ପ୍ରମୂଖ ଖବର
  • ବିହାରରେ ୧୭ଟି ରାଜନୈତିକ ଦଳକୁ ନିର୍ବାଚନ ଆୟୋଗଙ୍କ କାରଣ ଦର୍ଶାଅ ନୋଟିସ୍
  • ||
  • ଖନ୍ତାପଡ଼ା : ବାଇକକୁ ପଛରୁ ଧକ୍କା ଦେଲା ବସ୍ , ଅଙ୍ଗନବାଡି କର୍ମୀ ମୃତ ,ଶିକ୍ଷକ ଆହତ
  • ||
  • ମତ୍ସ୍ୟ ସେବାରେ ୨୧୭ ନୂତନ ପଦବୀ ଏବଂ ଉଦ୍ୟାନ କୃଷି ସେବାରେ ୬୭ ନୂତନ ପଦବୀ ସୃଷ୍ଟି
  • ||
  • ଦିଗପହଣ୍ଡି ଓସ୍ତାପଲ୍ଲୀରେ ବ୍ୟାପୁଛି ଝାଡାବାନ୍ତି, ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଲା
  • ||
  • ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କଶ୍ୟପ ‘ଜନ ସୁରାଜ’ ପାର୍ଟିରେ ସାମିଲ
  • ||
  • ପ୍ରକାଶ ପାଇଲା ଯୁକ୍ତ ୨ ପ୍ରଥମ ମେଧା ତାଲିକା, କାଲିଠୁ ଆରମ୍ଭ ହେବ ନାମଲେଖା: ୨୪ରୁ ଏକାଦଶ ଶ୍ରେଣୀ ପାଠପଢ଼ା
  • ||
  • ସୁରକ୍ଷା ବାହିନୀକୁ ବଡ଼ ସଫଳତା, ଏନକାଉଣ୍ଟରରେ PLGA ବାଟାଲିୟନ ଡେପୁଟି କମାଣ୍ଡର ନିହତ
  • ||
  • ରାଜଧାନୀରୁ ୨୬୫ ଗ୍ରାମ ବ୍ରାଉନ ସୁଗର ଜବତ, ଅଭିଯୁକ୍ତ ଗିରଫ
  • ||
  • ଢେଙ୍କାନାଳ : ଫାର୍ମହାଉସ୍‌ରୁ ଶ୍ରମିକଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • IT ଅଫିସରେ ହାଜର ହେଲେ ବିଶାଳ ଦାସ, କିଛି ଦିନ ପୂର୍ବରୁ ହୋଇଥିଲା ଚଢାଉ
  • ||
  • ଭଦ୍ରକ : ବିପଦ ସଂକେତ ତଳେ ବୈତରଣୀରେ ବନ୍ୟା ଜଳ, ୧୮.୦୭ ମିଟରରେ ପ୍ରବାହିତ
  • ||
  • ଅଧରପଣା ପାଇ ତୃପ୍ତ ହେବେ ଦେବାଦେବୀଙ୍କ ସମେତ ଯୋଗିନୀଗଣ, ପଣା ସଂଗ୍ରହ ଉପରେ ଲାଗିଲା କଟକଣା
  • ||
  • ଢେଙ୍କାନାଳ : ୪୦ ଟିକିଆ ହାତୀପଲ ନଦୀ ପାର ବେଳେ ଅଘଟଣ, ବ୍ରାହ୍ମଣୀ ନଦୀରେ ଭାସିଗଲେ ୩ ହାତୀ, ଦୀର୍ଘ ସମୟର ପରେ ଉଦ୍ଧାର
  • ||
  • ରଥାରୂଢ଼ ଠାକୁରଙ୍କୁ ଅଧର ପଣା ଭୋଗ ଅର୍ପଣ ନୀତି, ଆଜି ପାର୍ଶ୍ୱଦେବାଦେବୀ ଓ ଅଶରୀରଙ୍କୁ ହେବ ସମର୍ପଣ
  • ||
  • ବାଲେଶ୍ୱର : ବାଗୁଡ଼ି ଯୋଡ଼ାମ୍ବ ଛକ SBI ଏଟିଏମ୍‌ରୁ ଲୁଟ୍, ଗ୍ୟାସ୍‌ କଟରରେ ଏଟିଏମ୍‌ କାଟି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ବଙ୍ଗୋପସାଗରେ ଲଘୁଚାପ ସକ୍ରିୟ; ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ଆଜିର ରାଶିଫଳ; ଜାଣନ୍ତୁ କ’ଣ ରହିଛି ଆପଣଙ୍କ ଭାଗ୍ୟଫଳ

