ମେଷ- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ଦିନଟି ଚଳଚଞ୍ଚଳ ରହିବେ । ସାଂସାରିକ ହଠାତ୍ ଦୂରଯାତ୍ରାକୁ ଯାଇପାରନ୍ତି । ଚାକିରିରେ କିଛିଟା ସମସ୍ୟା ଭିତରେ କାର୍ଯ୍ୟ ସମ୍ପନ୍ନ କରିବେ । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍ଭର ।
ବୃଷ- ଶୁକ୍ଳପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ବ୍ୟୟବହୁଳ ରହିବ । ସାଂସାରିକ ପଡ଼ୋଶୀଙ୍କ ସହ ଅଶାନ୍ତି ଉପୁଜିପାରେ । ଚାକିରିରେ କାର୍ଯ୍ୟଭାର ରହିବ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ଧଳା ।
ମିଥୁନ- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ପ୍ରଭାବଶାଳୀ ରହିବେ । ସାଂସାରିକ ସୁଖ ସମ୍ମାନ ପାଇବେ । ପ୍ରଶାସନିକ ଲୋକ ସମ୍ପର୍କ ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଉନ୍ନତି କରିବେ । ଶୁଭଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।
କର୍କଟ- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପନ୍ନ କରି ଆଶ୍ୱସ୍ତି ହେବେ । ସାଂସାରିକ ସୁଖଶାନ୍ତି ଅକ୍ଷୁର୍ଣ୍ଣ ରହିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଆୟ ବୃଦ୍ଧି ଓ ସଞ୍ଚୟ ହେବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
ସିଂହ-ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ଯୋଜନା କରି ସଫଳ ହେବେ । ସାଂସାରିକ କୌଣସି ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିପାରନ୍ତି । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍ଭର ।
କନ୍ୟା- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ପ୍ରତାରଣା ପାଇପାରନ୍ତି । ସାଂସାରିକ ଅଭାବ ଅସୁବିଧା ରହିବ । ମହିଳାମାନେ ସ୍ୱାସ୍ଥ୍ୟଗତ ସମସ୍ୟାରେ ପ୍ରଭାବିତ ହୋଇପାରନ୍ତି । ବାଣିଜ୍ୟରେ କ୍ଷତି ହୋଇପାରେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।
ତୁଳା- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସହଯୋଗ ମିଳିବ । ସାଂସାରିକ ବନ୍ଧୁବାନ୍ଧବଙ୍କର ଆଗମନ ହୋଇପାରେ । ଚାକିରିରେ ସମ୍ମାନ ପାଇବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର ।
ବିଛା- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଅଗ୍ରଗତି କରିବେ । ସାଂସାରିକ ଅର୍ଥପ୍ରାପ୍ତି ଯୋଗ ରହିଛି । ଚାକିରିରେ ବ୍ୟସ୍ତତା ଭିତରେ କଟିବ । ପରିବହନ ଓ ବାଣିଜ୍ୟରେ ଲାଭାନ୍ୱିତ ହେବେ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।
ଧନୁ- ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ଶୃଙ୍ଖଳିତ ଧାରାରେ କର୍ମ କରି ସଫଳ ହେବେ । ସାଂସାରିକ ସୁଖୀ ରହିବେ । ମହିଳାମାନେ ରକ୍ଷଣଶୀଳ ହେବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।
ମକର- ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତା ଦେଖାଦେବ । ସାଂସାରିକ ଅଶାନ୍ତି ରହିପାରେ । ଚାକିରିରେ ସହକର୍ମୀଙ୍କ ସହ ମତଭେଦ ରହିବ । ବାଣିଜ୍ୟରେ ସମସ୍ୟା ରହିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗମେଟାଲିକ୍ ।
କୁମ୍ଭ- ତୃତୀୟରେ ଚନ୍ଦ୍ରଙ୍କ ପାରଗମନ ହେତୁ କର୍ମ କ୍ଷେତ୍ରରେ ଉଚ୍ଚ ଫଳ ପାଇବେ । ସାଂସାରିକ ସମସ୍ୟାରୁ ମୁକ୍ତି ପାଇବେ । ଚାକିରିରେ ପଦୋନ୍ନତି ହୋଇପାରେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର ।
ମୀନ- ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ସୁଖ ସମ୍ମାନ ପାଇବେ । ସାଂସାରିକ ଆର୍ଥିକ ଉନ୍ନତି ହେବ । ମହିଳାମାନେ କର୍ମତତ୍ପର ରହିବେ । ବାଣିଜ୍ୟରେ ଲାଭାନ୍ୱିତ ହେବେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍ ।