PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଲାଙ୍ଗୀର : ୧୧୨୦ ବୋତଲ କଫ ସିରପ୍ ଜବତ, ୫ ଗିରଫ
  • ||
  • କେନ୍ଦୁଝର : ବାଘକୁ ଘେରିଲେଣି ଶିକାରୀ, ଅଟେଇ ଜଙ୍ଗଲରୁ ୯ ଶିକାରୀ ଗିରଫ
  • ||
  • ବୁର୍ଲା : ଉଚ୍ଚ ବେତନ ନିଯୁକ୍ତିରେ ପୁଣି ରେକର୍ଡ କଲା ଆଇଆଇଏମ୍‌ ସମ୍ୱଲପୁର, ଖୁବ୍‌ଶୀଘ୍ର ଆରମ୍ଭ ହେବ ଯୁଗ୍ମ ପାଠ୍ୟକ୍ରମ
  • ||
  • ବୌଦ୍ଧ : ଏସିଏଫଙ୍କ ଗାଡି ଉପରକୁ ଗୁଳିମାଡ଼, ୨ ବନ କର୍ମଚାରୀ ଆହତ
  • ||

ଆଜିର ରାଶିଫଳ (୯/୨, ଶନିବାର)

ମେଷ- ଶୁକ୍ଳପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କେତେକ ବିଷୟକୁ ନେଇ ଚିନ୍ତାରେ ରହିବେ । ସାଂସାରିକ ବ୍ୟୟ ବହୁଳ ରହିବ । ଚାକିରିରେ ଚାପ ରହିବ । ପରିବହନ ଓ ବାଣିଜ୍ୟରେ ପ୍ରତିକୂଳ ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌ ।

ବୃଷ- ଏକାଦଶରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ବିଭିନ୍ନ ମାର୍ଗରେ ଅର୍ଥାଗମ କରିବେ । ସାଂସାରିକ ସୁଖ ସମ୍ମାନ ପାଇବେ । ମହିଳାମାନେ ହସଖୁସିରେ ରହିବେ । ବାଣିଜ୍ୟରେ ଉତ୍ତମ ଲାଭ ମିଳିବ । ଶୁଭଅଙ୍କ-୮, ଶୁଭ ରଙ୍ଗ-ନୀଳ ।

ମିଥୁନ- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ । ସାଂସାରିକ ଉନ୍ନତି କରିବେ । ଚାକିରିରେ ସମ୍ମାନ ପାଇବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

କର୍କଟ- ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ଯୋଜନା ଫଳପ୍ରସୂ ହେବ । ସାଂସାରିକ ଧର୍ମାଦି କାର୍ଯ୍ୟରେ ମନ ରହିବ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌ ।

ସିଂହ- ଅଷ୍ଟମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଠକାମୀରେ ପଡ଼ିପାରନ୍ତି । ସାଂସାରିକ ଅର୍ଥହାନି ଓ ମନସ୍ତାପ ରହିବ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌ ।

କନ୍ୟା- ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦିନଟି ପ୍ରସନ୍ନତା ଭିତରେ କଟିବ । ସାଂସାରିକ ଉଚ୍ଚ ଆଶା ପୂରଣ ହେବ । ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ପାଇବ । ବାଣିଜ୍ୟରେ ପ୍ରସାର ହେବ । ଶୁଭଅଙ୍କ-୮, ଶୁଭରଙ୍ଗ-ଆକାଶୀ ।

ତୁଳା- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ପ୍ରତି କ୍ଷେତ୍ରରେ ଅଗ୍ରଗତି କରିବେ । ସାଂସାରିକ ଉତ୍ତମ ବୁଝାମଣା ରହିବ । ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

ବିଛା- ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଚଳଚଞ୍ଚଳ ରହିବେ । ସାଂସାରିକ ପୁରାତନ କାର୍ଯ୍ୟ ସମ୍ପନ୍ନ କରିବେ । ପରିବହନ ଓ ବାଣିଜ୍ୟରେ ଲାଭାନ୍ୱିତ ହେବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

ଧନୁ- ଘାତଚନ୍ଦ୍ର କାରଣରୁ କର୍ମ କ୍ଷେତ୍ରରେ ସମସ୍ୟାବହୁଳ ରହିବ । ସାଂସାରିକ ଚିନ୍ତାଜନକ ସ୍ଥିତି ରହିବ । ଚାକିରିରେ କାର୍ଯ୍ୟବହୁଳ ରହିବ । ପରିବହନ ଓ ବାଣିଜ୍ୟରେ ସମସ୍ୟା ରହିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।

ମକର- ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସୁଖ ସମ୍ମାନ ପ୍ରାପ୍ତି ହେବ । ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟୋର ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

କୁମ୍ଭ- ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଚଳଚଞ୍ଚଳ ରହିବେ । ସାଂସାରିକ ଆର୍ଥିକ ସ୍ତରରେ ଦୃଢ଼ିଭୂତ ହେବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ମୀନ- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ସ୍ୱପ୍ନ ସାକାର ହେବ । ସାଂସାରିକ ବସ୍ତ୍ରାଦି ଆଭୁଷଣ ପ୍ରାପ୍ତି ହୋଇପାରେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।