Published By : Bijay Swain | July 7, 2025 11:08 PM

ଅଦ୍ୟ ତା.୦୮.୦୭.୨୦୨୫ରିଖ, ମିଥୁନ ୨୪ ଦିନ, ଆଷାଢ଼ମାସ, ଶୁକ୍ଳପକ୍ଷ, ତ୍ରୟୋଦଶୀ, ମଙ୍ଗଳବାର। ତ୍ରୟୋଦଶୀ : ରାତ୍ରି୧୨ଟା ୩୯ ମିନିଟ୍‌, ଜ୍ୟେଷ୍ଠା : ରାତ୍ରି ୩ଟା ୧୫ ମିନିଟ୍‌, ବିଛା ଚନ୍ଦ୍ର : ରାତ୍ରି ୩ଟା ୧୫ ମିନିଟ୍‌। ସୂର୍ଯ୍ୟୋଦୟ : ୫ଟା ୧୪ ମିନିଟ୍‌ ୨୮ ସେକେଣ୍ଡ, ସୂର୍ଯ୍ୟାସ୍ତ : ୬ଟା ୨୮ ମିନିଟ୍‌ ୧୨ ସେକେଣ୍ଡ। ଯୋଗିନୀ ଉତ୍ତରେ, ରାତ୍ରି ୧୨ଟା ୩୯ ମିନିଟ୍‌ ଗତେ ପଶ୍ଚିମେ । ମୃତେ ଏକ ପାଦ ପୁଷ୍କର ଦୋଷ । ବାଇଗଣ ଖାଇବା ମନା, ଖାଇଲେ ପୁତ୍ରହାନି, ପୁତ୍ରକଷ୍ଟ । ଅମୃତବେଳା : ସକାଳ ୮ଟା ୫୬ ମିନିଟ୍‌ ଗତେ, ଦିବା ୧୧ଟା ୨୬ମିନିଟ୍‌ ମଧ୍ୟେ, ଅପରାହ୍ଣ ୪ଟା ୪୨ମିନିଟ୍‌ ଗତେ, ସନ୍ଧ୍ୟା ୬ଟା ୨୭ ମିନିଟ୍‌ ମଧ୍ୟେ।

ଆଜିର ରାଶିଫଳ

ମେଷ : ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ନିଶ୍ଚିତତାକୁ ପରିତ୍ୟାଗକରି ଅନିଶ୍ଚିତତାର ପଶ୍ଚାତ୍‌ଧାବନ କରିବେ ଏବଂ ପରିବାରରେ ଅଶାନ୍ତିର ପରିବେଶ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର କୃତ୍ତିକା ମେଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।

ବୃଷ : ସପ୍ତମ ଚନ୍ଦ୍ର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ଆମୋଦପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୦୪, ଆରାଧନା: ମା’ କମଳା ।

ମିଥୁନ : ଷଷ୍ଠ ଚନ୍ଦ୍ର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଓ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ :ସବୁଜ, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ : ପଞ୍ଚମ ଚନ୍ଦ୍ର, ମଙ୍ଗଳବାର ଯୋଗୁ ଯଶ, ସମ୍ମାନ, ସମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ପାରିବାରିକ ବିବାଦ, ଜମିଜମା ବିବାଦ ଏବଂ ପୈତୃକ ସମ୍ପତ୍ତିକୁ ନେଇ ଥିବା ବିବାଦର ସମାଧାନ ହେବ ଏବଂ ସନ୍ତାନମାନେ ଉଚ୍ଚଶିକ୍ଷା କିମ୍ବା ପ୍ରତିଯୋଗିତା ମୂଳକ ପରୀକ୍ଷାରେ କୃତକାର୍ଯ୍ୟ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୫, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ମନ ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଘଟିବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ସିଂହ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ଶ୍ରୀ ଜଗନ୍ନାଥ ।

କନ୍ୟା : ତୃତୀୟ ଚନ୍ଦ୍ର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତିର ଖବର ମିଳିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ :ମେରୁନ୍‌, ସଂଖ୍ୟା : ୧୨, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।

ତୁଳା :  ଦ୍ୱିତୀୟ ଚନ୍ଦ୍ର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରି ପାଇବେ । ଖର୍ଚ୍ଚପ୍ରତି ଅନାଗ୍ରହ ଓ ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ :ନୀଳ, ସଂଖ୍ୟା : ୬, ଆରାଧନା : ମା’ କମଳା ।

ବିଛା : ଶ୍ରୀ ଚନ୍ଦ୍ର, ମଙ୍ଗଳବାର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ବନ୍ଧୁବାନ୍ଧବ ସହ ସଦ୍‌ଭାବ, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଆମୋଦପ୍ରମୋଦ, ମଉଜମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ନିଜକୁ ଧାର୍ମିକ କର୍ମରେ ସାମିଲ କରିବେ । ପରୋପକାର, ସମାଜସେବା ଓ ମହତ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ କିମ୍ବା ବ୍ୟବସାୟର ଶାଖା ବଢ଼ାଇବା ପାଇଁ ସୁଯୋଗ ଜୁଟିବ । କର୍ମରେ ସଫଳତା, ସମ୍ମାନ ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

ଧନୁ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ ଓ ବଦ୍‌ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଚାଳିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୭, ଆରାଧନା : ମା’ ଧୂମାବତୀ ।

ମକର : ଏକାଦଶ ଚନ୍ଦ୍ର, ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ମନରେ ଉଚ୍ଚାଭିଳାଷ ପ୍ରକାଶ ପାଇବ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ନୂତନ ବ୍ୟବସାୟର ଯୋଜନା କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ଦଶମ ଚନ୍ଦ୍ର ଯୋଗୁ କର୍ମରେ ଉନ୍ନତି ଆସିବ ଏବଂ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ଦେବେ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । ଯେଉଁମାନଙ୍କର ଶତଭିଷାକୁମ୍ଭ, ସେମାନେ ଉପକୃତ ହେବେ । ଶୁଭରଙ୍ଗ :କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ ।

ମୀନ : ନବମ ଚନ୍ଦ୍ର, ମଙ୍ଗଳବାର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନସମ୍ପର୍କ ବୃଦ୍ଧିପାଇବ । ଗୁରୁଜନଙ୍କ ପ୍ରତି ସମ୍ମାନ ଓ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ ଏବଂ ଧାର୍ମିକ କର୍ମରେ ନିଜକୁ ସାମିଲ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ଉପକୃତହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଗଜାନନ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.