ମେଷ-ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟ ସିଦ୍ଧି ସହ ମାନ ସମ୍ମାନ ବୃଦ୍ଧି ପାଇବ । ସାଂସାରିକ ସୁଖ ସନ୍ତୋଷ ପ୍ରାପ୍ତି ହେବ । ମହିଳାମାନେ ଆଦର ସମ୍ମାନ ପାଇବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।
ବୃଷ- କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଯୋଜନା କରି ଅସଫଳ ହେବେ । ସାଂସାରିକ ଧର୍ମାଦି କାର୍ଯ୍ୟରେ ବ୍ୟୟ କରିବେ । ଚାକିରିରେ କାର୍ଯ୍ୟଭାର ରହିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ମନ୍ଥରତା ରହିବ । ଶୁଭଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।
ମିଥୁନ- ଅଷ୍ଟମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କେତେକ ପଦକ୍ଷେପ ନେଇ ନିଷ୍ଫଳ ହେବେ । ସାଂସାରିକ ଅଭାବ ଅସୁବିଧା ଦେଖାଦେବ । ଚାକିରିରେ କର୍ତ୍ତୃପକ୍ଷଙ୍କର ଚାପ ରହିବ । ବାଣିଜ୍ୟରେ ହାନି ହୋଇପାରେ । ଶୁଭଅଙ୍କ-୮, ଶୁଭ ରଙ୍ଗ-ଆକାଶୀ ।
କର୍କଟ- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ ଦେହ ସ ମନ ଭଲ ରହିବ । ସାଂସାରିକ ଆନନ୍ଦ ଉତ୍ସବରେ କଟିବ । ମହିଳାମାନେ ଯଶକୀର୍ତ୍ତି ମିଳିବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ଧଳା ।
ସିଂହ- ଷଷ୍ଠ ଭାବରେ ଘାତଚନ୍ଦ୍ର କାରଣରୁ ଆର୍ଥିକ ଆବଶ୍ୟକତାକୁ ନେଇ ଚିନ୍ତାରେ ରହିବେ । ସାଂସାରିକ ପଡ଼ୋଶୀଙ୍କ ସହ ମନାନ୍ତର ହୋଇପାରେ । ପରିବହନ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
କନ୍ୟା- କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ କିଛିଟା ପ୍ରତିକୂଳତା ରହିବ । ସାଂସାରିକ ସନ୍ତାନ ସନ୍ତତିମାନେ ଅବାଧ୍ୟ ହେବେ । ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶୁଭଅଙ୍କ-୨, ଶୁଭରଙ୍ଗ-ସିଲ୍ଭର ।
ତୁଳା- କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଯାହା ଚାହିଁବେ ତାହା ପାଇବେ । ସାଂସାରିକ ଚଳଚଞ୍ଚଳ ରହିବେ । ପରିବହନ ଓ ବାଣିଜ୍ୟରେ ଲାଭ ପାଇବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ବିଛା-ପରାକ୍ରମ ସ୍ଥାନରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଯେକୌଣସି ଉପାୟରେ କାର୍ଯ୍ୟ ହାସଲ କରିବେ । ସାଂସାରିକ ସୁଖ ସମ୍ମାନ ପାଇବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଉତ୍ତମ ଫଳ ମିଳିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍ ।
ଧନୁ- କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟ ବିଳମ୍ବ ଓ ଖର୍ଚ୍ଚାନ୍ତ ଦେଖାଦେବ । ସାଂସାରିକ ଅସ୍ଥିରମନା ରହିବେ । ପରିବହନ ଓ ବାଣିଜ୍ୟରେ ମାନ୍ଦା ସ୍ଥିତି ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍ଡେନ୍ ।
ମକର- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ମହିଳାମାନେ ଆଦର ସମ୍ମାନ ପାଇବେ । ବାଣିଜ୍ୟରେ ଉତ୍ତମ ଫଳ ମିଳିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।
କୁମ୍ଭ- କୃଷ୍ଣପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସ୍ଥାୟୀତ୍ୱ ବଜାୟ ରହିବ । ସାଂସାରିକ ଚଳଚଞ୍ଚଳ ରହିବେ । ପରିବହନ ଓ ବାଣିଜ୍ୟରେ ସ୍ୱଳ୍ପ ଆୟ ହେବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର ।
ମୀନ- ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ । ସାଂସାରିକ ସହଯୋଗ ମିଳିବ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍ ।