PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ବିଜେବି କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର
  • ||
  • ୨୦୨୨-୨୩ ବଜେଟ୍‌ : ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ର ପାଇଁ ୨୭,୩୨୪କୋଟି ଟଙ୍କା ଆବଣ୍ଟନ
  • ||
  • ଉଦୟପୁର ହତ୍ୟାକାଣ୍ଡ ଘଟଣା : କୋର୍ଟ ୪ ଅଭିଯୁକ୍ତଙ୍କୁ ୧୦ଦିନର NIA ରିମାଣ୍ଡରେ ପଠାଇଲେ
  • ||
  • ଭୁବନେଶ୍ବର ପରେ କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ
  • ||
  • ପୁରୀ : ଗୁଣ୍ଡିଚା ମନ୍ଦିର ରୋଷଘର ଚୁଲି ଭାଙ୍ଗିଲେ ଦୁର୍ବୃତ୍ତ, ୨୦ରୁ ଅଧିକ ଚୁଲି ଭାଙ୍ଗି ଥିବା ସୂଚନା
  • ||
  • ଭୁବନେଶ୍ୱର: ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ: ପ୍ରଥମ ଦିନରେ ଶୋକ ପ୍ରସ୍ତାବ ପାରିତ, ଆସିବ ପୂର୍ଣ୍ଣାଙ୍ଗ ବଜେଟ୍
  • ||
  • ନୂଆଦିଲ୍ଲୀ; ଫୁଟ୍‌ ଉପରେ ବିମାନ କ୍ୟାବିନରେ ଦେଖିବାକୁ ମିଳିଲା ଧୁଆଁ; ଦିଲ୍ଲୀ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କଲା ସ୍ପାଇସଜେଟ୍‌
  • ||
  • ଭୁବନେଶ୍ୱର: ୪ରେ ଲଘୁଚାପ, ଆଜିଠୁ ବଢ଼ିବ ବର୍ଷା
  • ||
  • ଚୌଦ୍ୱାର : ଜଗା ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ବୋଲେରୋକୁ ପିଟିଲା ଟ୍ରକ: ଜଣେ ମୃତ, ୯ ଗୁରୁତର
  • ||
  • ପୁରୀ: ଦାରୁବ୍ରହ୍ମଙ୍କ ପତିତପାବନ ଯାତ୍ରା: ଆଜି ଜନ୍ମବେଦିକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବାରିପଦା: ଆଜି ଗଡ଼ିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ରଥ, ସୁଭଦ୍ରାଙ୍କ ରଥକୁ ଟାଣିବେ ମହିଳା ଶ୍ରଦ୍ଧାଳୁ
  • ||
  • କଟକ: ଆଜିଠୁ ମିଳିତ ପୁଲିସ୍‌ ସେବା ପରୀକ୍ଷା, ୩୪ କେନ୍ଦ୍ରରେ ପରୀକ୍ଷା ଦେବେ ୨୯ ହଜାର ୬୪୪ ପରୀକ୍ଷାର୍ଥୀ
  • ||

ଆଜିର ରାଶିଫଳ (୨୮/୨, ଗୁରୁବାର)

ମେଷ-ନବମରେ ଚନ୍ଦ୍ରଙ୍କ ଚଳନ ହେତୁ କେତେକ କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ । ସାଂସାରିକ ଧର୍ମାଦି କାର୍ଯ୍ୟରେ ବ୍ୟୟ କରିବେ । ମହିଳାମାନେ ତୀର୍ଥାଦି ଭ୍ରମଣରେ ଯାଇପାରନ୍ତି । ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।

ବୃଷ- ଦୁଃସ୍ଥାନରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ବାଧାବିଘ୍ନ ରହିବ । ସାଂସାରିକ ଅର୍ଥଚିନ୍ତା ରହିବ । ମହିଳାମାନେ ହତୋତ୍ସାହ ରହିବେ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ମିଥୁନ- ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଆଶାନୁରୂପ ଫଳ ପାଇବେ । ସାଂସାରିକ ସହଯୋଗ ପାଇବେ । ରାଜନୀତିରେ ପ୍ରସିଦ୍ଧି ବଢ଼ିବ । ମହିଳାମାନେ ଆଦର ସମ୍ମାନ ପାଇବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ସିଲ୍‌ଭର ।

କର୍କଟ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ପରିଶ୍ରମର ଫଳ ପାଇବେ । ସାଂସାରିକ ଅତିଥିଙ୍କ ଆଗମନ ହୋଇପାରେ । ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

ସିଂହ- କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଠକାମୀରେ ପଡ଼ିପାରନ୍ତି । ସାଂସାରିକ ସନ୍ତାନମାନଙ୍କୁ ନେଇ ଚିନ୍ତାରେ ରହିବେ । ରାଜନୀତିରେ ବିରୋଧି ବୃଦ୍ଧି ପାଇବେ । ବାଣିଜ୍ୟରେ ବିଶେଷ ଆୟ ହେବନାହିଁ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

କନ୍ୟା- କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦିନଟି ଚଳଚଞ୍ଚଳ ରହିବେ । ସାଂସାରିକ ବସ୍ତ୍ରାଦି ଆଭୁଷଣ ପ୍ରାପ୍ତି ହୋଇପାରେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ସଫଳତା ମିଳିବ । ଶୁଭଅଙ୍କ-୨, ଶୁଭରଙ୍ଗ-ସିଲ୍‌ଭର ।

ତୁଳା- ତୃତୀୟରେ ଘାତଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଭବିଷ୍ୟତକୁ ନେଇ ଚିନ୍ତାରେ ରହିବେ । ସାଂସାରିକ କାର୍ଯ୍ୟ ବ୍ୟସ୍ତତା ରହିବ । ରାଜନୀତିରେ ପ୍ରତିଦ୍ୱନ୍ଦ୍ୱିତା ରହିବ । ବାଣିଜ୍ୟରେ ଚିନ୍ତାଜନକ ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।

ବିଛା-କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ହେଉଥିବା କର୍ମ ଅଳ୍ପକେ ଅଟକିପାରେ । ସାଂସାରିକ ଭୁଲ୍‌ ବୁଝାମଣା ରହିବ । ବାଣିଜ୍ୟରେ ମନ୍ଥର ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।

ଧନୁ- ଶ୍ରୀଚନ୍ଦ୍ର କାରଣରୁ ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ । ସାଂସାରିକ ସୁଖସମ୍ମାନ ପାଇବେ । ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।

ମକର- କୃଷ୍ଣପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ଉଦ୍‌ଯୋଗ କରି ସୁଫଳ ପାଇବେ । ସାଂସାରିକ ବନ୍ଧୁବାନ୍ଧବଙ୍କ ଆଗମନ ହୋଇପାରେ । ପରିବହନ ଓ ବାଣିଜ୍ୟରେ ସ୍ୱଳ୍ପ ଆୟ ହେବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।

କୁମ୍ଭ- ଏକାଦଶରେ ଘାତଚନ୍ଦ୍ର କାରଣରୁ କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ଚିନ୍ତାରେ ରହିବେ । ସାଂସାରିକ ଉଦାସ ରହିବେ । ମହିଳାମାନେ ଚଳଚଞ୍ଚଳ ରହିବେ । ପରିବହନ ଓ ବାଣିଜ୍ୟରେ ମଧ୍ୟମ ଫଳ ମିଳିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ମୀନ- ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ । ସାଂସାରିକ ଉନ୍ନତି କରିବେ । ମହିଳାମାନେ ସମ୍ମାନ ପାଇବେ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।