ଆଜିର ରାଶିଫଳ (୧୬/୩, ଶନିବାର)

ମେଷ-ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ଉଚ୍ଚ ଆଶା ସଫଳ ହେବ । ସାଂସାରିକ ଆଦର ସମ୍ମାନ ପାଇବେ । ମହିଳାମାନଙ୍କର ସ୍ୱାଭିମାନ ଅକ୍ଷୁର୍ଣ୍ଣ ରହିବ । ଚାକିରିରେ ନିଷ୍ଠାପର ରହିବେ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।
ବୃଷ- ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ଶୃଙ୍ଖଳିତ ଧାରାରେ କର୍ମ କରି ସଫଳ ହେବେ । ସାଂସାରିକ ସହଯୋଗ ମିଳିବ । ରାଜନୀତିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର ।
ମିଥୁନ- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ଦେହ ଓ ମନ ଭଲ ରହିବ । ସାଂସାରିକ ସଂସ୍କାର ବୃଦ୍ଧି ପାଇବ । ମହିଳାମାନେ ରକ୍ଷଣଶୀଳ ହେବେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
କର୍କଟ- ଶୁକ୍ଳପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ବହୁ ଚେଷ୍ଟା ସତ୍ତେ୍ୱ ବି କାର୍ଯ୍ୟ ସଫଳ ହେବନାହିଁ । ସାଂସାରିକ ବୃଥା ଭ୍ରମଣ ଓ ଖର୍ଚ୍ଚାନ୍ତ ରହିବ । ଚାକିରିରେ କର୍ତ୍ତୃପକ୍ଷଙ୍କର ଚାପ ରହିବ । ବାଣିଜ୍ୟରେ ବ୍ୟୟ ବହୁଳତା ରହିବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
ସିଂହ- ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କୌଣସି ବଡ଼ ଧରଣର କାର୍ଯ୍ୟକୁ ତୁଲାଇବେ । ସାଂସାରିକ ସ୍ୱପ୍ନ ସାକାର ହେବ । ରାଜନୀତିରେ ଉଚ୍ଚ ସମ୍ମାନ ପାଇବେ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
କନ୍ୟା- ଦଶମରେ ଘାତଚନ୍ଦ୍ର କାରଣରୁ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ନେଇ ଉତ୍ତେଜନାରେ ରହିବେ । ସାଂସାରିକ ଅସ୍ଥିରମନା ରହିବେ । ପରିବହନ ଓ ବାଣିଜ୍ୟରେ ପ୍ରତିକୂଳତା ରହିବ । ଶୁଭଅଙ୍କ-୪, ଶୁଭରଙ୍ଗ-ମେଟାଲିକ୍ ।
ତୁଳା- ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ପ୍ରତିଟି କାର୍ଯ୍ୟରେ ଆଗେଇ ଚାଲିବେ । ସାଂସାରିକ କୌଣସି ଆନୁଷ୍ଠାନିକ ପରିବେଶରେ ଯୋଗଦାନ କରିପାରନ୍ତି । ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।
ବିଛା-ଅଷ୍ଟମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଠକାମୀରେ ପଡ଼ିପାରନ୍ତି । ସାଂସାରିକ ଅଭାବ ଅସୁବିଧା ରହିବ । ରାଜନୀତିରେ ଶତ୍ରୁ ବୃଦ୍ଧି ହେବେ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ୩, ଶୁଭ ରଙ୍ଗ-କ୍ରିମ୍ ।
ଧନୁ- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ର ଉତ୍ସାହଜନକ ରହିବ । ସାଂସାରିକ ଉନ୍ନତି କରିବେ । ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ପାଇବ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଉତ୍ତମ ଫଳ ମିଳିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍ ।
ମକର- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ସହଯୋଗ ମିଳିବ । ସାଂସାରିକ ପରିଶ୍ରମୀ ହେବେ । ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।
କୁମ୍ଭ- ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଚଳଚଞ୍ଚଳ ରହିବେ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ମହିଳାମାନେ ଆଦରଣୀୟା ହେବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର ।
ମୀନ- ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କେତେକ ବିଷୟକୁ ନେଇ ବିଚଳିତ ରହିବେ । ସାଂସାରିକ ଗୁରୁଜନମାନଙ୍କ ସଂଗେ ମନାନ୍ତର ହୋଇପାରେ । ପରିବହନ ଓ ବାଣିଜ୍ୟରେ ସମସ୍ୟା ରହିବ । ଶୁଭ ଅଙ୍କ୩, ଶୁଭ ରଙ୍ଗ-କ୍ରିମ୍ ।