୍ରକକୁ ଧକ୍କା ଦେବା ପରେ ଜଳିଗଲା କାର୍, ଜିଅନ୍ତା ଜଳିଗଲେ ୮ ବରଯାତ୍ରୀ
  • ||
  • ମଦ ବ୍ୟବସାୟୀଙ୍କ ଘରେ ଆୟକର ଚଢ଼ଉ ଘଟଣା: ୪ ଦିନର ଚଢ଼ାଉରେ ଗଣା ସରିଲା ୧୮୮ କୋଟି, ବଳକା ଟଙ୍କା ଗଣିବାକୁ ଲାଗିବ ଆଉ ୨ ଦିନ
  • ||
  • ଆଜି ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ପ୍ରଥମ ଟି-ଟ୍ୱେଣ୍ଟି ମୁକାବିଲା, ବିସ୍ଫୋରକ ବ୍ୟାଟିଂ ଉପରେ ଟିମ୍‌ ଇଣ୍ଡିଆର ଫୋକସ୍‌
  • ||
  • ଭୁବନେଶ୍ୱର: ରାଜ୍ୟରେ ବଦଳିଲା ପାଗ, ଖସିଲା ତାପମାତ୍ରା: ଆସନ୍ତା ୨ ଦିନରେ ୨ ଡିଗ୍ରୀ ଖସିବ ରାତି ପାରଦ
  • ||

ଆଜିର ରାଶିଫଳ (୧/୨, ଶୁକ୍ରବାର)

ମେଷ- କୃଷ୍ଣ ପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ କାର୍ଯ୍ୟ ବିଳମ୍ବ ଦେଖାଦେବ । ଧର୍ମାଦି କାର୍ଯ୍ୟରେ ବ୍ୟୟ କରି ଅଭାବରେ ପଡ଼ିବେ । ରାଜନୀତିରେ ପ୍ରତିଦ୍ୱଦ୍ୱିତା ରହିବ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ ।ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରୀମ୍‌ ।

ବୃଷ- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ ଅନେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ । ସାଂସାରିକ ଅର୍ଥାଭାବ ଓ ଚିନ୍ତା ରହିବ । ·କିରିରେ କାର୍ଯ୍ୟ ଭାର ରହିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

ମିଥୁନ- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ସୁଖସମ୍ମାନ ପାଇବେ । ସାଂସାରିକ ଚଳଚଞ୍ଚଳ ରହିବେ । ମହିଳା ଆତ୍ମନିର୍ଭରଶୀଳ ହେବେ । ·କିରିରେ ପ୍ରଶଂସା ପାଇବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୮, ଶୁଭ ରଙ୍ଗ-ନୀଳ ।

କର୍କଟ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କେତେକ କ୍ଷେତ୍ରରେ ଉନ୍ନତି କରିବେ । ସାଂସାରିକ ସୁଖ ସମ୍ମାନ ପାଇବେ । ମହିଳାମାନେ ରକ୍ଷଣଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ଲାଭ ଜନକ ରହିବ । ଶୁଭଅଙ୍କ-୯, ଶୁଭ ରଙ୍ଗ-ଲାଲ ।

ସିଂହ- କୃଷ୍ଣ ପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ସମସ୍ୟାର ସମ୍ମୁଖୀନ ହେବେ । ସାଂସାରିକ ବିରକ୍ତିମନା ରହିବେ । ମହିଳା ଆଳସ୍ୟମନା ରହିବେ । ପରିବହନ ଓ ବାଣିଜ୍ୟରେ ଆୟ ବ୍ୟୟ ସମାନ ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍‌ ।

କନ୍ୟା- କୃଷ୍ଣ ପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତଶୀଳ ହେତୁ ପ୍ରତି କାର୍ଯ୍ୟରେ ଆଗେଇ ଚାଲିବେ । ସାଂସାରିକ ବନ୍ଧୁ ବାନ୍ଧବଙ୍କର ସହଯୋଗ ପାଇବେ । ପ୍ରଶାସନିକ ସୁନାମ ପାଇବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୬, ଶୁଭରଙ୍ଗ-ସିଲିଭର ।

ତୁଳା- ତୃତୀୟ ଭାବରେ ଘାତଚନ୍ଦ୍ର କାରଣରୁ କୌଣସି ବଡ କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ । ସାଂସାରିକ ଚଳଚଞ୍ଚଳ ରହିବେ । ·କିରିରେ ନିଷ୍ଠାପର ରହିବେ । ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ବିଛା- କୃଷ୍ଣ ପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କୌଣସି ଆର୍ଥିକ ବିଷୟରେ ଚିନ୍ତା ରହିବ । ସାଂସାରିକ ଭୁଲ୍‌ ବୁଝାମଣା ରହିବ । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।

ଧନୁ- ଶ୍ରୀଚନ୍ଦ୍ର କାରଣରୁ ଦିନଚର୍ଯ୍ୟ ବିଳାସପୂର୍ଣ୍ଣ ରହିବ । ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ । ପ୍ରଶାସନିକ ରାଜନୀତିରେ ସୁନାମ ପାଇବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣି ।

ମକର- କୃଷ୍ଣ ପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ସାଧାରଣ ଫଳ ମିଳିବ । ସାଂସାରିକ କିଛିଟା ଅର୍ଥପ୍ରାପ୍ତି ଯୋଗ ରହିଛି । ପରିବହନ ଓ ବାଣିଜ୍ୟରେ ସ୍ୱଳ୍ପ ଲାଭ ମିଳିବ । ଶୁଭଅଙ୍କ-୬, ଶୁଭରଙ୍ଗ- ସିଲିଭର ।

କୁମ୍ଭ- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ପ୍ରସିଦ୍ଧି ପାଇବେ । ସାଂସାରିକ ଉଚ୍ଚ ଆଶା ପୂରଣ ହେବ । ·କିରିରେ ଦାୟିତ୍ୱ ବୋଧ ରହିବ । ପରିବହନ ଓ ବାଣିଜ୍ୟରେ ପୁର୍ଣ୍ଣ ନିବେଶ କରି ଚିନ୍ତାରେ ରହିବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ମୀନ- ଦଶମରେ ଚନ୍ଦ୍ରଙ୍କ ପାରଗମନ ହେତୁ କର୍ମ କ୍ଷେତ୍ର ପରିସର ବୃଦ୍ଧି ପାଇବ । ସାଂସାରିକ ଅର୍ଥପ୍ରାପ୍ତି ଯୋଗ ରହିଛି । ·କିରିରେ ଶୁଭଫଳ ମିଳିବ । ବାଣିଜ୍ୟରେ ଉତ୍ତମ ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

Copyright © 2022 - Summa Real Media Private Limited. All Rights Reserved.