ଆଜିର ରାଶିଫଳ (୧୩/୨, ବୁଧବାର)

ମେଷ- ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଚଳଚଞ୍ଚଳ ରହିବେ । ସାଂସାରିକ ପଡ଼ୋଶୀଙ୍କ ସହଯୋଗ ପାଇବେ । ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଲାଭାନ୍ୱିତ ହେବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍ଡେନ୍ ।
ବୃଷ- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ । ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ । ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ । ଚାକିରିରେ ନିଷ୍ଠାପର ରହିବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।
ମିଥୁନ- ଶୁକ୍ଳପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ବହୁ ଚେଷ୍ଟା ସତେତ୍ୱ ବି ଅସଫଳ ହେବେ । ସାଂସାରିକ ବ୍ୟୟ ବହୁଳତା ରହିବ । ଚାକିରିରେ କାର୍ଯ୍ୟଭାର ରହିବ । ପରିବହନ ଓ ବାଣିଜ୍ୟରେ ମନ୍ଥର ରହିବ । ଶୁଭଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର ।
କର୍କଟ- ଏକାଦଶରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମ କ୍ଷେତ୍ରରେ ସହଯୋଗ ପାଇ ଆଗେଇ ଚାଲିବେ । ସାଂସାରିକ ସୁଖ ସମ୍ମାନ ପାଇବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଉତ୍ତମ ଫଳ ପାଇବେ । ଶୁଭଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।
ସିଂହ- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କାର୍ଯ୍ୟ ସିଦ୍ଧି ସହ ମାନ ସମ୍ମାନ ବୃଦ୍ଧି ପାଇବ । ସାଂସାରିକ ଉନ୍ନତି କରିବେ । ମହିଳାମାନେ ଆତ୍ମନିର୍ଭରଶୀଳ ହେବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍ଭର ।
କନ୍ୟା- ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ଶୃଙ୍ଖଳିତ ଧାରାରେ କର୍ମ କରି ସଫଳ ହେବେ । ସାଂସାରିକ ସମସ୍ୟାରୁ ମୁକ୍ତି ପାଇବେ । ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭଅଙ୍କ-୬, ଶୁଭରଙ୍ଗ-ଧଳା ।
ତୁଳା- ଅଷ୍ଟମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ବାଧାବିଘ୍ନ ରହିବ । ସାଂସାରିକ ଅର୍ଥାଭାବ ରହିବ । ରାଜନୀତିରେ ଶତ୍ରୁ ବୃଦ୍ଧି ହେବେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ବିଛା- ସପ୍ତମ ଭାବରେ ଘାତଚନ୍ଦ୍ର କାରଣରୁ କର୍ମ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ନେଇ ଉତ୍ତେଜନାରେ ରହିବେ । ସାଂସାରିକ ଚଳଚଞ୍ଚଳ ରହିବେ । ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍ଭର ।
ଧନୁ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ପରିଶ୍ରମର ଫଳ ମିଳିବ । ସାଂସାରିକ ଆର୍ଥିକ ସ୍ୱଚ୍ଛଳତା ରହିବ । ରାଜନୀତିରେ ସକ୍ରିୟ ରହିବେ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ ।
ମକର- ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ପ୍ରତିଟି କାର୍ଯ୍ୟରେ ସଫଳ ହେବେ । ସାଂସାରିକ ଉତ୍ତମ ବୁଝାମଣା ରହିବ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।
କୁମ୍ଭ- ଶୁକ୍ଳପକ୍ଷ ଚତୁର୍ଥର୍ରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟ ବିଳମ୍ବ ଓ ମନସ୍ତାପ ରହିବ । ସାଂସାରିକ ଖର୍ଚ୍ଚାନ୍ତ ଦେଖା ଦେଇପାରେ । ମହିଳାମାନେ ହତୋତ୍ସାହ ରହିବେ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର ।
ମୀନ- ପରାକ୍ରମ ସ୍ଥାନରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଧନ ସମ୍ମାନ ପାଇବେ । ସାଂସାରିକ ଉଚ୍ଚ ଆଶା ପୂରଣ ହେବ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଉତ୍ତମ ଫଳ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।