ଆଜିର ରାଶିଫଳ (୩୧/୧, ଗୁରୁବାର)

ମେଷ- ଦୁଃସ୍ଥାନରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଠକାମୀରେ ପଡ଼ିପାରନ୍ତି । ସାଂସାରିକ ଦ୍ରବ୍ୟାଦି ହାନି ହୋଇପାରେ । ମହିଳାମାନେ ହତାଦର ହୋଇପାରନ୍ତି । ପରିବହନ, ଶଳ୍ପ ଓ ବାଣିଜ୍ୟରେ ପ୍ରତିକୂଳତା ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।
ବୃଷ- ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ର ଉତ୍ସାହଜନକ ରହିବ । ସାଂସାରିକ ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ । ଚାକିରିରେ ପଦୋନ୍ନତି ହୋଇପାରେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୮, ଶୁଭ ରଙ୍ଗ-ଆକାଶୀ ।
ମିଥୁନ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ପୁରାତନ କାର୍ଯ୍ୟକୁ ସମାପନ କରିବେ । ସାଂସାରିକ ଆର୍ଥିକ ସ୍ୱଚ୍ଛଳତା ରହିବ । ଚାକିରିରେ ନିଷ୍ଠାପର ରହିବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
କର୍କଟ- କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କେତେକ ବିଷୟକୁ ନେଇ ଚିନ୍ତାରେ ରହିବେ । ସାଂସାରିକ ଗୃହ କାର୍ଯ୍ୟରେ ବ୍ୟସ୍ତତା ରହିବେ । ପରିବହନ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।
ସିଂହ- କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦିନଟି ଚଳଚଞ୍ଚଳ ରହିବେ । ସାଂସାରିକ ବସ୍ତ୍ରାଦି ଆଭୁଷଣ ପ୍ରାପ୍ତି ହୋଇପାରେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍ ।
କନ୍ୟା- ତୃତୀୟରେ ଚନ୍ଦ୍ରଙ୍କ ପାରଗମନ ହେତୁ କର୍ମ କ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ । ସାଂସାରିକ ପଡ଼ୋଶୀଙ୍କ ସହଯୋଗ ପାଇବେ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୪, ଶୁଭରଙ୍ଗ-ମେଟାଲିକ୍ ।
ତୁଳା- କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ଅର୍ଥ ହାନି ସହ ମନସ୍ତାପରେ ରହିବେ । ସାଂସାରିକ ଭୁଲ୍ ବୁଝାମଣା ରହିବ । ଚାକିରିରେ ଅସହଯୋଗ ରହିବ । ପରିବହନ ଓ ବାଣିଜ୍ୟରେ ସମସ୍ୟା ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ବିଛା- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ପ୍ରତିଟି କର୍ମରେ ଆଗେଇବେ । ସାଂସାରିକ ସୁଖୀ ରହିବେ । ଚାକିରିରେ ପ୍ରଶଂସା ପାଇବେ । ମହିଳାମାନେ ଚଳଚଞ୍ଚଳ ରହିବେ । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।
ଧନୁ- କୃଷ୍ଣପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ବାରମ୍ବାର ଚେଷ୍ଟା କରି କିଛିଟା ସୁଫଳ ପାଇବେ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍ ।
ମକର- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ଉଚ୍ଚ ଆଶା ସଫଳ ହେବ । ସାଂସାରିକ ଅର୍ଥପ୍ରାପ୍ତି ଯୋଗ ରହିଛି । ରାଜନୀତିରେ ପ୍ରଭାବଶାଳୀ ରହିବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଶାନୁରୂପ ଫଳ ପାଇବେ । ଶୁଭଅଙ୍କ-୮, ଶୁଭରଙ୍ଗ-କଳା ।
କୁମ୍ଭ- ଦଶମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କାର୍ଯ୍ୟ ସିଦ୍ଧି ସହ ମାନ ସମ୍ମାନ ପ୍ରାପ୍ତି ହେବ । ଉଭୟେ ପ୍ରେମ ଓ ସାଂସାରିକ ଉତ୍ତମ ସମ୍ପର୍କ ରହିବ । ଚାକିରିରେ ସମ୍ମାନ ବୃଦ୍ଧି ପାଇବ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।
ମୀନ- କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ କାର୍ଯ୍ୟ ବିଳମ୍ବ ଅନୁଭୂତ ହେବ । ସାଂସାରିକ ଉଦାରମନା ରହିବେ । ଚାକିରିରେ ବ୍ୟସ୍ତତା ଭିତରେ କଟିବ । ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ନାରଙ୍ଗୀ ।