ଆଜିର ରାଶିଫଳ (୨୦/୨, ବୁଧବାର)

ମେଷ-କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଅସହଯୋଗ ରହିବ । ସାଂସାରିକ ସମସ୍ୟାବହୁଳ ରହିବ । ରାଜନୀତିରେ ପ୍ରତିଦ୍ୱନ୍ଦ୍ୱିତା ରହିବ । ମହିଳାମାନେ ବିରକ୍ତିମନା ରହିବେ । ପରିବହନ ଓ ବାଣିଜ୍ୟରେ ମନ୍ଥର ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
ବୃଷ- କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ପୁରାତନ କାର୍ଯ୍ୟ ସମ୍ପନ୍ନ କରିବେ । ସାଂସାରିକ ଅତିଥିଙ୍କ ଆଗମନ ହୋଇପାରେ । ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମିଥୁନ- ତୃତୀୟରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଉଚ୍ଚ ଆଶା ପୂରଣ ହେବ । ସାଂସାରିକ ଚଳଚଞ୍ଚଳ ରହିବେ । ମହିଳାମାନେ ଆଦର ସମ୍ମାନ ପାଇବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।
କର୍କଟ- କୃଷ୍ଣପକ୍ଷ ଦ୍ୱିତୀୟରେ ଘାତଚନ୍ଦ୍ରଙ୍କ ଚଳନ ହେତୁ କେତେକ ସମସ୍ୟାକୁ ନେଇ ବିଚଳିତ ରହିବେ । ସାଂସାରିକ ଅଶଶନ୍ତି ରହିବ । ଚାକିରିରେ କାର୍ଯ୍ୟଭାର ରହିବ । ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
ସିଂହ- ଚନ୍ଦ୍ରଙ୍କ ସ୍ୱ ପାରଗମନ ହେତୁ ଦୀର୍ଘଦିନର କାର୍ଯ୍ୟ ସମ୍ପାଦନ ହେବ । ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ । ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍ ।
କନ୍ୟା- କୃଷ୍ଣପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ବହୁ ପରିଶ୍ରମ କରି ସଫଳ ହେବେ । ସାଂସାରିକ କିଛିଟା ଅର୍ଥପ୍ରାପ୍ତି ହୋଇପାରେ । ମହିଳାମାନେ ଚଳଚଞ୍ଚଳ ରହିବେ । ବାଣିଜ୍ୟରେ ଆୟ ବ୍ୟୟ ସମାନ ରହିବ । ଶୁଭଅଙ୍କ-୫, ଶୁଭରଙ୍ଗ-ସବୁଜା ।
ତୁଳା- ଏକାଦଶ ଭାବରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଭବିଷ୍ୟତ ଯୋଜନା କାର୍ଯ୍ୟକାରୀ ହେବ । ସାଂସାରିକ ସୁଖ ସମ୍ମାନ ପାଇବେ । ମହିଳାମାନେ ଆତ୍ମନିର୍ଭରଶୀଳ ହେବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।
ବିଛା- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ପ୍ରସିଦ୍ଧି ରହିବ । ସାଂସାରିକ ଉନ୍ନତି ହେବ । ମହିଳାମାନେ ରକ୍ଷଣଶୀଳ ହେବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।
ଧନୁ- କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଅସହଯୋଗ ରହିବ । ସାଂସାରିକ ଧର୍ମାଦି କାର୍ଯ୍ୟରେ ବ୍ୟୟ କରିବେ । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣି ।
ମକର- ଅଷ୍ଟମରେ ଘାତଚନ୍ଦ୍ର କାରଣରୁ କର୍ମ କ୍ଷେତ୍ରରେ ବିଷମତା ରହିବ । ଉଭୟେ ପ୍ରେମ ଓ ସାଂସାରିକ ଭୁଲ୍ ବୁଝାମଣା ରହିବ । ପରିବହନ ଓ ବାଣିଜ୍ୟରେ ପ୍ରତିକୂଳତା ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
କୁମ୍ଭ- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସହଯୋଗ ପାଇ ଆଗେଇବେ । ସାଂସାରିକ ସୁଖସମ୍ମାନ ପ୍ରାପ୍ତି ହେବ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।
ମୀନ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ପରିଶ୍ରମର ଫଳ ପ୍ରାପ୍ତି ହେବ । ସାଂସାରିକ ଉତ୍ତମ ବୁଝାମଣା ରହିବ । ଚାକିରିରେ ନିଷ୍ଠାପର ରହିବେ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍ଭର ।