ପ୍ରମୁଖ ଖବର
  • ଭୁବନେଶ୍ଵର : ଲୁମ୍ବିନୀ ବିହାର ମା' ମଙ୍ଗଳା ବସ୍ତିରେ ବିଲ୍ ଗେଟ୍‌ସ, ଲୋକମାନଙ୍କୁ ଭେଟି ବିଭିନ୍ନ ମୌଳିକ ସୁବିଧା ସମ୍ପର୍କରେ ପଚାରି ବୁଝିଲେ
  • ||
  • ଭୁବନେଶ୍ଵର : ଓଡ଼ିଶା ଆସୁଛନ୍ତି ମହାମହିମ, ମା' କିଚକେଶ୍ଵରୀଙ୍କ ଦର୍ଶନ ସହ ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||

ଐତିହାସିକ ସମଲେଇ ପ୍ରକଳ୍ପ ଲୋକାର୍ପଣ ଉତ୍ସବ, ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ସମ୍ବଲପୁର, ୨୬/୦୧:  ଓଡ଼ିଶାର ପ୍ରମୁଖ ଶକ୍ତିପୀଠ ତଥା  ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ  ମା’ ସମଲେଶ୍ୱରୀଙ୍କ ପୀଠର ବିକାଶ କରାଯାଇଛି । ଆଜି ଐତିହାସିକ ସମଲେଇ ପ୍ରକଳ୍ପ ଉଦ୍‌ଘାଟନ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କରକମଳରେ ଲୋକାର୍ପଣ ସମ୍ପନ୍ନ ହେବ । ଏଥିପାଇଁ  ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ରହିଛି । ଏହାକୁ ଦୃଷ୍ଟିରେ ଜିଲ୍ଲା ପୁଲିସ ପକ୍ଷରୁ ସ୍ୱତନ୍ତ୍ର ଟ୍ରାଫିକ୍‌ ବ୍ୟବସ୍ଥା କରାଯାଇଛି ।

ଆଜି ସକାଳ ସାଢ଼େ ୮ଟାରୁ ହୋମଯଜ୍ଞ ଏବଂ ଚଣ୍ଡୀପାଠ ଆରମ୍ଭ ହେବ । ମଧ୍ୟାହ୍ନ ୧୨ଟା ୩୦ ମିନିଟରେ ଲୋକାର୍ପଣ ପାଇଁ ଲଗ୍ନ ନିରୂପଣ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଲୋକାର୍ପଣ କରିବେ । ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ ଏଥିରେ ଯୋଗଦେବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ୨୭ ତାରିଖରେ ସାମୟିକ ଭାବେ ଭକ୍ତଙ୍କ ପାଇଁ ମନ୍ଦିର ଦର୍ଶନ ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି ।

  • prameyanews
  • PrameyaOdia
  • prameya
  • Samalei Project
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.