PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ସିଏମ୍ ପଦରୁ ଉଦ୍ଧବ ଠାକରେଙ୍କ ଇସ୍ତଫା ପରେ କଣ ରହିଛି ବିଜେପିର ପ୍ଲାନ୍? ଫଡନବୀସ-ସିନ୍ଦେ ମେଣ୍ଟ ସରକାର ଗଠନ ନେଇ ଜୋରଦାର ଚର୍ଚ୍ଚା
  • ||
  • ‘ଦେଶରୁ କଂଗ୍ରେସ ମୂଳପୋଛ ହୋଇଯିବା ଉଚିତ, ଖାସ୍‌ ସେହି ଦଳ ପାଇଁ ଦୁଇଦୁଇ ଥର ପ୍ରଧାନମନ୍ତ୍ରୀ ହେଲେଣି ମୋଦି’: ଅସଦୁଦ୍ଦିନ ଓଓ୍ବେସୀ
  • ||
  • ମମିତା ମେହେର ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁକୁ ମିଳିଲା ଅନ୍ତରୀଣ ଜାମିନ
  • ||
  • ଅଗଷ୍ଟ ୬ରେ ଉପରାଷ୍ଟ୍ରପତି ନିର୍ବାଚନ, ଜୁଲାଇ ୧୭ ନାମାଙ୍କନର ଶେଷ ତାରିଖ : ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଧିବଦ୍ଧ ଭାବେ ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ଡାବୁଗାଁ ବ୍ଲକ ଅନ୍ତର୍ଗତ ଯବାଗୁଡ଼ା ଗ୍ରାମରେ ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା
  • ||
  • ପରକୀୟା ପ୍ରୀତି ସନ୍ଦେହ କରି ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ବାମୀ
  • ||
  • ଭୁବନେଶ୍ୱର : ରାଜ୍ୟରେ ପୁଣି ବଢ଼ିଲା କରୋନା ମାମଲା, ୨୪ ଘଣ୍ଟାରେ ୧୬୧ କରୋନା ପଜିଟିଭ୍
  • ||
  • ନୟାଗଡ଼ : ଟ୍ରକ୍‌କୁ ପଛପଟୁ ପିଟିଲା କାର୍, ୮ ଆହତ
  • ||
  • କଟକ : ଭିଜିଲାନ୍ସ ପଞ୍ଝାରେ ସହକାରୀ ଯନ୍ତ୍ରୀ, ଏକକାଳୀନ ୪ଟି ସ୍ଥାନରେ ଚାଲିଛି ରେଡ୍
  • ||
  • ପାଟଣା : ଦୁଇ ଶିକ୍ଷକଙ୍କ ଘରେ କଳାକନା ବୁଲାଇଦେଲେ ଲୁଟେରା, ଝିଅ ବାହାଘର ପାଇଁ ରଖିଥିଲେ ସୁନାଗହଣା
  • ||
  • ମାଲକାନଗିରି : ବିଜାପୁରରେ ମାଓ ହିଂସା, ପୋଲିସ ଇନଫର୍ମର ସନ୍ଦେହରେ ସରପଞ୍ଚଙ୍କୁ ଗଳା କାଟି ହତ୍ୟା
  • ||

ଆଜିର ରାଶିଫଳ (୩/୬, ସୋମବାର)

ମେଷ- କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କିଛିଟା ବିଳମ୍ବ ଭିତରେ କାର୍ଯ୍ୟ ସମ୍ପନ୍ନ ହେବ । ସାଂସାରିକ ଖର୍ଚ୍ଚାନ୍ତ ଯୋଗ ରହିଛି । ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ । ପରିବହନ ଓ ବାଣିଜ୍ୟରେ ମାନ୍ଦା ସ୍ଥିତି ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।

ବୃଷ- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ । ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ । ମହିଳାମାନେ ଯଶକୀର୍ତ୍ତି ପାଇବେ । ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ମିଥୁନ- କୃଷ୍ଣପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ବହୁ ପରିଶ୍ରମ କରି ସଫଳ ହେବେ । ସାଂସାରିକ କିଛିଟା ଅର୍ଥ ପ୍ରାପ୍ତି ହୋଇପାରେ । ପରିବହନ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

କର୍କଟ- ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦୀର୍ଘଦିନର ସ୍ୱପ୍ନ ସାକାର ହେବ । ସାଂସାରିକ ସୁଖ ସମ୍ମାନ ପାଇବେ । ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ଧଳା ।

ସିଂହ-ଦଶମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ସମାଜରେ ପ୍ରତିଷ୍ଠିତ ହେବେ । ସାଂସାରିକ ସୁଖୀ ରହିବେ । ମହିଳାମାନେ ରକ୍ଷଣଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ଓ ସଞ୍ଚୟ ହେବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

କନ୍ୟା- କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟ କ୍ଷେତ୍ରରେ ଅସହଯୋଗ ରହିବ । ସାଂସାରିକ ବ୍ୟୟବହୁଳତା ରହିବ । ରାଜନୀତିରେ ସମସ୍ୟା ରହିବ । ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

ତୁଳା- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ବିଷମତା ରହିବ । ସାଂସାରିକ ଅଶାନ୍ତି ରହିପାରେ । ମହିଳାମାନେ ଅପଯଶ ପାଇବେ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।

ବିଛା- ସପ୍ତମରେ ଘାତଚନ୍ଦ୍ର କାରଣରୁ କିଛିଟା ଚିନ୍ତା ଭିତରେ ଆଗେଇ ଚାଲିବେ । ସାଂସାରିକ ଅସ୍ଥିରମନା ରହିବେ । ରାଜନୀତିରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ନେଇ ଚିନ୍ତା ରହିବ । ବାଣିଜ୍ୟରେ ପ୍ରତିକୂଳ ସ୍ଥିତି ରହିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।

ଧନୁ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ଉଚ୍ଚ ଆଶା କରି ଫଳପ୍ରସୂ ହେବ । ସାଂସାରିକ ସହଯୋଗ ମିଳିବ । ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।

ମକର- କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଅନିଶ୍ଚିତତା କାରଣରୁ କାର୍ଯ୍ୟ ବିଳମ୍ବ ହେବ । ସାଂସାରିକ ଭୁଲ୍‌ ବୁଝାମଣା ରହିବ । ମହିଳାମାନେ ଚିନ୍ତାରେ ରହିବେ । ପରିବହନ ଓ ବାଣିଜ୍ୟରେ ସମସ୍ୟା ରହିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

କୁମ୍ଭ- କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ଚଳଚଞ୍ଚଳ ରହିବେ । ସାଂସାରିକ ବନ୍ଧୁବାନ୍ଧବଙ୍କ ଆଗମନ ହୋଇପାରେ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

ମୀନ- ତୃତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କୌଣସି ନୂତନ ଯୋଜନା କରି ସଫଳ ହେବେ । ସାଂସାରିକ ଦକ୍ଷ ପ୍ରତିପାଦିତ ହେବେ । ରାଜନୀତିରେ ପ୍ରସିଦ୍ଧି ବଢ଼ିବ । କଳା, ବିଜ୍ଞାନ ଓ ବାଣିଜ୍ୟରେ ସଫଳ ହେବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍‌ଭର ।