PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ : ଶ୍ରୀଗୁଣ୍ଡିଚା ମନ୍ଦିର ଆଗରେ ଲାଗିଲା ତିନି ରଥ
  • ||
  • ଜଳେଶ୍ବର : ରଥଟଣାବେଳେ ଲାଗିଲା ବିଦ୍ୟୁତ ତାର, ଜଣେ ମୃତ ଓ ୭ ଗୁରୁତର
  • ||
  • ସମ୍ବଲପୁର : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ପିଶାଚ ସ୍ଵାମୀ
  • ||
  • ଭୁବନେଶ୍ଵର : ନିଅଣ୍ଟିଆ ଜୁନ, ଆସୁଛି ଦୁଇଟି ଲଘୁଚାପ, ୪ରୁ ବଢ଼ିବ ବର୍ଷା
  • ||
  • ପୁରୀ : ସୁଦର୍ଶନଙ୍କ ବାଲୁକାକଳା ରେକର୍ଡ, ପୁରୀ ବେଳାଭୂମିରେ ତିଆରି କଲେ ୧୨୫ ବାଲି ରଥ
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ରୁତ ଗତିରେ ବଢ଼ିଲା କରୋନା, ୨୦୦ ଟପିଲା ଦୈନିକ ସଂକ୍ରମଣ
  • ||
  • ଭୁବନେଶ୍ଵର : ଅଧାରେ ରହିଗଲା ପୁରୀ ଯାତ୍ରା, ରଥଯାତ୍ରାରେ ଆରପାରିକୁ ଚାଲିଗଲେ ବରିଷ୍ଠ ଫଟୋଗ୍ରାଫର ଅଶୋକ ପଣ୍ଡା
  • ||
  • ଭୁବନେଶ୍ଵର : ପବିତ୍ର ରଥଯାତ୍ରା ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ
  • ||

ଆଜିର ରାଶିଫଳ (୧୯/୨, ମଙ୍ଗଳବାର)

ମେଷ- ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସହଯୋଗ ମିଳିବ । ସାଂସାରିକ ଉତ୍ତମ ବୁଝାମଣା ରହିବ । ଚାକିରିରେ ନିଷ୍ଠାପର ରହିବେ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।

ବୃଷ- ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ସମସ୍ୟା ରହିବ । ସାଂସାରିକ ଦ୍ରବ୍ୟାଦି ହାନି ହୋଇପାରେ । ମହିଳାମାନେ ବିରକ୍ତିମନା ରହିବେ । ବାଣିଜ୍ୟରେ ମାନ୍ଦା ରହିବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ମିଥୁନ- ତୃତୀୟରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଉଚ୍ଚ ଆଶା ପୂରଣ ହେବ । ସାଂସାରିକ ଭ୍ରାତୃଭଗ୍ନୀଙ୍କର ସହଯୋଗ ପାଇବେ । ଚାକିରିରେ ପଦୋନ୍ନତି ହୋଇପାରେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

କର୍କଟ- ଶୁକ୍ଳପକ୍ଷ ଦ୍ୱିତୀୟରେ ଘାତଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ପ୍ରତିକୂଳତା ରହିବ । ସାଂସାରିକ ଅନିଶ୍ଚିତତା ଭିତରେ ଗତି କରିବେ । ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

ସିଂହ- ଶ୍ରୀଚନ୍ଦ୍ରଙ୍କ କାରଣରୁ ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ । ସାଂସାରିକ ଉନ୍ନତି କରିବେ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଉତ୍ସାହଜନକ ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

କନ୍ୟା- ଶୁକ୍ଳପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ ବିଳମ୍ବ ଓ ଖର୍ଚ୍ଚାନ୍ତ ରହିବ । ସାଂସାରିକ ସମସ୍ୟା ରହିବ । ମହିଳାମାନେ ହତୋତ୍ସାହ ରହିବେ । ବାଣିଜ୍ୟରେ ମନ୍ଥର ରହିବ । ଶୁଭଅଙ୍କ-୮, ଶୁଭରଙ୍ଗ-କଳା ।

ତୁଳା- ଏକାଦଶ ଭାବରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କୌଣସି ବଡ଼ ଧରଣର କାର୍ଯ୍ୟକୁ ତୁଲାଇବେ । ସାଂସାରିକ ଦୃଢ଼ମନା ରହିବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ବିଛା- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କାର୍ଯ୍ୟସିଦ୍ଧି ସହ ମାନ ସମ୍ମାନ ବୃଦ୍ଧି ପାଇବ । ସାଂସାରିକ ସୁଖଶାନ୍ତି ସୁଖଶାନ୍ତି ପ୍ରାପ୍ତି ହେବ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ଓ ସଞ୍ଚୟ ହେବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌ ।

ଧନୁ- ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସ୍ୱାଧୀନତା ରହିବ । ସାଂସାରିକ ସଂସ୍କାର ବୃଦ୍ଧି ପାଇବ । ଚାକିରିରେ ସମ୍ମାନ ପାଇବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।

ମକର- ଅଷ୍ଟମରେ ଘାତଚନ୍ଦ୍ର କାରଣରୁ କର୍ମ କ୍ଷେତ୍ରରେ ବାଧାବିଘ୍ନ ରହିବ । ସାଂସାରିକ ଉତ୍ତେଜନା ଭିତରେ ଗତି କରିବେ । ମହିଳାମାନେ ହତୋତ୍ସାହ ରହିବେ । ବାଣିଜ୍ୟରେ ସମସ୍ୟା ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।

କୁମ୍ଭ- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ପ୍ରସନ୍ନତା ଭିତରେ ଗତି କରିବେ । ସାଂସାରିକ ସୁଖ ସମ୍ମାନ ପାଇବେ । ମହିଳାମାନେ ଆତ୍ମ ନିର୍ଭରଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ମୀନ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ପରିକ୍ରମଣ ଦୁଃସାହସିକ ଭିତ୍ତିରେ କର୍ମ ସମ୍ପାଦନ କରିବେ । ସାଂସାରିକ ଅର୍ଥପ୍ରାପ୍ତି ଯୋଗ ରହିଛି । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।