PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ଥାନା ଗଣ୍ଡବେଡ଼ା ଗାଁରେ ଶ୍ୱଶୁର ଘର ପଛପଟୁ ଜ୍ୱାଇଁର ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ବସ୍ତା : ବାଲେଶ୍ଵର ଜିଲ୍ଲା ବସ୍ତା-ଅମର୍ଦା ରୋଡ ରେଳ ଷ୍ଟେସନ ମଧ୍ୟବର୍ତ୍ତୀ ବ୍ରାହ୍ମଣଦା ଗ୍ରାମ ନିକଟ ରେଳ ଧାରଣା ପାର୍ଶ୍ଵରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଆଠମଲ୍ଲିକ : ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବ୍ଲକ ହଣ୍ଡପା ଥାନା ଅନ୍ତର୍ଗତ ରଘୁନାଥପୁର ଗାଁ ପଡ଼ିଆରେ କ୍ରିକେଟ ଖେଳିବା ବେଳେ ପଡ଼ିଲା ଚଡ଼କ, ଜଣେ ମୃତ ଅନ୍ୟ ଜଣେ ଗୁରୁତର
  • ||
  • ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା ଭାପୁର ଫାଣ୍ଡି ଗଙ୍ଗାଧର ପ୍ରସାଦ ଗାଁ ପଶ୍ଚିମେଶ୍ୱର ମନ୍ଦିର ନିକଟରେ ପିକଅପ୍ ଭ୍ୟାନ ଓ ଟ୍ରକ୍ ମୁହାଁମୁହିଁ ଧକ୍କା, ଡ୍ରାଇଭର୍ ଗୁରୁତର
  • ||
  • ଭୁବନେଶ୍ଵର : ଦୁଇ ଆଇଏଏସ୍‌ଙ୍କୁ ହକି ବିଶ୍ୱକପ୍‌ ପରିଚାଳନା ଦାୟିତ୍ୱ, ରାଉରକେଲା ପାଇଁ ଭୂପେନ୍ଦ୍ର ସିଂ ପୁନିଆ, ଭୁବନେଶ୍ଵରରେ ରଘୁ ଜି
  • ||
  • ବଲାଙ୍ଗୀର : ଧୁମ୍‌ଧାମ୍‌ରେ ପାଳିତ ହେଲା ବଲାଙ୍ଗୀରର ବଏଲ ଯାତ୍ରା, ସମାଜର ମଙ୍ଗଳ ଉଦ୍ଦେଶ୍ୟରେ ଦେବୀଙ୍କ ଆରାଧନା କଲେ ଶ୍ରଦ୍ଧାଳୁ
  • ||
  • ମୁନିଗୁଡ଼ା : ରାୟଗଡ଼ା ଜିଲ୍ଲା ଅମ୍ବାଦଳା ଥାନା ଅନ୍ତର୍ଗତ କାମାରି ଗାଁ ନିକଟ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ନିଖୋଜ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଉପକୂଳରେ ନବମୀ ଓ ଦଶମୀରେ ବର୍ଷିବ ବୋଲି ଆକଳନ କରିଛନ୍ତି ପାଣିପାଗ ବିଶେଷଜ୍ଞ
  • ||
  • ଭୁବନେଶ୍ଵର : ଆଜି ପୀଠରେ ଦଶମୀ ; ମଣ୍ଡପରେ ମହାନବମୀ, ଚଣ୍ଡୀପାଠରେ କମ୍ପୁଛି ପୂଜା ମଣ୍ଡପ
  • ||
  • କୋଣାର୍କ : ଲଘୁଚାପ ପ୍ରଭାବରେ ସୋମବାର ରାତିରୁ କୋଣାର୍କରେ ପ୍ରବଳ ବର୍ଷା ହୋଇ ସୂର୍ଯ୍ୟମନ୍ଦିରରେ ଜମିଲା ପାଣି, ପର୍ଯ୍ୟଟକ ନିରାଶ
  • ||

ଆଜି ଆସିବ ପାଟକୁରା ନିର୍ବାଚନ ଫଳାଫଳ: ଚାଲିଛି ଭୋଟ୍ ଗଣତି, ହେଉଛି କଡା ଟକ୍କର

source;http://www.pragativadi.com

କେନ୍ଦ୍ରାପଡା ୨୪/୭: ଆଜି ଆସିବ ପାଟକୁରା ନିର୍ବାଚନ ଫଳାଫଳ । କେନ୍ଦ୍ରାପଡା କଲେଜର କାଉଣ୍ଟିଂ ସେଣ୍ଟର ଚାଲିଛି ଗଣତି । ଅଷ୍ଟମ ରାଉଣ୍ଡ ସୁଦ୍ଧା ପ୍ରତି ରାଉଣ୍ଡରେ ବିଜେଡି, ବିଜେପି ଅପେକ୍ଷା ଆଗୁଆ ରହିଛି । ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ଅନୁସାରେ ଅଷ୍ଟମ ରାଉଣ୍ଡରେ ବିଜେଡ଼ି ପ୍ରାର୍ଥୀ ସାବିତ୍ରୀ ଅଗ୍ରୱାଲଙ୍କୁ ମିଳିଛି ୫୯୪୭ ଖଣ୍ଡ ଭୋଟ୍ । ଅନ୍ୟପଟେ ବିଜେପି ପ୍ରାର୍ଥୀ ବିଜୟ ମହାପାତ୍ରଙ୍କ ଖାତାକୁ ଯାଇଛି ୪୦୫୭ ଭୋଟ୍ । ଏହାସହ କଂଗ୍ରେସକୁ ମିଳିଛି ମାତ୍ର ୧୮୧ ଖଣ୍ଡ ଭୋଟ୍ । ଅଷ୍ଟମ ରାଉଣ୍ଡରେ ନୋଟାରେ ପଡ଼ିଛି ୭ ଖଣ୍ଡ ଭୋଟ୍ ।

ପ୍ରଥମ ରାଉଣ୍ଡରେ ବିଜେଡିକୁ ୬,୮୩୫ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପିକୁ ୩,୮୦୮ ଖଣ୍ଡ ଭୋଟ୍ ମିଳିଥିଲା । ସେହିପରି ଦ୍ବିତୀୟ ରାଉଣ୍ଡରେ ବିଜେଡିକୁ ୫,୭୩୯ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପିକୁ ୫୨୪୦ ଖଣ୍ଡ ଭୋଟ୍ ମିଳିଛି । ତୃତୀୟ ରାଉଣ୍ଡରେ ବିଜେଡିକୁ ୬୪୨୫ ଖଣ୍ଡ ଓ ବିଜେପିକୁ ୪୨୬୭ ଖଣ୍ଡ ଭୋଟ୍, ଚତୁର୍ଥ ରାଉଣ୍ଡରେ ବିଜେଡିକୁ ୬୨୫୪ ଓ ବିଜେପିକୁ ୪୯୮୦ ଖଣ୍ଡ ଭୋଟ୍, ଷଷ୍ଠ ରାଉଣ୍ଡରେ ବିଜେଡିକୁ ୬,୦୧୨ ଭୋଟ୍ ଓ ବିଜେପିକୁ ୧୫୩ ଭୋଟ୍, ସପ୍ତମ ରାଉଣ୍ଡରେ ବିଜେଡି ୫୪୨୫ ଭୋଟ ପାଇଥିବା ବେଳେ ବିଜେପି ପ୍ରାର୍ଥୀଙ୍କୁ ମିଳିଛି ୪୧୬୬ ଭୋଟ ମିଳିଥିଲା । ଅଷ୍ଟମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୪୭୯୮୪ ଭୋଟ ପାଇଥିବା ବେଳେ ବିଜେପିକୁ ମିଳିଛି ୩୪୩୦୩ ଖଣ୍ଡ ଭୋଟ । ସେହିଭଳି କଂଗ୍ରେସ ୧୨୮୮ ଭୋଟ ପାଇଥିବା ବେଳେ ନୋଟାର ପଡିଛି ୨୬୧ ଭୋଟ ।

ଭୋଟ୍ ଗଣତି ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଗଣତିରେ ୨ ଶହ କର୍ମଚାରୀ ନିଯୁକ୍ତ ହୋଇଥିବାବେଳେ ୧୮ ରାଉଣ୍ଡରେ ଭୋଟ୍ ଗଣତି କରାଯିବ । ଏଥିପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ହୋଇଛି। ୨ ଜଣ ଆଡିସନାଲ ଏସପି, ୧୨ ଜଣ ଆଇଆଇସି, ୨୦ ଜଣ ସବଇନିସପେକ୍ଟର, ସହ ୧୨ ପ୍ଲାଟୁନ ଫୋର୍ସ ସୁରକ୍ଷାରେ ନିୟୋଜିତ ହୋଇଛନ୍ତି । ସକାଳ ୮ଟାରୁ ଭୋଟ୍ ଗଣତି ଆରମ୍ଭ ହୋଇଥିବାବେଳେ ଅପରାହ୍ନ ୩ଟା ସୁଦ୍ଧା ଶେଷ କରିବାକୁ ନିର୍ଦ୍ଦେଶ ରହିଛି । ଯେଉଁମାନଙ୍କୁ ଅନୁମତି ମିଳିଛି କେବଳ ସେହିମାନେ ହିଁ ଭୋଟ୍ ଗଣତି କେନ୍ଦ୍ର ଭିତରକୁ ପ୍ରବେଶ କରି ପାରିବେ । ପାଟକୁରା ବିଧାନସଭା ଆସନ ପାଇଁ ଗତ ୨୦ ତାରିଖରେ ହୋଇଥିବା ମତଦାନରେ ତିନି ପ୍ରମୁଖ ଦଳର ପ୍ରାର୍ଥୀଙ୍କ ସହିତ ମୋଟ୍ ୧୦ ଜଣ ପ୍ରତିଦ୍ୱନ୍ଦ୍ବିତା କରୁଛନ୍ତି। ପାଟକୁରାରେ କିଏ ବିଧାୟକ ହେବ ତାହା ଖୁବ୍ ଶୀଘ୍ର ସ୍ପଷ୍ଟ ହୋଇଯିବ ।