ଆଜିର ରାଶିଫଳ (୩୦/୧, ବୁଧବାର)

ମେଷ- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ପ୍ରତିକୂଳତା ଭିତରେ ରହିବେ । ସାଂସାରିକ କେତେକ ବିଷୟକୁ ନେଇ ବିଚଳିତ ରହିବେ । ରାଜନୀତିରେ ଶତ୍ରୁ ବୃଦ୍ଧି ହେବେ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍ ।
ବୃଷ- ସପ୍ତମ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ସହଯୋଗ ମିଳିବ । ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମିଥୁନ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଦୁଃସାହସିକ ଭିତ୍ତିରେ କର୍ମ ସମ୍ପାଦନ କରିବେ । ସାଂସାରିକ ଅର୍ଥପ୍ରାପ୍ତି ଯୋଗ ରହିଛି । ମହିଳାମାନେ ରକ୍ଷଣଶୀଳ ହେବେ । ବାଣିଜ୍ୟରେ ଲାଭାନ୍ୱିତ ହେବେ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
କର୍କଟ- କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟ ବିଳମ୍ବ ଓ ଖର୍ଚ୍ଚାନ୍ତ ଦେଖାଦେବ । ସାଂସାରିକ ସନ୍ତାନ ସନ୍ତତିମାନେ ଅବାଧ୍ୟ ହୋଇପାରନ୍ତି । ପରିବହନ ଓ ବାଣିଜ୍ୟରେ ମନ୍ଥରତା ରହିବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ଧଳା ।
ସିଂହ- କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦିନଟି ଚଳଚଞ୍ଚଳ ରହିବେ । ସାଂସାରିକ ଅତିଥିଙ୍କ ଆଗମନ ହୋଇପାରେ । ପରିବହନ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।
କନ୍ୟା- ତୃତୀୟରେ ଚନ୍ଦ୍ରଙ୍କ ପାରଗମନ ହେତୁ ଚତୁରତା ଦ୍ୱାରା କାର୍ଯ୍ୟ ହାସଲ କରିବେ । ସାଂସାରିକ ସମସ୍ୟାରୁ ମୁକ୍ତି ପାଇବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଉତ୍ତମ ଫଳ ମିଳିବ । ଶୁଭଅଙ୍କ-୮, ଶୁଭରଙ୍ଗ-ଆକାଶୀ ।
ତୁଳା- କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଆବଶ୍ୟକତାକୁ ନେଇ ଚିନ୍ତାରେ ରହିବେ । ସାଂସାରିକ ଭୁଲ୍ ବୁଝାମଣା ରହିବ । ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର ।
ବିଛା- ଶ୍ରୀଚନ୍ଦ୍ର କାରଣରୁ ଆଡ଼ମ୍ବର ପୂର୍ଣ୍ଣ ଦନଚର୍ଯ୍ୟା ରହିବ । ସାଂସାରିକ ସୁଖ ସମ୍ମାନ ପାଇବେ । ମହିଳାମାନେ ଆଦରଣୀୟା ହେବେ । ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।
ଧନୁ- କୃଷ୍ଣପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ବହୁ ପରିଶ୍ରମ କରି ସୁଫଳ ପାଇବେ । ସାଂସାରିକ କିଛିଟା ଅର୍ଥପ୍ରାପ୍ତି ହୋଇପାରେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-କମଳା ।
ମକର- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ଦୀର୍ଘଦିନର ସ୍ୱପ୍ନ ସାକାର ହେବ । ଉଭୟେ ପ୍ରେମ ଓ ସାଂସାରିକ ମଧୁର ସମ୍ପର୍କ ରହିବ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଲାଭ ମିଳିବ । ଶୁଭଅଙ୍କ-୪, ଶୁଭରଙ୍ଗ-ମେଟାଲିକ୍ ।
କୁମ୍ଭ- ଦଶମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ । ସାଂସାରିକ ଉନ୍ନତି କରିବେ । ପ୍ରଶାସନିକ ମାନମର୍ଯ୍ୟାଦା ବୃଦ୍ଧି ହେବ । ପରିବହନ ଓ ବାଣିଜ୍ୟରେ ଲାଭାନ୍ୱିତ ହେବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।
ମୀନ- କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ମନ୍ଥରତା ରହିବ । ସାଂସାରିକ ଅସହଯୋଗ ରହିବ । ମହିଳାମାନେ ଆଳସ୍ୟ ରହିବେ । ବାଣିଜ୍ୟରେ ସମସ୍ୟା ରହିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।