ମେଷ : ଘାତବାର ଓ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । କର୍ମରେ ଉନ୍ନତି, କର୍ମ ପ୍ରତି ଏକାଗ୍ରତା, ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା, କର୍ମ ତତ୍ପରତା ଓ କାର୍ଯ୍ୟ ଦକ୍ଷତା ପ୍ରକାଶ ପାଇବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ହେବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକାମେଷ, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା : ପ୍ରଭୁସ୍କନ୍ଦ 

ବୃଷ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କଠାରୁ ଅପମାନ ପାଇବେ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ ଏବଂ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ରୋହିଣୀବୃଷ, ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ନୀଳ, ସଂଖ୍ୟା : ୪, ଆରାଧନା : ମା’ କମଳା 

ମିଥୁନ : ଅଷ୍ଟମଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ଗ୍ରହଣ କରିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ପୁନର୍ବସୁମିଥୁନ, ସେମାନେ ସତର୍କ ହେବେ ।

ଶୁଭରଙ୍ଗ : କଫି, ସଂଖ୍ୟା: ୧୨, ଆରାଧନା : ମା’ ଛିନ୍ନମସ୍ତା 

କର୍କଟ : ସପ୍ତମଚନ୍ଦ୍ର, ରବିବାର ଓ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତିହେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକସ୍ଥିତିରେ ଉନ୍ନତି ଆସିବ । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିଚିତ ମହିଳାଙ୍କଠାରୁ ଧନ ମିଳିବ । କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ପୁଷ୍ୟାକର୍କଟ, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ଧଳା, ସଂଖ୍ୟା: ୧, ଆରାଧନା : ମା’ ସମଲେଶ୍ୱରୀ 

ସିଂହ : ଘାତଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବସାଦ ଭୋଗ କରିବେ ଏବଂ ଶାରୀରିକପୀଡ଼ା ଭୋଗିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶତ୍ରୁ ବୃଦ୍ଧି ଘଟିବ । ଆୟପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ପୂର୍ବା ଫାଲ୍ଗୁନୀସିଂହ, ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ଗୋଲାପି, ସଂଖ୍ୟା: ୧୧, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ 

କନ୍ୟା : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ରଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି, ସ୍ମରଣଶକ୍ତି ଲୋପ୍ ପାଇବ ଏବଂ ମନ ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ଅପବ୍ୟୟ, ଅପବାଦ ଓ ଅପଯଶର ଶିକାର ହେବେ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, କର୍ମ ଓ ପିତାମାତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ ଏବଂ ଅଯଥା ଖର୍ଚ୍ଚ, ବଦ୍ ଖର୍ଚ୍ଚ ବୃଦ୍ଧି ପାଇବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ମାନ, ସମ୍ମାନ ହାନି ଘଟିବ । ଯେଉଁମାନଙ୍କର ହସ୍ତାକନ୍ୟା, ସେମାନେ ସତର୍କ ହେବେ ।

ଶୁଭରଙ୍ଗ :ମେରୁନ୍, ସଂଖ୍ୟା : ୮, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।

ତୁଳା : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଓ ସକାଳ ୯ଟା ୩୩ ମିନିଟ୍ ପରେ ଘାତତିଥି ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ଆକସ୍ମିକ ଧନଲାଭ, କୌଣସିବିଶେଷସୂତ୍ରରୁ ଧନପ୍ରାପ୍ତିଏବଂ ଅନ୍ୟକୁଦେଇଥିବା ଧନ ଓ ହୃତଧନ ଫେରିପାଇବେ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ମିଳିବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁମାନଙ୍କ ରଚିତ୍ରା ଓ ସ୍ୱାତୀତୁଳା, ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୧୨, ଆରାଧନା : ପ୍ରଭୁଶ୍ରୀରାମ 

ବିଛା : ତୃତୀୟଚନ୍ଦ୍ର, ରବିବାର ଓ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ, ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ମନରେ ଦୃଢ଼ ଇଚ୍ଛାଶକ୍ତି, ଆତ୍ମବିଶ୍ୱାସ ପ୍ରକାଶ ପାଇବ ଏବଂ ମନୋବଳ ଦୃଢ଼ହେବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତକର୍ମରେ ଆପଣଙ୍କର ସମୟାନୁବର୍ତ୍ତିତା, କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ଅନୁରାଧାବିଛା, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ପ୍ରଭୁହନୁମାନ 

ଧନୁ : କୃଷ୍ଣପକ୍ଷର ଦ୍ୱିତୀୟଚନ୍ଦ୍ର ଓ ସକାଳ ୯ଟା ୧୭ ମିନିଟ୍ ପରେ ଘାତତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣଗ୍ରସ୍ତ ହେବେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ନେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶମନେ ହେବ । ଯେଉଁମାନଙ୍କର ବିଶାଖା ଧନୁ, ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ 

ମକର : ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା, ସମସ୍ତଙ୍କ ସହ ବନ୍ଧୁତା, ପରିବାରରେ ମିତ୍ରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀଙ୍କ ସହଯୋଗ ମିଳିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ ।ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତକର୍ମରେ ଆପଣଙ୍କର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠାମକର, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ :କଳା, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।

କୁମ୍ଭ : ଦ୍ୱାଦଶଚନ୍ଦ୍ର, ସକାଳ ୯ଟା ୧୭ ମିନିଟ୍ପରେ ଦ୍ୱାଦଶୀତିଥି ଯୋଗୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷପୂର୍ଣ୍ଣ ହେବ ।ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ ରୂପ ଦେବାରେ ସମର୍ଥ ହେବେ ଏବଂ ସମସ୍ତ କଷ୍ଟଦାୟକ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ଆପଣଙ୍କର ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ଯେଉଁମାନଙ୍କର ଧନିଷ୍ଠା ଓ ଶତଭିଷାକୁମ୍ଭ, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ :ମାଟିଆ, ସଂଖ୍ୟା : ୩, ଆରାଧନା : ମା’ ବିମଳା ।

ମୀନ: ଏକାଦଶଚନ୍ଦ୍ର, ଏକାଦଶୀତିଥି, ରବିବାର ଓ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ବ୍ୟବସାୟ କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆଣିବା ପାଇଁ ଯୋଜନା କରିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧନ ଓ ଧ୍ୟାନ ଅଧିକ ରହିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭ ଦୃଷ୍ଟିରେ ରହିବେ । ଯେଉଁମାନଙ୍କର ଉତ୍ତରଭାଦ୍ରମୀନ, ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୯, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍: କୈଳାସ ଦାଶ

ଫୋନ୍: ୯୪୩୭୧୩୩୪୭୩